ଆମେରିକା ରାଷ୍ଟ୍ରପତି ନିର୍ବାଚନ: ଚାଲିଛି ଗଣତି, ଟ୍ରମ୍ପ୍‌-ବାଇଡେନ କଡ଼ା ଟକ୍କର

ଓ୍ବାଶିଂଟନ,୪ା୧୧: ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି କିଏ ହେବ ସେନେଇ ସମଗ୍ର ବିଶ୍ୱବାସୀଙ୍କ ନଜର ରହିଛି। ଆମେରିକାରେ ରାଷ୍ଟ୍ରପତି ହେବା ପାଇଁ ମୋଟ୍‌ ୨୭୦ ଇଲେକ୍ଟୋରାଲ ଭୋଟ୍‌ ଆବଶ୍ୟକ। ତେବେ ଏନେଇ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବାଇଡେନଙ୍କ ମଧ୍ୟରେ କଡ଼ା ଟକ୍କର ଚାଲିଛି। ସନ୍ଧ୍ୟା ୫ଟା ସୁଦ୍ଧା ଜୋ ବାଇଡେନ ୨୩୮ଟି ଇଲେକ୍ଟୋରାଲ ଭୋଟ୍‌ ପାଇଥିବା ବେଳେ ଟ୍ରମ୍ପ ୨୧୩ଟି ଇଲେକ୍ଟୋରାଲ ଭୋଟ୍‌ ପାଇଛନ୍ତି।

ଏକ ରିପୋର୍ଟ ଅନୁଯାୟୀ, ପ୍ରାଥମିକ ପର୍ଯ୍ୟାୟରେ ଡେମୋକ୍ରାଟିକ୍‌ ପ୍ରାର୍ଥୀ ଜୋ ବାଇଡେନ ଟ୍ରମ୍ପଙ୍କ ଠାରୁ ବହୁ ଆଗରେ ରହିଥିଲେ। କିନ୍ତୁ ପରେ ଏହି ସଂଖ୍ୟାରେ ପରିବର୍ତ୍ତନ ଆସିଛି । ଟ୍ରମ୍ପ ଅଲବାମା, ମିସିସିପି, ଓକଲାହାମା ଏବଂ ଟେନେସିରେ ବିଜୟୀ ହୋଇଛନ୍ତି ।

ସେହିପରି ବାଇଡେନ କନେକ୍ଟିକଟ, ଡେଲାବେୟର, ଇଲିନୋଇସ, ମେରିଲାଣ୍ଡ, ମାସାଚୁସେଟସ, ନ୍ୟୁଜର୍ସି ଏବଂ ରୋଡ୍‌ ଆଇଲାଣ୍ଡ ରାଜ୍ୟରେ ବିଜୟୀ ହୋଇଛନ୍ତି। କେଂଟୁକି ଏବଂ ଇଣ୍ଡିଆନାରେ ଟ୍ରମ୍ପ ବିଜୟୀ ହୋଇଛନ୍ତି। ଆରକାନାସରେ ଟ୍ରମ୍ପ, ନ୍ୟୁୟର୍କରେ ଜୋ ବାଇଡେନ ବିଜୟୀ ହୋଇଛନ୍ତି। ଏଥିସହ ଅନେକ ନାଗରିକ ମେଲ ଇନ୍‌ ବାଲାଟ ଓ ପୋଷ୍ଟାଲ ମାଧ୍ୟମରେ ଭୋଟ୍‌ ଦେଇଛନ୍ତି। ଏହାର ଗଣତି ବର୍ତ୍ତମାନ ସୁଦ୍ଧା ସରିନାହିଁ। ଏହାକୁ ମିଶାଇଲେ ଚୂଡ଼ାନ୍ତ ଫଳାଫଳ ଆସିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri