କାର ମରାମତି ବେଳେ ମାଡ଼ିଗଲା ଟ୍ରକ

ସଇଁତଳା, ୧ା୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ଥାନା ଅଧୀନ ମନମୁଣ୍ଡା ଛକ ନିକଟରେ ଏକ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନବରଙ୍ଗପୁର ଜିଲା ମାଝିଗୁଡ଼ାର ବାଲ୍ମିକି ବିଶୋଇ(୩୮)। ସେ ପରିବାର ସହ କାର (ନଂଓଡ଼ି-୦୨-ଏଏଲ-୪୭୫୪)ରେ ନୂତନ ବର୍ଷ ସକାଳୁ ସମ୍ବଲପୁରରେ ମା’ ସମଲେଇଙ୍କ ଦର୍ଶନ କରିବା ପାଇଁ ଶନିବାର ବିଳମ୍ବିତ ରାତିରେ ଯାଉଥିଲେ। ଜାତୀୟ ରାଜପଥ-୨୬ର ମନମୁଣ୍ଡା ଛକ ନିକଟରେ କାର ପମ୍ପଚର ହୋଇଯାଇଥିଲା। ଡ୍ରାଇଭର ଟାୟାର ବଦଳାଉଥିବା ବେଳେ ବିଶୋଇ ମୋବାଇଲ ଲାଇଟ ଦେଖାଉଥିଲେ। ରାତି ପ୍ରାୟ ୩ଟାରେ ବଲାଙ୍ଗୀର ପଟୁ ଆସୁଥିବା ଏକ ଟ୍ରକ(ନଂ. ଟିଏନ-୭୦-ଜେ-୩୨୨୬) ବିଶୋଇଙ୍କ ଉପରେ ମାଡ଼ିଯାଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ସଇଁତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇଥିଲା। ହେଲେ ଉପସ୍ଥିତ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଟିଟିଲାଗଡ଼ ପଠାଇଛି। ସଇଁତଳା ପୋଲିସ ଟ୍ରକକୁ ଜବତ କରିଛି। ମୃତ ବିଶୋଇଙ୍କ ତିନୋଟି ଛୋଟ ଝିଅ ଥିବା ପରିବାର ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri