ଭାରତ ଉପରେ ଟ୍ରୁଡୋଙ୍କ ଅଭିଯୋଗ ମାମଲା: କାନାଡାକୁ ଦୋଷ ଦେଲା ଶ୍ରୀଲଙ୍କା

କଲମ୍ବୋ,୨୬।୯: ଖଲିସ୍ତର ଆତଙ୍କବାଦୀ ହରଦୀପ ସିଂ ନିଜ୍ଜରଙ୍କ ହତ୍ୟା ସଂପର୍କରେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଭାରତର ସମ୍ପୃକ୍ତି ନେଇ କରିଥିବା ଅଭିଯୋଗକୁ ଶ୍ରୀଲଙ୍କା ଖଣ୍ଡନ କରିଛି। ଶ୍ରୀଲଙ୍କା କାନାଡାକୁ ସିଧାସଳଖ ସମାଲୋଚନା କରିଛି ଏବଂ ଏହାକୁ ଆତଙ୍କବାଦୀଙ୍କ ପାଇଁ ଏକ ସୁରକ୍ଷିତ ସ୍ଥାନ ବୋଲି କହିଛି।
ନ୍ୟୁୟର୍କରେ ମିଳିତ ଜାତିସଂଘ ସାଧାରଣ ସଭା ପରିସରରେ ଭାରତ ଏବଂ କାନାଡା ମଧ୍ୟରେ ହୋଇଥିବା କୂଟନୈତିକ ସଙ୍କଟ ସମ୍ପର୍କରେ ଶ୍ରୀଲଙ୍କା ବୈଦେଶିକ ମନ୍ତ୍ରୀ ଅଲି ସବାରୀ କହିଛନ୍ତି ଯେ, ଉତ୍ତର ଆମେରିକାରେ ଅବସ୍ଥିତ ଏହି ଦେଶରେ ଆତଙ୍କବାଦୀମାନେ ସୁରକ୍ଷିତ ସ୍ଥାନ ପାଇଛନ୍ତି ଏବଂ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଏହିସବୁ ଜିନିଷରୁ ବାହାରକୁ ଆସିବା ପାଇଁ ଏଭଳି ଉତ୍ତେଜନାମୂଳକ ଅଭିଯୋଗ ଆଣିଛନ୍ତି।
ଚଳିତ ବର୍ଷ ଜୁନ ମାସରେ କାନାଡାର ଜଣେ ଖଲିସ୍ତାନୀ ନେତା ହରଦୀପ ସିଂ ନିଜ୍ଜରଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। କାନାଡାର ସରେର ଗୁରୁ ନାନକ ଶିଖ ଗୁରୁଦ୍ୱାର ନିକଟରେ ନିଜାରଙ୍କୁ ଦୁଇଜଣ ଅଜ୍ଞାତ ଆକ୍ରମଣକାରୀ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ତାଙ୍କର ମୃତ୍ୟୁ ଘଟିଥିଲା। ନିଜାରଙ୍କ ହତ୍ୟା ପଛରେ ଭାରତ ସରକାର ଷଡଯନ୍ତ୍ର କରିଥାଇ ପାରନ୍ତି ବୋଲି କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଅଭିଯୋଗ କରିଛନ୍ତି। ଟ୍ରୁଡୋ ଭାରତ ବିରୋଧରେ ଗୁରୁତର ଅଭିଯୋଗ କରିବା ପରେ ଉଭୟ ଦେଶର ମଧ୍ୟରେ ତିକ୍ତତା ବଢିଛି। ତେବେ ଟ୍ରୁଡୋଙ୍କ ଅଭିଯୋଗକୁ ଭାରତ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି। କାନାଡାର ଏହି ଅଭିଯୋଗ ପରେ ଭାରତ ମଧ୍ୟ କାନାଡାର ବରିଷ୍ଠ କୂଟନୀତିଜ୍ଞଙ୍କୁ ୫ ଦିନ ମଧ୍ୟରେ ଦେଶ ଛାଡିବାକୁ ନିର୍ଦ୍ଦେଶ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଏବେ ପାଇପ୍‌ ଖୋଲିଲେ ଆସିବ LPG, ଓଡ଼ିଶାର ଏହି ରୁଟ୍‌ରେ ଆସିବ ପାଇପ୍‌ଲାଇନ

ନୂଆଦିଲ୍ଲୀ,୧୭।୪: ଭାରତ ସରକାର ଦେଶର ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଯୋଗାଣ ଶୃଙ୍ଖଳକୁ ସମ୍ପୂର୍ଣ୍ଣ ରୂପାନ୍ତରିତ କରିବା ଏବଂ ଏହାର ସୁରକ୍ଷା ବୃଦ୍ଧି କରିବା ଦିଗରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri