ନାଜି ନେତାଙ୍କୁ ସମ୍ମାନିତ କରି ଅଡୁଆରେ ଟ୍ରୁଡୋ

ଓ୍ବାଶିଂଟନ,୨୬ା୯: ଖଲିସ୍ତାନୀ ଆତଙ୍କବାଦୀଙ୍କ ହତ୍ୟା ସହ ଭାରୀୟ ଏଜେଣ୍ଟର ସମ୍ପୃକ୍ତି ଥିବା ଅଭିଯୋଗ ଆଣି କୂଟନୈତିକ ତିକ୍ତତା ସୃଷ୍ଟି କରିଥିବା କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଶୁକ୍ରବାର ୟୁକ୍ରେନ୍‌ର ନାଜି ନେତାଙ୍କୁ ସମ୍ମାନିତ କରି ଅଡୁଆରେ ପଡ଼ିଛନ୍ତି। ଏହି ନେତା ଜଣକ ହିଟ୍‌ଲରଙ୍କ ସେନାରେ ରହି ଇହୁଦୀ ଗଣହତ୍ୟାରେ ସାମିଲ ଥିଲେ। ନିକଟରେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର୍‌ ଜେଲେନ୍‌ସ୍କି ଓଟ୍ଟାଓ୍ବା ଗସ୍ତ କରିଥିବାବେଳେ କାନାଡା ହାଉସ୍‌ ଅଫ୍‌ କମନ୍ସରେ ନାଜି ଏସ୍‌ଏସ୍‌ର ୧୪ତମ ଓ୍ବାଫେନ୍‌ ଗେନାଡିଏର ଡିଜିଜନରର ବରିଷ୍ଠ ସଦସ୍ୟ ୟାରୋସ୍ଲାଭ୍‌ ହୁଙ୍କାଙ୍କୁ ଷ୍ଟାଣ୍ଡିଂ ଓବେଶନ ଜଣାଯାଇଥିଲା। ଏଥିପାଇଁ ହାଉସ୍‌ ସ୍ପିକର ଆନ୍ଥୋନି ରୋଟା ନିଜକୁ ଦାୟୀ କରି କ୍ଷମା ମାଗିଛନ୍ତି। ତେବେ ୟାରୋସ୍ଲାଭ୍‌ଙ୍କୁ ସମ୍ମାନିତ କରିବା ପୂର୍ବରୁ ଟ୍ରୁଡୋ ତାଙ୍କୁ ଭେଟିଥିଲେ ବୋଲି ବିରୋଧୀ ନେତାମାନେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ଉତ୍ତେଜନା ଦେଖାଦେଇଛି। ଦ୍ୱିତୀୟ ବିଶ୍ୱଯୁଦ୍ଧବେଳେ ଆଡଲଫ୍‌ ହିଟଲରଙ୍କ ସେନାରେ କାମ କରୁଥିବା ଜଣେ ୟୁକ୍ରେନୀୟଙ୍କୁ କାନାଡା ପାର୍ଲାମେଣ୍ଟରେ ହିରୋ ଭାବେ ସମ୍ମାନିତ କରାଯିବାକୁ କ୍ରେମ୍‌ଲିନ୍‌ କଡ଼ା ସମାଲୋଚନା କରିଛି। ଐତିହାସିକ ସତ୍ୟତା ପ୍ରତି ଏହା ଦାୟିତ୍ୱହୀନ ଉପେକ୍ଷା ବୋଲି କ୍ରେମଲିନ୍‌ ମୁଖପାତ୍ର ଡିମିଟ୍ରି ପେସ୍କୋଭ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବୈଜ୍ଞାନିକ, ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବି : ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କଲେ…

ବଲାଙ୍ଗୀର ,୨୩।୬ (ସୁନିଲ କୁମାର ମହାନ୍ତି): ଓଡ଼ିଶା ଭଳି ଏକ ଆଦିବାସୀ ଅଧ୍ୟୁଷିତ ରାଜ୍ୟରେ ଉତ୍ତମ ସରକାରୀ ଶିକ୍ଷା ଅତ୍ୟନ୍ତ ଜରୁରୀ ଥିବା ସତ୍ତ୍ୱେ ଗତ ସରକାର…

ଚୂଡ଼ାନ୍ତ ଚୁକ୍ତିନାମାରେ ପବଞ୍ଚିବା କାର୍ଯ୍ୟପନ୍ଥାରେ ଆମେରିକା, ଇରାନ ରାଜି

ଓବୁର୍ଜେନ୍‌,୨୩ା୬: ସୁଇଜରଲାଣ୍ଡରେ ଆମେରିକା ଏବଂ ଇରାନର ଉଚ୍ଚସ୍ତରୀୟ ଅଧିକାରୀମାନଙ୍କ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ସୋମବାର ଶେଷ ହୋଇଥିବା ମଧ୍ୟସ୍ଥମାନେ କହିଛନ୍ତି। ୧୦୦ ଦିନରୁ ଊର୍ଦ୍ଧ୍ୱ ଚାଲିଥିବା…

ସାମାନ୍ୟ ବିଳମ୍ବ ପାଇଁ ବହୁ ପିଲା ଏନ୍‌ଇଇଟି ପରୀକ୍ଷାରୁ ବଞ୍ଚିତ

ନୂଆଦିଲ୍ଲୀ,୨୩ା୬: ଏନ୍‌ଇଇଟି-ୟୁଜି ପରୀକ୍ଷା ବାତିଲ ହେବା ପରେ ପାଖାପାଖି ୨୩ ଲକ୍ଷ ଛାତ୍ରୀଛାତ୍ର ପୁନଃ ପରୀକ୍ଷା ପାଇଁ ମାସେରୁ ଅଧିକ ସମୟ ଅପେକ୍ଷା କଲେ। ପୁଣି ଥରେ…

ମାନସିକ ଉଦ୍‌ବେଗ ପାଇଁ ଦାୟୀ ୭୪ ଜିନ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୩ା୬: ବିଜ୍ଞାନ ଜଗତରେ ମାନସିକ ସ୍ବାସ୍ଥ୍ୟକୁ ନେଇ ଏକ ବଡ଼ ସଫଳତା ମିଳିଛି। ବୈଜ୍ଞାନିକମାନେ ମାନବ ଶରୀରର ଡିଏନ୍‌ଏ (ଜେନୋମ) ମଧ୍ୟରେ ଏଭଳି ୭୪ଟି ଦିଗ ଚିହ୍ନଟ…

ଓଡ଼ିଶାର ୧୦ ବିଦ୍ୟାଳୟକୁ ଜାତୀୟ ସ୍ବୀକୃତି: ଜାଣନ୍ତୁ ଲିଷ୍ଟରେ କେଉଁ ସ୍କୁଲ…

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଓ ହରିତ୍‌ ବିଦ୍ୟାଳୟ ମୂଲ୍ୟାଙ୍କନ (ଏସ୍‌ଏଚ୍‌ଭିଆର୍‌) ୨୦୨୫-୨୬ ପୁରସ୍କାର ନିମନ୍ତେ ଓଡ଼ିଶାର ୧୦ଟି ବିଦ୍ୟାଳୟ ଜାତୀୟସ୍ତରୀୟ ସ୍ବୀକୃତି ପାଇବାକୁ ମନୋନୀତ…

ପାଠ୍ୟପୁସ୍ତକରେ ରହିବ ବାର୍‌କୋଡ୍‌

ଭୁବନେଶ୍ୱର,୨୩ା୬(ସୁଚିସ୍ମିତା ସାହୁ): ପ୍ରଥମରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ତ୍ରୁଟିପୂର୍ଣ୍ଣ ପୁସ୍ତକଗୁଡ଼ିକୁ କିପରି ତ୍ରୁଟିଶୂନ୍ୟ କରାଯାଇ ପିଲାଙ୍କ ପାଖରେ ପହଞ୍ଚାଯିବ ସେନେଇ ବିକଳ୍ପ ସମ୍ପର୍କରେ ସୋମବାର ଲୋକସେବା ଭବନରେ ଗଣଶିକ୍ଷା…

ହ୍ବାଟ୍‌ସଆପ୍‌ ମୁଖ୍ୟ ହେବେ କୁନାଲ ଶାହା

ନୂଆଦିଲ୍ଲୀ,୨୩ା୬: ଫିନ୍‌ଟେକ୍‌ କମ୍ପାନୀ ସିଆର୍‌ଇଡି(କ୍ରେଡ୍‌)ର ମୁଖ୍ୟ କାର୍ଯ୍ୟନିର୍ବାହୀ ପଦରେ ରହିଥିବା କୁନାଲ ଶାହା ତାଙ୍କ ପଦବୀ ଛାଡ଼ି ମେଟାରେ ଯୋଗ ଦେବେ ବୋଲି ସୋମବାର ଘୋଷଣା କରିଛନ୍ତି।…

ସଂଶୋଧନ ହେଲା ୬୪ ସ୍ଥାନର ଇଂଲିଶ ବନାନ, ତାଲିକାରେ…

ଭୁବନେଶ୍ୱର,୨୩ା୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ଓଡ଼ିଶାର ଯେଉଁ କେତେଗୁଡ଼ିଏ ସ୍ଥାନର ଇଂଲିଶ ବନାନ୍‌ ଭୁଲ୍‌ ଅଛି ତାକୁ ବଦଳାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri