ରାୟଗଡ଼ା,ବ୍ୟାସନଗରରେ ଟ୍ରୁ-୫ଜି

ଭୁବନେଶ୍ୱର,୨୨ା୩: ଦେଶର ପ୍ରମୁଖ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ପକ୍ଷରୁ ଓଡ଼ିଶାର ରାୟଗଡ଼ା ଓ ବ୍ୟାସନଗରଠାରେ ମଙ୍ଗଳବାର ଟ୍ରୁ-୫ଜିର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଦେଶର ୧୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୪୧ଟି ନୂଆ ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ କରାଯାଇଛି, ଯେଉଁଥିରେ ଓଡ଼ିଶାର ଦୁଇଟି ସହର ରାୟଗଡ଼ା ଓ ବ୍ୟାସନଗର ଅନ୍ତର୍ଭୁକ୍ତ ରହିଛି। ପୂର୍ବରୁ ରାଜ୍ୟର ଭୁବନେଶ୍ୱର, କଟକ, ରାଉରକେଲା, ବ୍ରହ୍ମପୁର, ସମ୍ବଲପୁର, ବାଲେଶ୍ୱର, ବାରିପଦା, ଭଦ୍ରକ, ଝାରସୁଗୁଡ଼ା, ପୁରୀ, ବଲାଙ୍ଗୀର, ନାଲ୍‌କୋ-ଅନୁଗୋଳ, ତାଳଚେର, ସୁନ୍ଦରଗଡ଼, ଭବାନୀପାଟଣା, ଜଟଣୀ ଓ ଖୋର୍ଦ୍ଧା ଭଳି ସହରରେ ଜିଓ ଟ୍ରୁ ୫ଜି ସେବାର ଶୁଭାରମ୍ଭ କରାଯାଇସାରିଛି। ଏପରିକି ଉପରୋକ୍ତ ସହରଗୁଡ଼ିକ ମଧ୍ୟରୁ ଅଧିକାଂଶ ସହରରେ ଜିଓ ପ୍ରଥମ ଟେଲିକମ୍‌ ଅପରେଟର ଭାବେ ଭବିଷ୍ୟତଧର୍ମୀ ଓ ଅତ୍ୟାଧୁନିକ ଟ୍ରୁ-୫ଜି ସେବାକୁ ପହଞ୍ଚାଇଛି। ଏ ସମ୍ପର୍କରେ ଜିଓର ପ୍ରବକ୍ତା କହିଛନ୍ତି, ନିୟୁତାଧିକ ଗ୍ରାହକଙ୍କ ଦ୍ୱାରା ଜିଓ ଟ୍ରୁ-୫ଜି ଗ୍ରହଣୀୟ ହେଉଥିବା ଜାଣି ଆମେ ଅତ୍ୟନ୍ତ ଉତ୍ସାହିତ ଏବଂ ଆମର ବିଶ୍ୱାସ ରହିଛି ଯେ କମ୍ପାନୀ ନେଟ୍‌ୱର୍କର ରୂପାନ୍ତରଣ ସୃଷ୍ଟିକାରୀ ଶକ୍ତି ବିବିଧ ଡିଜିଟାଲ ଟଚ୍‌ ପଏଣ୍ଟ ଜରିଆରେ ସେମାନଙ୍କ ଜୀବନରେ ଉନ୍ନତି ଆଣିବ। ଆମେ ଚାହୁଁଛୁ ୨୦୨୩ ରେ ପ୍ରତିଟି ଭାରତୀୟ ଜିଓ ଟ୍ରୁ-୫ଜି ପ୍ରଯୁକ୍ତିର ରୂପାନ୍ତରିତ ଲାଭକୁ ଉପଭୋଗ କରନ୍ତୁ। ନିଜ ଅଞ୍ଚଳକୁ ଡିଜିଟାଇଜ୍‌ କରିବାରେ ସମର୍ଥନ ପ୍ରଦାନ କରିଥିବାରୁ ସମସ୍ତ ରାଜ୍ୟ ସରକାର ଏବଂ ପ୍ରଶାସନ ନିକଟରେ ଆମେ କୃତଜ୍ଞ ହୋଇରହିବୁ। ବିନା କୌଣସି ଅତିରିକ୍ତ ମୂଲ୍ୟରେ ୧ଜିବିପିଏସ୍‌ରୁ ଅଧିକ ସ୍ପିଡ୍‌ର ଅସୀମିତ ଡାଟାର ଅନୁଭୂତି ହାସଲ କରିବା ଲାଗି ୨୦୨୩ ମାର୍ଚ୍ଚ ୨୧ଠାରୁ ଉପରୋକ୍ତ ୪୧ଟି ସହରରେ ଜିଓ ବ୍ୟବହରକାରୀମାନଙ୍କୁ ଜିଓ ୱେଲକମ୍‌ ଅଫରରେ ଆମନ୍ତ୍ରଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?