Posted inଜାତୀୟ

ବ୍ରେକ୍‌ ଫେଲ୍‌ ସାଜିଲା କାଳ: ଦୁଇଟି ଟ୍ରକ୍‌ ମଧ୍ୟରେ ଚାପି ହୋଇଗଲା ବୋଲେରୋ, ଜୀବନ୍ତ ଜଳିଗଲେ ୬ ଯାତ୍ରୀ, ମୃତ୍ୟୁର ଚିତ୍କାରରେ…

ମିର୍ଜାପୁର,୨୨।୪: ମିର୍ଜାପୁର-ରିୱା ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ହୃଦୟ ବିଦାରକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗାଡ଼ି ଦୁଇଟି ଟ୍ରକ ମଝିରେ ଚାପି ହୋଇଯିବା ଫଳରେ ସେଥିରେ ନିଆଁ ଲାଗିଯାଇଥିଲା। ଏହି ଅଗ୍ନିକାଣ୍ଡରେ ବୋଲେରୋ ମଧ୍ୟରେ ଥିବା ୬ରୁ ଅଧିକ ଯାତ୍ରୀ ଜୀବନ୍ତ ଜଳି ମୃତ୍ୟୁବରଣ କରିଛନ୍ତି।

ସୂଚନା ଅନୁଯାୟୀ, ଡ୍ରମଡଗଞ୍ଜ ଥାନା ଅନ୍ତର୍ଗତ ବଡ଼କା ମୋଡ଼ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗାଡ଼ି ଢାଲୁ ରାସ୍ତାରେ ତଳକୁ ଓହ୍ଲାଉଥିବା ବେଳେ ପଛରୁ ଆସୁଥିବା ଏକ ଟ୍ରକର ବ୍ରେକ୍‌ ଫେଲ ହୋଇଯାଇଥିଲା। ଅନିୟନ୍ତ୍ରିତ ଟ୍ରକଟି ବୋଲେରୋକୁ ଜୋରଦାର ଧକ୍କା ଦେଇଥିଲା, ଫଳରେ ବୋଲେରୋଟି ଆଗରେ ଯାଉଥିବା ଅନ୍ୟ ଏକ ଟ୍ରକ ସହ ପିଟି ହୋଇଯାଇଥିଲା।

ଧକ୍କା ଏତେ ଭୟଙ୍କର ଥିଲା ଯେ, ଦୁଇଟି ଟ୍ରକ ମଝିରେ ବୋଲେରୋଟି ସମ୍ପୂର୍ଣ୍ଣ ଚୂରମାର ହୋଇଯିବା ସହ ସେଥିରେ ତୁରନ୍ତ ନିଆଁ ଲାଗିଯାଇଥିଲା। ଗାଡ଼ି ଭିତରେ ଥିବା ଯାତ୍ରୀମାନେ ବାହାରିବାକୁ ସୁଯୋଗ ପାଇ ନ ଥିଲେ ଏବଂ ଅଧିକାଂଶ ଲୋକ ଗାଡ଼ି ଭିତରେ ହିଁ ଜୀବନ୍ତ ଜଳିଯାଇଥିଲେ।

ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ପହଞ୍ଚି ଉଦ୍ଧାର ପାଇଁ ଚେଷ୍ଟା କରିଥିଲେ ମଧ୍ୟ ନିଆଁର ପ୍ରକୋପ ଅଧିକ ଥିବାରୁ କାହାକୁ ବଞ୍ଚାଇବା ସମ୍ଭବ ହୋଇ ନ ଥିଲା। ଖବର ପାଇ ପୋଲିସ ଓ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ପରେ ପୋଲିସ ମୃତଦେହଗୁଡ଼ିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତକଙ୍କ ପରିଚୟ ମିଳିପାରି ନଥିବାରୁ ଛାନଭିନ ପ୍ରକ୍ରିୟା ଜାରି ରହିଛି। ଦୁର୍ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ ଅଧିକ ତଦନ୍ତ କରାଯାଉଛି। ଏହି ଦୁଃଖଦ ଘଟଣା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

‘ଯଦି ମୋତେ ଆଜି ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri