ଆଜିଠୁ ଟ୍ରକ୍‌ ଚଳାଚଳ ବନ୍ଦ ଡାକରା

ଭୁବନେଶ୍ୱର, ୨୩ା୧୧ (ବ୍ୟୁରୋ):ନିର୍ମାଣ କାର୍ଯ୍ୟ ଲାଗି ବାଲି, ଗୋଡ଼ି, ମୋରମ, ପଥର ଇତ୍ୟାଦି ନିର୍ମାଣ ସ୍ଥଳ ପର୍ଯ୍ୟନ୍ତ ପହଞ୍ଚାଇବାରେ ମାଲ ପରିବହନ ଶିଳ୍ପର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପରିବହନରେ ନିୟୋଜିତ ଗାଡ଼ି, ମାଲିକ ଓ ଚାଳକଙ୍କ ଉତ୍ସର୍ଗୀକୃତ ସେବା ତାତ୍ପର୍ଯ୍ୟପୂର୍ଣ୍ଣ। ହେଲେ ସରକାରଙ୍କ ତ୍ରୁଟିପୂର୍ଣ୍ଣ ନିୟମ ପାଇଁ ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ଦ୍ରବ୍ୟ ପରିବହନରେ ନିୟୋଜିତ ଗାଡ଼ିଗୁଡ଼ିକ ଉପରେ ସରକାରୀ ଅଫିସରମାନେ ଅନୈତିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିବା ଅଭିଯୋଗ ହୋଇଛି। ଆହୁରି କୁହାଯାଇଛି, ପ୍ରଥମେ ସରକାର ନିଜ ଦାୟିତ୍ୱ ଠିକ୍‌ରେ ତୁଲାନ୍ତୁ। ଯେଉଁ ବାଲିଘାଟରେ ଦୁର୍ନୀତି ହେଉଛି ସେଠାରେ ଯାଞ୍ଚ କରାଯାଉ। ଗାଡ଼ିଗୁଡ଼ିକ ଉପରେ ମାତ୍ରାଧିକ ଜରିମାନା ଆଦାୟକୁ ନେଇ ଟ୍ରକ ମାଲିକ ସଂଘ ତରଫରୁ ନିକଟରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଥିଲା। ହେଲେ ଆଲୋଚନା ବିଫଳ ହେବାପରେ ସୋମବାରଠାରୁ ଗାଡ଼ି ଚଳାଚଳ ବନ୍ଦ ରଖିବାକୁ ଟ୍ରକ ମାଲିକ ସଂଘ ଚେତାବନୀ ଦେଇଛି। ସଂଘ ପକ୍ଷରୁ କୁହାଯିବା କଥା, ବିଭିନ୍ନ ସ୍ବୀକୃତିପ୍ରାପ୍ତ ବାଲିଘାଟଠାରୁ ଟ୍ରକଗୁଡ଼ିକ ବାଲି କିଣିଥାଆନ୍ତି। ଏହି ସମୟରେ ବାଲିଘାଟର ଲିଜଧାରୀମାନେ ଗାଡ଼ିଗୁଡ଼ିକୁ ସରକାର ଦେଉଥିବା ଟ୍ରାନଜିଟ୍‌ ଫର୍ମ ଦେବା କଥା। ହେଲେ ଏହା ଦେଉନାହାନ୍ତି। ଯେଉଁଥିଲାଗି ବିଭିନ୍ନ ସ୍ଥାନରେ ବାଲି ଗାଡ଼ି ଉପରେ ଚଢ଼ାଉ କରି ସରକାରୀ ଅଧିକାରୀ ମୋଟା ଅଙ୍କର ଜରିମାନା ଆଦାୟ କରୁଛନ୍ତି। ଏହାକୁ ଯଦି ସରକାର ରୋକିବାକୁ ଚାହୁଁଛନ୍ତି ତେବେ ଗାଡିରେ ଜିପିଏସ ବ୍ୟବସ୍ଥା କରାଯାଉ ବୋଲି ମାଲିକ ସଂଘ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri