ଭାରତ ସହ ଯୁଦ୍ଧ କରିବାକୁ ଚାହୁଁନାହିଁ କାନାଡା: ଜଷ୍ଟିନ ଟ୍ରୁଡୋ

ଓଟାଓ୍ବା,୧୨।୧୧: ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜାରଙ୍କ ହତ୍ୟାକୁ ନେଇ କାନାଡା ଏବଂ ଭାରତ ମଧ୍ୟରେ ତିକ୍ତତା ଏ ପର୍ଯ୍ୟନ୍ତ ଶେଷ ହୋଇନାହିଁ। ଏହି ସମୟରେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ପୁଣି ଥରେ ନିଜର ଦାବିକୁ ଦୋହରାଇଛନ୍ତି। ସେ କହିଛନ୍ତି ଯେ, କାନାଡା ବର୍ତ୍ତମାନ ଭାରତ ସହ ଯୁଦ୍ଧ କରିବାକୁ ଚାହୁଁନାହିଁ କିନ୍ତୁ ଏହି ଗୁରୁତର ପ୍ରସଙ୍ଗରେ ନୂଆଦିଲ୍ଲୀ ସହିତ ଗଠନମୂଳକ କାର୍ଯ୍ୟ କରିବାକୁ ଚାହୁଁଛି।

ଟ୍ରୁଡୋ ଶୁକ୍ରବାର ଗଣମାଧ୍ୟମକୁ ସମ୍ବୋଧିତ କରିବାବେଳେ ଏହା ମଧ୍ୟ ଅଭିଯୋଗ କରିଛନ୍ତି ଯେ ଭାରତ ଭିଏନା ସମ୍ମିଳନୀକୁ ଉଲ୍ଲଂଘନ କରିଛି। ୪୦ରୁ ଅଧିକ କାନାଡିୟ କୂଟନୀତିଜ୍ଞଙ୍କଠାରୁ କୂଟନୈତିକ ପ୍ରତିରକ୍ଷା ପ୍ରତ୍ୟାହାର କରିବାକୁ ନୂଆଦିଲ୍ଲୀ ଧମକ ଦେଇଥିଲା। ଏହା ପରେ କାନାଡା ଏହାର କୂଟନୀତିଜ୍ଞଙ୍କୁ ଭାରତରୁ ସ୍ଥାନାନ୍ତର କରିଥିଲା।

ଚଳିତ ବର୍ଷ ଜୁନ ୧୮ରେ ବ୍ରିଟିଶ କଲମ୍ବିଆରେ ଖାଲିସ୍ତାନୀ ଆତଙ୍କବାଦୀ ନିଜାରଙ୍କୁ ହତ୍ୟା କରାଯାଇଥିଲା। ସେପ୍ଟେମ୍ବରରେ ଟ୍ରୁଡୋ ଦେଶର ସଂସଦକୁ ସମ୍ବୋଧିତ କରିବାବେଳେ ନିଜାର ହତ୍ୟାରେ ଭାରତୀୟ ଏଜେଣ୍ଟଙ୍କ ସମ୍ପୃକ୍ତି ଥିବା ଅଭିଯୋଗ କରିଥିଲେ। ଏହା ପରେ ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ନେଇ ଅନେକ ତିକ୍ତତା ଦେଖାଦେଇଥିଲା। ଭାରତ ୨୦୨୦ରେ ନିଜାରକୁ ଆତଙ୍କବାଦୀ ଘୋଷଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri