ଆମେରିକା ରାଷ୍ଟ୍ରପତି ନିର୍ବାଚନ: ଚାଲିଛି ଗଣତି, ଟ୍ରମ୍ପ୍‌-ବାଇଡେନ କଡ଼ା ଟକ୍କର

ଓ୍ବାଶିଂଟନ,୪ା୧୧: ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି କିଏ ହେବ ସେନେଇ ସମଗ୍ର ବିଶ୍ୱବାସୀଙ୍କ ନଜର ରହିଛି। ଆମେରିକାରେ ରାଷ୍ଟ୍ରପତି ହେବା ପାଇଁ ମୋଟ୍‌ ୨୭୦ ଇଲେକ୍ଟୋରାଲ ଭୋଟ୍‌ ଆବଶ୍ୟକ। ତେବେ ଏନେଇ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବାଇଡେନଙ୍କ ମଧ୍ୟରେ କଡ଼ା ଟକ୍କର ଚାଲିଛି। ସନ୍ଧ୍ୟା ୫ଟା ସୁଦ୍ଧା ଜୋ ବାଇଡେନ ୨୩୮ଟି ଇଲେକ୍ଟୋରାଲ ଭୋଟ୍‌ ପାଇଥିବା ବେଳେ ଟ୍ରମ୍ପ ୨୧୩ଟି ଇଲେକ୍ଟୋରାଲ ଭୋଟ୍‌ ପାଇଛନ୍ତି।

ଏକ ରିପୋର୍ଟ ଅନୁଯାୟୀ, ପ୍ରାଥମିକ ପର୍ଯ୍ୟାୟରେ ଡେମୋକ୍ରାଟିକ୍‌ ପ୍ରାର୍ଥୀ ଜୋ ବାଇଡେନ ଟ୍ରମ୍ପଙ୍କ ଠାରୁ ବହୁ ଆଗରେ ରହିଥିଲେ। କିନ୍ତୁ ପରେ ଏହି ସଂଖ୍ୟାରେ ପରିବର୍ତ୍ତନ ଆସିଛି । ଟ୍ରମ୍ପ ଅଲବାମା, ମିସିସିପି, ଓକଲାହାମା ଏବଂ ଟେନେସିରେ ବିଜୟୀ ହୋଇଛନ୍ତି ।

ସେହିପରି ବାଇଡେନ କନେକ୍ଟିକଟ, ଡେଲାବେୟର, ଇଲିନୋଇସ, ମେରିଲାଣ୍ଡ, ମାସାଚୁସେଟସ, ନ୍ୟୁଜର୍ସି ଏବଂ ରୋଡ୍‌ ଆଇଲାଣ୍ଡ ରାଜ୍ୟରେ ବିଜୟୀ ହୋଇଛନ୍ତି। କେଂଟୁକି ଏବଂ ଇଣ୍ଡିଆନାରେ ଟ୍ରମ୍ପ ବିଜୟୀ ହୋଇଛନ୍ତି। ଆରକାନାସରେ ଟ୍ରମ୍ପ, ନ୍ୟୁୟର୍କରେ ଜୋ ବାଇଡେନ ବିଜୟୀ ହୋଇଛନ୍ତି। ଏଥିସହ ଅନେକ ନାଗରିକ ମେଲ ଇନ୍‌ ବାଲାଟ ଓ ପୋଷ୍ଟାଲ ମାଧ୍ୟମରେ ଭୋଟ୍‌ ଦେଇଛନ୍ତି। ଏହାର ଗଣତି ବର୍ତ୍ତମାନ ସୁଦ୍ଧା ସରିନାହିଁ। ଏହାକୁ ମିଶାଇଲେ ଚୂଡ଼ାନ୍ତ ଫଳାଫଳ ଆସିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri