ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଏହି ସାମରିକ ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଇରାନର ସାଧାରଣ ଜନତାଙ୍କୁ “ସ୍ବାଧୀନତା” ବା ମୁକ୍ତି ପ୍ରଦାନ କରିବା।
ଓ୍ବାଶିଂଟନ ପୋଷ୍ଟକୁ ଟ୍ରମ୍ପ ଫୋନ ଯୋଗେ ଜଣାଇଛନ୍ତି ଯେ “ମୁଁ କେବଳ ଲୋକମାନଙ୍କ ପାଇଁ ସ୍ବାଧୀନତା ଚାହୁଁଛି। ମୁଁ ଏକ ସୁରକ୍ଷିତ ଦେଶ ଚାହୁଁଛି ଏବଂ ଆମେ ତାହା ହାସଲ କରିବୁ।” ଆକ୍ରମଣ ପୂର୍ବରୁ ଟ୍ରମ୍ପ ଇରାନ ସେନାକୁ ଅସ୍ତ୍ରଶସ୍ତ୍ର ତ୍ୟାଗ କରି ଆତ୍ମସମର୍ପଣ କରିବାକୁ କହିଥିଲେ। ନଚେତ “ନିଶ୍ଚିତ ମୃତ୍ୟୁ”ର ସମ୍ମୁଖୀନ ହେବାକୁ ଚେତାବନୀ ଦେଇଥିଲେ।
ଏବେ ଟ୍ରମ୍ପ ଇରାନବାସୀଙ୍କୁ ଘର ଭିତରେ ସୁରକ୍ଷିତ ରହିବାକୁ କହିଛନ୍ତି, କାରଣ ‘ସବୁଆଡ଼େ ବୋମା ମାଡ଼ ହେବ।’ ସେ ଏହାକୁ ନିଜ ସରକାର ବିରୋଧରେ ସ୍ବର ଉତ୍ତୋଳନ କରିବାର ଏକ ଐତିହାସିକ ସୁଯୋଗ ବୋଲି ଦର୍ଶାଇଛନ୍ତି।
ଏୟାରବସ ଡିଫେନ୍ସ ଏଣ୍ଡ ସ୍ପେସ ପକ୍ଷରୁ ଜାରି ହାଇ-ରିଜୋଲ୍ୟୁସନ ସାଟେଲାଇଟ ଚିତ୍ରରେ ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ସରକାରୀ ବାସଭବନ ପରିସରରେ ବ୍ୟାପକ କ୍ଷୟକ୍ଷତି ଦେଖିବାକୁ ମିଳିଛି। ବାସଭବନ କମ୍ପାଉଣ୍ଡର ଅନେକ ଗୁରୁତ୍ୱପୂର୍ଣ୍ଣ ଅଟ୍ଟାଳିକା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଥିବା ଏବଂ ସେଠାରୁ କଳା ଧୂଆଁ ବାହାରୁଥିବା ଦେଖାଯାଉଛି।
ଇରାନ ବୈଦେଶିକ ମନ୍ତ୍ରୀ ସୟଦ ଅବ୍ବାସ ଅରାଗଚି ଅଭିଯୋଗ କରିଛନ୍ତି ଯେ, ଏହି ଆକ୍ରମଣରେ ଏକ ବାଳିକା ପ୍ରାଥମିକ ସ୍କୁଲ ଉପରେ ବୋମାମାଡ଼ ହୋଇଛି, ଯେଉଁଥିରେ ପ୍ରାୟ ୫୦ ଜଣଙ୍କର ମୃତ୍ୟୁ ଘଟିଛି। ଆମେରିକା ଓ ଇସ୍ରାଏଲର ଆକ୍ରମଣର କିଛି ସମୟ ପରେ ଇରାନ ମଧ୍ୟ ମଧ୍ୟପ୍ରାଚ୍ୟରେ ଥିବା ଆମେରିକୀୟ ସୈନ୍ୟ ଘାଟିଗୁଡ଼ିକ ଉପରେ ଜବାବୀ ମିସାଇଲ ମାଡ଼ କରିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧରେ ଇରାନ ବିପର୍ଯ୍ୟସ୍ତ: ଏହି ୫ ଉପସାଗରୀୟ ଦେଶଠାରୁ ଦାବି କଲା କ୍ଷତିପୂରଣ

ତେହରାନ୍‌,୧୫।୪: ପାଞ୍ଚଟି ଉପସାଗରୀୟ ଦେଶ ବିରୁଦ୍ଧରେ  ଇରାନ ଗମ୍ଭୀର ଅଭିଯୋଗ ଆଣିଛି। ଇରାନ ଦାବି କରିଛି ଯେ ଆମେରିକା ଏବଂ ଇସ୍ରାଏଲ ଦ୍ୱାରା ଫେବୃଆରୀ ୨୮ରେ ହୋଇଥିବା…

ମୋଦିଙ୍କ ସହ କଥା ହେବା ପରେ ପାକିସ୍ତାନକୁ ଜୋରଦାର ଝଟ୍‌କା ଦେଲା ଆମେରିକା, ବିଶ୍ୱରେ ଚହଳ!

ଓ଼୍ବାଶିଂଟନ,୧୫।୪: ଆମେରିକା ହର୍ମୁଜ ପ୍ରଣାଳୀ ଦେଇ ଯିବାକୁ ଚେଷ୍ଟା କରୁଥିବା ଦୁଇଟି ପାକିସ୍ତାନୀ ଜାହାଜକୁ ଫେରାଇ ଦେଇଛି। ଏହାକୁ ପାକିସ୍ତାନ ପାଇଁ ଏକ ବଡ଼ ବିପର୍ଯ୍ୟୟ ଭାବରେ…

ପବନ ଖେରାଙ୍କୁ ବଡ଼ ଝଟ୍‌କା: ଆଗୁଆ ଜାମିନ ଆଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: କଂଗ୍ରେସ ନେତା ପବନ ଖେରାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା ଲାଗିଛି। ସୁପ୍ରିମକୋର୍ଟ ତେଲଙ୍ଗାନା ହାଇକୋର୍ଟଙ୍କ ଅନ୍ତରୀଣ ଜାମିନ ପ୍ରଦାନ ଆଦେଶ ଉପରେ ସ୍ଥଗିତାଦେଶ ଲଗାଇଛନ୍ତି। କୋର୍ଟ…

ଯୁଦ୍ଧ ମଧ୍ୟରେ ଟ୍ରମ୍ପକୁ ଅପମାନିତ କଲା ଏହି ମୁସଲିମ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରିଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାମ୍ନାରେ ଲଜ୍ଜା କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ୟୁରୋପୀୟ ଦେଶଗୁଡ଼ିକ ଗ୍ରୀନଲ୍ୟାଣ୍ଡର ତାଙ୍କ…

ଲଜ୍ଜାଜନକ ରେକର୍ଡ କଲା KKR: IPL ଇତିହାସରେ ଯାହା କେବେ ଘଟି ନ ଥିଲା…

ନୂଆଦିଲ୍ଲୀ,୧୫।୪: IPL 2026ର ୨୨ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ (KKR) ଚେନ୍ନାଇ ସୁପର କିଙ୍ଗ୍ସ (CSK) ବିପକ୍ଷରେ ୩୨ ରନରେ ପରାଜୟ ବରଣ କରିଛି। ଏହା…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ବଡ଼ ରେକର୍ଡ କଲେ ସମ୍ରାଟ ଚୌଧୁରୀ: ପ୍ରଥମଥର ବିହାରରେ…

ପାଟନା,୧୫।୪: ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ତାରାପୁର ବିଧାୟକ ସମ୍ରାଟ ଚୌଧୁରୀ ବିହାରର ୨୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ଶପଥ…

ମା’ରାମଚଣ୍ଡୀଙ୍କ ସାମ୍ନାରେ ରଡ଼ ନିଆଁରେ ଚାଲିଲେ ସେବକ: ୭ଥର ପରେ ଘଟିଲା…

ମହାକାଳପଡ଼ା,୧୫ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ପୀଠରେ ଝାମୁଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୋର ସାଢ଼େ ଚାରିଟାରୁ ମନ୍ଦିର…

ଡବେରୀ ଜଳ ସମସ୍ୟାର ହେବ ସମାଧାନ: ପଦକ୍ଷେପ ନେଲା ପ୍ରଶାସନ

ଦାରିଙ୍ଗବାଡି,୧୪।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଡବେରୀରେ ଜଳ ସମସ୍ୟାର ସମାଧାନ ପାଇଁ ବ୍ଲକ ପ୍ରଶାସନ ପଦକ୍ଷେପ ନେଇଛି। ପ୍ରଥମ ପର୍ଯ୍ୟାୟରେ ଜଳ ଅଭାବ ସ୍ଥାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri