Posted inଜାତୀୟ

ଆନ୍ଦୋଳନରୁ ଓହରିଲେ ଟ୍ରକ ଡ୍ରାଇଭର ସଂଘ, ଏବେ କାର୍ଯ୍ୟକାରୀ ହେବନି ହିଟ୍‌ ଆଣ୍ଡ ରନ୍‌ ଆଇନ

ନୂଆଦିଲ୍ଲୀ,୨।୧: ଆନ୍ଦୋଳନରୁ ଓହରିଛନ୍ତି ଟ୍ରକ ଡ୍ରାଇଭର ସଂଘ। ହିଟ୍‌ ଆଣ୍ଡ ରନ୍‌ ଆଇନ ବିରୋଧରେ ଆନ୍ଦୋଳନ ଜାରି ରଖିଥିବା ଟ୍ରକ୍‌ ଡ୍ରାଇଭରଙ୍କ ସହ କେନ୍ଦ୍ର ସରକାର ଆଲାଚନା କରିଛନ୍ତି। ଆଲୋଚନା ପରେ ଅଲ ଇଣ୍ଡିଆ ମୋଟର ଟ୍ରାନ୍ସପୋର୍ଟ ଆସୋସିଏଶନ(AIMTC) ଏନେଇ ଘୋଷଣା କରିଛି।
ସୂଚନାଯୋଗ୍ୟ, ହିଟ୍‌ ଆଣ୍ଡ ରନ୍‌ କାନୁନ ବିରୋଧରେ ଚାଲିଥିବା ପ୍ରଦର୍ଶନରେ ଦେଶବ୍ୟାପୀ ଜନଜୀବନ ପ୍ରଭାବିତ ହୋଇଛି। ମାମଲାକୁ ଗମ୍ଭୀରତାର ସହ ନେଇ କେନ୍ଦ୍ରୀୟ ଗୃହ ସଚିବ ଅଜୟ ଭଲ୍ଲା ଟ୍ରକ୍‌ ଡ୍ରାଇଭର ସଂଘଙ୍କ ସହ ଆଲୋଚନା କରିଛନ୍ତି। ତେବେ ଆଲୋଚନା ସଫଳ ହୋଇଛି। ଫଳସ୍ବରପ ଡ୍ରାଇଭରମାନେ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷେତ୍ରକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।

ଏନେଇ ଗୃହ ସଚିବ ଅଜୟ ଭଲ୍ଲା କହିଛନ୍ତ, ନୂଆ ଆଇନ ଏବଂ ଦଣ୍ଡବିଧାନର ବ୍ୟବସ୍ଥା ଏପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇନାହିଁ। ଭାରତୀୟ ଜୁଡିସିଆଲ କୋଡର ଧାରା ୧୦୬ (୨) କାର୍ଯ୍ୟକାରୀ ପୂର୍ବରୁ ଅଲ ଇଣ୍ଡିଆ ପରିବହନ କଂଗ୍ରେସ ସହ ଆଲୋଚନା ହେବ। ଡ୍ରାଇଭର ଏବଂ ପରିବହନକାରୀଙ୍କ ଆଲୋଚନା ପରେ ହିଁ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ।

ଗୃହ ସଚିବଙ୍କ ସହ ଆଲୋଚନା ପରେ ଅଲ ଇଣ୍ଡିଆ ମୋଟର ଟ୍ରାନ୍ସପୋର୍ଟ କଂଗ୍ରେସ (ଏଆଇଏମଟିସିସି) ସଭାପତି ଅମୃତ ଲାଲ ମଦନ କହିଛନ୍ତି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଶ୍ୱସନା ଦେଇଛନ୍ତି ଯେ, ୧୦ବର୍ଷ ଜେଲଦଣ୍ଡ ଓ ଜରିମାନା ଆଦାୟ ଉପରେ ପ୍ରତିବନ୍ଧକ ଲଗାଇବେ। ଅମୃତ ଲାଲ ମଦନଙ୍କ ଅନୁଯାୟୀ, ଅଲ ଇଣ୍ଡିଆ ମୋଟର ପରିବହନ କଂଗ୍ରେସର ପରବର୍ତ୍ତୀ ବୈଠକ ପର୍ଯ୍ୟନ୍ତ କୌଣସି ଆଇନ କାର୍ଯ୍ୟକାରୀ ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

୧୪.୨ କିଲୋଗ୍ରାମ ବଦଳରେ ମିଳିବ ୧୦ କିଲୋଗ୍ରାମ ଗ୍ୟାସ! ସରକାର ଦେଲେ ବଡ଼ ଅପଡେଟ୍‌

  ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ସିଧାସଳଖ ପ୍ରଭାବ ଏବେ ଭାରତର ଶକ୍ତି ସୁରକ୍ଷା ଉପରେ ପଡୁଛି। ଅଶୋଧିତ ତୈଳ ଏବଂ ଏଲପିଜିର ନିରବଚ୍ଛିନ୍ନ ଯୋଗାଣ ବାଧାପ୍ରାପ୍ତ…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri