ନିଜ ଦେଶରେ ଅକ୍ରୋଶର ଶିକାର ହେଲେ ଟ୍ରୁଡୋ: ବିରୋଧୀ ଆଣିଲେ ସାଂଘାତିକ ଅଭିଯୋଗ

ଓଟ୍ଟାଓ୍ବା,୧୯ା୧୦:କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଅନ୍ୟାନ୍ୟ ବିବାଦରୁ ଧ୍ୟାନ ହଟାଇବା ପାଇଁ ଖଲିସ୍ତାନୀ ନେତା ହରଦୀପ ସିଂ ନିଜ୍ଜାର ହତ୍ୟା ମାମଲାକୁ ବ୍ୟବହାର କରୁଥିବା ସେଠାର ବିରୋଧୀ ଦଳ ନେତା ଅଭିଯୋଗ କରିଛନ୍ତି। ଖଲିସ୍ତାନୀ ଆତଙ୍କବାଦୀଙ୍କ ନାଗରିକତ୍ୱ ମରଣୋତ୍ତର ଭାବେ ସରକାର ପ୍ରତ୍ୟାହାର କରିନେବା ପାଇଁ ପିପୁଲ୍ସ ପାର୍ଟି ଅଫ୍‌ କାନାଡାର ନେତା ମାକ୍ସିମ୍‌ ବେର୍ନିଏର ଆହ୍ବାନ ଦେଇଛନ୍ତି। ପୂରା ବିବାଦର କେନ୍ଦ୍ରବିନ୍ଦୁ ସାଜିଥିବା ନିଜ୍ଜାର ଜଣେ ବିଦେଶୀ ଆତଙ୍କବାଦୀ, ଯାହାଙ୍କୁ ୨୦୦୭ରେ ନାଗରିକତ୍ୱ ପ୍ରଦାନ କରାଯାଇଥିଲା। ଗତବର୍ଷ ଜୁନ୍‌ରେ ତାଙ୍କୁ ହତ୍ୟା କରାଯିବାରେ ଭାରତର ଉଚ୍ଚାୟୁକ୍ତ ଓ ଅନ୍ୟ ୫ ଜଣ କୂଟନୀତିଜ୍ଞ ସମ୍ପୃକ୍ତ ଥିବା ଗତ ସୋମବାର କାନାଡା ପୋଲିସ କହିଥିଲା। ହତ୍ୟାକାଣ୍ଡରେ ଭାରତୀୟ କୂଟନୀତିଜ୍ଞମାନେ ସମ୍ପୃକ୍ତ ଥିବା ନେଇ କାନାଡା ସରକାର ଏବଂ ପୋଲିସର ଅଭିଯୋଗ ଯଦି ସତ୍ୟ ହୋଇଥାଏ, ତାହା ଅତ୍ୟନ୍ତ ଗମ୍ଭୀର ମାମଲା। ଏହା ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ ବୋଲି ବେର୍ନିଏର କହିଛନ୍ତି। ନିଜ୍ଜାର ଜାଲ୍‌ କାଗଜପତ୍ର ଜରିଆରେ କାନାଡାରେ ଶରଣ ନେବା ପାଇଁ ୧୯୯୭ରୁ ଏକାଧିକ ଥର ଆବେଦନ କରିଥିଲେ ମଧ୍ୟ ତାହା ଅଗ୍ରାହ୍ୟ ହୋଇଯାଇଥିଲା ଏବଂ ତାଙ୍କୁ ଦେଶରେ ରହିବାକୁ ଅନୁମତି ଦିଆଯାଇ ନ ଥିଲା। ୨୦୦୭ରେ ସେ କୌଣସି ପ୍ରକାରେ ନାଗରିକତ୍ୱ ପାଇଯାଇଥିଲେ। ନିଜ୍ଜାର କାନାଡୀୟ ହୋଇ ନ ଥିବାରୁ ପୂର୍ବ ସରକାରଙ୍କ ତ୍ରୁଟି ସୁଧାରିବା ପାଇଁ ମରଣୋତ୍ତର ଭାବେ ତାଙ୍କ ନାଗରିକତ୍ୱ ପ୍ରତ୍ୟାହାର କରାଯିବା ଆବଶ୍ୟକ ବୋଲି ବିରୋଧୀ ଦଳ ନେତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri