ମାଲ ପରିବହନକୁ ନେଇ ତେଜିଲା ଆନ୍ଦୋଳନ

ଛତ୍ରପୁର,୧୦।୧୧(ଦିଲ୍ଲୀପ ସାମଲ): ଗୋପାଳପୁର ଇଣ୍ଡଷ୍ଟ୍ରିଆଲ ପାର୍କରୁ ଫେରୋକୋମ୍‌ ଏବଂ କ୍ରୋମାଇଟ ଖଣିଜର ମାଲ୍‌ ପରିବହନ ଟ୍ରକ ଦ୍ୱାରା ଯାଜପୁର, ଅନୁଗୋଳ, ତ୍ରିକୂଡ଼ା, ରାୟଗଡ଼ା ସମେତ ରାଜ୍ୟ ବାହାରର ବିଭିନ୍ନ ସ୍ଥାନକୁ ଯାଉଛି। ଏହାକୁ କଣ୍ଢେଇ ଟ୍ରାନ୍ସପୋର୍ଟକୁ ଦାୟିତ୍ୱ ଦିଆଯାଇଛି। ଏନେଇ କାଳିଆବାଲିସ୍ଥିତ ଗୋପାଳପୁର ପୋର୍ଟ ଟ୍ରକ ମାଲିକ ସଂଘ, ମା’ ଦକ୍ଷିଣ କାଳୀ ଟ୍ରକ ମାଲିକ ସଂଘ, ଗଞ୍ଜାମ ଟ୍ରକ ମାଲିକ ସଂଘ, ଆସିକା ଏବଂ ଭଞ୍ଜନଗର ଶାଖାର ଟ୍ରକ ମାଲିକମାନେ କାମ ନ ପାଇ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି।

କୋଭିଡ୍‌ ମହାମାରୀ ସମୟରୁ ୧୨୦୦ରୁ ଅଧିକ ଟ୍ରକ ମାଲିକ ପରିବହନ ନ ପାଇ ଗାଡିର ଇଏମ୍‌ଆଇ ଦେଇପାରୁ ନାହାନ୍ତି। ଏହା ସହିତ ପରିବାର ପ୍ରତିପୋଷଣରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାର ପ୍ରତିବାଦ କରି ଶୁକ୍ରବାର ୫ଟି ସଂସ୍ଥାର ଶତାଧିକ ଟ୍ରକ୍‌ ମାଲିକ ଆନ୍ଦୋଳନକୁ ଓହ୍ଲାଇଛନ୍ତି।

ଚମାଖଣ୍ଡିସ୍ଥିତ ଗୋପାଳପୁର ଇଣ୍ଡଷ୍ଟ୍ରିଆଲ ପାର୍କ ମୁଖ୍ୟ ଫାଟକ ସମ୍ମୁଖରେ ଟ୍ରକ୍‌ ମାଲିକମାନେ ଧାରଣାରେ ବସିଛନ୍ତି। ପରିବହନ କାର୍ଯ୍ୟରେ ସ୍ଥାନୀୟ ମାଲିକମାନଙ୍କୁ ନିୟୋଜିତ କରିବାକୁ ଦାବି କରାଯାଇଛି। ଫଳରେ ପ୍ରଶାସନର ଏକ ପ୍ରକାର ମୁଣ୍ଡ ବଥାର କାରଣ ହୋଇଛି।

ଖବର ପାଇ ଗଞ୍ଜାମ ଅତିରିକ୍ତ ଏସ୍‌ପି ଅଜୟ କୁମାର ମିଶ୍ର, ଛତ୍ରପୁର ଏସ୍‌ଡିପିଓ ଗୌରହରି ସାହୁ, ଛତ୍ରପୁର ଥାନା ଅଧିକାରୀ ନିରୋଦ କୁମାର ଦାଶ, ଚମାଖଣ୍ଡି ଥାନା ପୋଲିସ ଏବଂ ଛତ୍ରପୁର ଅତିରିକ୍ତ ତହସିଲଦାର ସ୍ମୃତି ସୁଦର୍ଶନ ସାହୁ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ। ହେଲେ ଆନ୍ଦୋଳନକାରୀ ନିଜ ଜିଦ୍‌ରେ ଅଟଳ ରହିଥିଲେ। ଆସନ୍ତା ମଙ୍ଗଳବାର ଜିଲା ପ୍ରଶାସନ ଏବଂ ଟ୍ରକ୍‌ ମାଲିକଙ୍କ ମଧ୍ୟରେ ଏକ ବୈଠକ ହେବାନେଇ ସୂଚନା ମିଳିଛି। ଆନ୍ଦୋଳନକାରୀମାନେ ଅଭିଯୋଗ କରିଛନ୍ତି ଯେ, କଣ୍ଢେଇଟ୍ରାନ୍ସପୋର୍ଟ ବ୍ରହ୍ମପୁର ଅଞ୍ଚଳର କିଛି ଟ୍ରକ ମାଲିକଙ୍କୁ ହାତ କରି ସ୍ଥାନୀୟ ଲୋକଙ୍କ ରୋଜଗାରରେ ଲାତ ମାରୁଛନ୍ତି। ଏହାକୁ କେବେ ବରଦାସ୍ତ କରାଯିବ ନାହିଁ ବୋଲି ଆନ୍ଦୋଳନକାରୀମାନେ ଚେତବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କସ୍‌ମେଟିକ ଇଞ୍ଜେକ୍ସନ ଉପରେ ରୋକ୍‌, ଉଲ୍ଲଂଘନ କଲେ….

ନୂଆଦିଲ୍ଲୀ, ୨୨।୫ (ପି.ଟି.): ସାମାଜିକ ଗଣମାଧ୍ୟମ ଓ ସହରାଞ୍ଚଳରେ ଚେହେରାକୁ ଅଧିକ ସୁନ୍ଦର ଓ ଚମକଦାର କରିବା ପାଇଁ ବିଉଟି ପାର୍ଲର ଏବଂ ୱେଲନେସ୍‌ ସେଣ୍ଟରଗୁଡ଼ିକରେ ବ୍ୟାପକ…

ତୈଳ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ୮ ସୂତ୍ରୀ ନିର୍ଦ୍ଦେଶ, ଜୁନ୍ ପହିଲାରୁ ସରକାର…

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା): ସରକାରୀ ଅଧିକାରୀମାନେ ଏଣିକି ବିଭିନ୍ନ ସ୍ଥାନକୁ ପରିଦର୍ଶନରେ ଗଲାବେଳେ ବସ୍‌ କିମ୍ବା ରେଳରେ ଯିବେ। ଏହାସହିତ ଜୁନ୍‌ ପହିଲାରୁ ସରକାର କେବଳ ବୈଦ୍ୟୁତିକ ଯାନ(ଇଭି)…

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri