Posted inଜାତୀୟ

ବିହାର ବୈଶାଳୀରେ ବସ୍ତି ଭିତରେ ପଶିଲା ଟ୍ରକ୍ ମହିଳା ଶିଶୁ ସମେତ ୧୨ ମୃତ, ଶୋକ ପ୍ରକାଶ କଲେ ମୋଦି

ପାଟନ,୨୧ ।୧୧: ବିହାର ବୈଶାଳୀ ଜିଲାର ମହନାରରେ ରବିବାର ରାତିରେ ଏକ ଅନିୟନ୍ତ୍ରିତ ଟ୍ରକ୍ ରାସ୍ତା କଡରେ ଥିବା ଏକ ବସ୍ତିରେ ପଶିିଯିବା ଫଳରେ ଏଥିରେ ୭ ଶିଶୁଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ଅନେକେ ଆହତ ହୋଇଛନ୍ତି । ହେଲେ ଏହି ଦୁର୍ଘଟଣାରେ କେତେ ଜଣଙ୍କ ମୃତ୍ୟୁ ହୋଇଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିବା କହିଛନ୍ତି ଏନଏଚଓ ।
ମିଳିଥିବା ସୂଚନା ଅନୁଯାୟୀ, ଏହି ଘଟଣା ମହନାର-ହାଜିପୁର ମୁଖ୍ୟ ରାସ୍ତାରେ ଶେରି ଥାନା ଅଞ୍ଚଳର ନୟାଗାଁ ଟୋଲ ନିକଟରେ ହୋଇଛି । ଏକ ଟ୍ରକ୍ ନିୟନ୍ତ୍ରଣ ହରାଇ ରାସ୍ତା କଡରେ ଥିବା ବସ୍ତିରେ ପଶି ଯାଇଥିଲା । ସେଠାରେ ଲୋକେ ପୂଜା କରୁଥିବା ବେଳେ ସେମାନଙ୍କ ଉପରେ ଟ୍ରକଟି ମାଡି ଯାଇଥିଲା । ଏଥିରେ ୭ ଜଣ ଶିଶୁଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକେ ଆହତ ହୋଇଛନ୍ତି । ତେବେ କେତେଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି ।
ଏହି ଘଟଣାକୁ ନେଇ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ପିଏମଓ ପକ୍ଷରୁ କରାଯାଇଥିବା ଟୁଇଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହଛନ୍ତି ବିହାରର ବୈଶାଳୀରେ ହୋଇଥିବା ଦୁର୍ଘଟଣା ବେଶ ଦୁଃଖଦ । ଶୋକ ସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା । ତେବେ ପ୍ରଧାନମନ୍ତ୍ରୀଙ୍କ ରିଲିଫ ଫଣ୍ଡରୁ ପ୍ରତି ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ଆହତଙ୍କୁ ୫୦ ହଜାର ଟଙ୍କା ଦେବାକୁ ଘୋଷଣା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri