ଟ୍ରକ୍‌ ଧର୍ମଘଟ ପ୍ରତ୍ୟାହୃତ

କଟକ ଅଫିସ, ୧୨ା୧: ଓଡ଼ିଶା ରାଜ୍ୟ ଟ୍ରକ୍‌ ମାଲିକ ମହାସଂଘ ପକ୍ଷରୁ ୧୧ ତାରିଖ ମଧ୍ୟରାତ୍ରିରୁ ହେବାକୁ ଥିବା ଟ୍ରକ୍‌ ଧର୍ମଘଟ ପ୍ରତ୍ୟାହୃତ ହୋଇଛି। ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢୀଙ୍କ ସହ ଆଲୋଚନା ଓ ରାଜ୍ୟରେ ପୁରୁଷ ହକି ବିଶ୍ୱକପ୍‌ ଖେଳ ହେବାକୁ ଥିବାରୁ ରାଜ୍ୟର ସ୍ବାର୍ଥକୁ ଦୃଷ୍ଟିରେ ରଖି ପ୍ରସ୍ତାବିତ ଟ୍ରକ ଧର୍ମଘଟକୁ ପ୍ରତ୍ୟାହାର କରାଯାଇଛି ବୋଲି ମହାସଂଘର ସାଧାରଣ ସମ୍ପାଦକ ରବି ନାରାୟଣ ଶତପଥୀ ବୁଧବାର ଏକ ପ୍ରେସ୍‌ ବିବୃତିରେ ସୂଚନା ଦେଇଛନ୍ତି।

ମହାସଂଘ ପକ୍ଷରୁ ମିଳିଥିବା ସୂଚନା ମୁତାବକ, ୫ ଦାବି ନେଇ ମହାସଂଘ ଅନିର୍ଦ୍ଦିଷ୍ଟ କାଳ ପାଇଁ ରାଜ୍ୟବ୍ୟାପୀ ଟ୍ରକ ଧର୍ମଘଟ ଘୋଷଣା କରିଥିଲା। କିନ୍ତୁ ଗତ ୯ ତାରିଖରେ ପରିବହନ ବିଭାଗ ପ୍ରମୁଖ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଟ୍ରକ ମାଲିକମାନଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା ହୋଇଥିଲା। ଏଥିସହ ସ୍କ୍ରାପିଂ ପଲିସି ପରିବର୍ତ୍ତନ, ଟ୍ରକ ଭଡ଼ା ଧାର୍ଯ୍ୟ ଏବଂ ଟୋଲ୍‌ଗେଟ୍‌ଗୁଡିକରେ ଟ୍ରକରୁ ଆଦାୟ ହେଉଥିବା ଦେୟ ମାଲ ପରିବହନକାରୀ କମ୍ପାନୀ ଭରଣା କରିବା ବିଷୟରେ ଖୁବ୍‌ଶୀଘ୍ର ନିଷ୍ପତ୍ତି ନିଆଯିବ ବୋଲି ପାଢୀ କହିଥିଲେ। ଏହି ବୈଠକରେ ପରିବହନ କମିଶନର ଅରୁଣ ବୋଥ୍ରା, ମହାସଂଘ ସଭାପତି ବିଭୂତି ପ୍ରସାଦ ଦାସ, ସାଧାରଣ ସମ୍ପାଦକ ରବି ନାରାୟଣ ଶତପଥୀ, କାର୍ଯ୍ୟକାରୀ ସଭାପତି ଦିଲୀପ କୁମାର ପାଣି, ଉପସଭାପତି ଶିବ ପ୍ରସାଦ ମିଶ୍ର ଓ ସୁମନ୍ତ କୁମାର ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri