ପାଣିକୁ ଖସିପଡ଼ିଲା ଟ୍ରକ୍‌ ଡାଲା, ଯିଏ ପାରିଲେ ଯେତେ ବୋହିନେଲେ ଫଳ

ଭଣ୍ଡାରିପୋଖରୀ,୨୪ା୯(ରାଜେନ୍ଦ୍ର ଶତପଥୀ): ଭଣ୍ଡାରିପୋଖରୀ ଥାନା ୧୬ ନଂ. ଜାତୀୟ ରାଜପଥର ଡାହାଲା ନିକଟରେ ମଙ୍ଗଳବାର ଏକ ଫଳ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଠାରେ ଥିବା ମହାନ୍ତି ପୋଲବାଡ଼କୁ ଧକ୍କା ଦେଇ ଟ୍ରକ୍‌ ଡାଲା ପାଣିକୁ ଖସି ପଡ଼ିଥିଲା। ପାଣିରେ ଭାସୁଥିବା ଫଳକୁ ଲୋକେ ବୋହି ନେଇଯାଇଛନ୍ତି। ସୂଚନା ଅନୁଯାୟୀ, କୋଲକାତାରୁ ସେଓ ବୋଝେଇ କରି ଟ୍ରକ୍‌ଟି ବିଶାଖାପାଟଣା ଯାଉଥିଲା। ଭୋର ସମୟରେ ଚାଳକଙ୍କ ଆଖି ଲାଗିଯିବାରୁ ଗାଡ଼ି ମହାନ୍ତିପୋଲ ବାଡ଼କୁ ଧକ୍କା ଦେଇଥିଲା। ସେଓ ବୋଝେଇ ଡାଲା ଟ୍ରକ୍‌ରୁ ବାହାରି ଯାଇ ୨୦ ଫୁଟ୍‌ ଗଭୀର ପାଣିରେ ପଡ଼ିଯାଇଥିଲା। ପାଣିରେ ଭାସୁଥିବା ସେଓ ପେଟିକୁ ଲୋକେ ବୋହି ନେଇ ଯାଇଥିଲେ। ଏହି ଦୁର୍ଘଟଣାରେ ଟ୍ରକ୍‌ ହେଲ୍‌ପର ଆହତ ହୋଇଛନ୍ତି। ଖବରଲେଖା ହେବା ସୁଦ୍ଧା ଏନେଇ ଥାନାରେ ଅଭିଯୋଗ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

୨୩ OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୩୦।୬: ଆଗକୁ ବିଶ୍ୱ ପ୍ରସିଦ୍ଧ ପୁରୀରଥଯାତ୍ରା। ରଥଯାତ୍ରା ସୁପରିଚାଳନା ପାଇଁ ୨୩ OAS ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri