ମୁକେଶ ଅମ୍ବାନୀଙ୍କୁ ଧନ୍ୟବାଦ ଜଣାଇଲେ ଟ୍ରମ୍ପ, ଆମେରିକାରେ ରିଲାଏନ୍ସର ବିଶାଳ ପୁଞ୍ଜିନିବେଶ

ନୂଆଦିଲ୍ଲୀ,୧୧ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶର ଶକ୍ତି କ୍ଷେତ୍ରରେ ଏକ ଐତିହାସିକ ପଦକ୍ଷେପ ଘୋଷଣା କରିଛନ୍ତି। ଆମେରିକାର ଟେକ୍ସାସ ସ୍ଥିତ ବ୍ରାଉନ୍ସଭିଲ୍ ଠାରେ ଏକ ବିଶାଳ ତୈଳ ବିଶୋଧନାଗାର ନିର୍ମାଣ ପାଇଁ $୩୦୦ ବିଲିୟନର (ପ୍ରାୟ ୨୫ ଲକ୍ଷ କୋଟି ଟଙ୍କା) ଏକ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ଏହି ବୃହତ ପ୍ରକଳ୍ପ ପାଇଁ ଟ୍ରମ୍ପ ଭାରତ ଏବଂ ଏହାର ସର୍ବବୃହତ ଘରୋଇ ଶକ୍ତି କମ୍ପାନୀ ‘ରିଲାଏନ୍ସ’କୁ ସ୍ୱତନ୍ତ୍ର ଭାବେ ଧନ୍ୟବାଦ ଜଣାଇଛନ୍ତି।

ଗତ ୫୦ ବର୍ଷ ମଧ୍ୟରେ ଆମେରିକାରେ ଏହା ପ୍ରଥମ ସମ୍ପୂର୍ଣ୍ଣ ନୂତନ ତୈଳ ବିଶୋଧନାଗାର ହେବ। ଟ୍ରମ୍ପ ଏହାକୁ “ଆମେରିକା ଫାଷ୍ଟ୍ ରିଫାଇନିଂ” ଭାବେ ନାମିତ କରିବା ସହ ଏହା ବିଶ୍ୱର ସବୁଠାରୁ ସ୍ୱଚ୍ଛ ବିଶୋଧନାଗାର ହେବ ବୋଲି ଦାବି କରିଛନ୍ତି। ଏହି ପ୍ରକଳ୍ପ ଦ୍ୱାରା ଦକ୍ଷିଣ ଟେକ୍ସାସ ଅଞ୍ଚଳରେ ହଜାର ହଜାର ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ହେବା ସହ ଆର୍ଥିକ ଅଭିବୃଦ୍ଧି ଘଟିବ।

ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ-ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁଁ ‘ଷ୍ଟ୍ରେଟ୍ ଅଫ୍ ହର୍ମୁଜ’ ଦେଇ ତୈଳ ପରିବହନ ବନ୍ଦ ରହିଛି। ଏଭଳି ସଙ୍କଟ ସମୟରେ ଆମେରିକା ନିଜର ଶକ୍ତି ସ୍ୱାବଲମ୍ବୀତା ବଢ଼ାଇବା ପାଇଁ ଏହି ବଡ଼ ନିଷ୍ପତ୍ତି ନେଇଛି।

ଟ୍ରମ୍ପଙ୍କ ଲେଖିଛନ୍ତି “ଭାରତୀୟ ସହଭାଗୀ ଏବଂ ରିଲାଏନ୍ସକୁ ଏହି ଅଦ୍ଭୁତପୂର୍ବ ପୁଞ୍ଜିନିବେଶ ପାଇଁ ଧନ୍ୟବାଦ। ଏହା ଆମେରିକାର ଶକ୍ତି ପ୍ରାଧାନ୍ୟକୁ ପୁନଃପ୍ରତିଷ୍ଠିତ କରିବ।”


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?