ମୋଦିଙ୍କ ଟେକ୍‌ନିକ୍‌ କପି କଲେ ଟ୍ରମ୍ପ! ପ୍ରଶଂସାରେ ପୋତି ପକାଇଲା ଇସ୍କନ

ନ୍ୟୁୟର୍କ,୨।୧୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଦୀପାବଳିକୁ ନେଇ ଏକ ବାର୍ତ୍ତା ଦେଇଛନ୍ତି। ଏହା ଉପରେ ଆମେରିକାରେ ରହୁଥିବା ହିନ୍ଦୁ ସମୂହ ଟ୍ରମ୍ପଙ୍କୁ ପ୍ରଶଂସା କରିଛନ୍ତି। ହିନ୍ଦୁ ଆମେରିକୀୟ ସମୂହ ଟ୍ରମ୍ପଙ୍କ ଆମେରିକା ଏବଂ ବାଂଲାଦେଶ ସମେତ ସମଗ୍ର ବିଶ୍ୱରେ ହିନ୍ଦୁମାନଙ୍କର ମାନବିକ ଅଧିକାରର ସୁରକ୍ଷା ପାଇଁ ଦେଇଥିବା ପ୍ରତିଶ୍ରୁତିକୁ ପ୍ରଶଂସା କରିଛନ୍ତି।

ଟ୍ରମ୍ପ ‘ବାଂଲାଦେଶର ହିନ୍ଦୁ, ଖ୍ରୀଷ୍ଟିଆନ ଏବଂ ଅନ୍ୟାନ୍ୟ ସଂଖ୍ୟାଲଘୁ ସମ୍ପ୍ରଦାୟ ପ୍ରତି ହୋଇଥିବା ବର୍ବର ହିଂସାକୁ ଦୃଢ ନିନ୍ଦା କରିଛନ୍ତି। ସେ କହିଛନ୍ତି, ସେଠାରେ ସମ୍ପୂର୍ଣ୍ଣ ଅରାଜକତା ପରିସ୍ଥିତି ରହିଛି। ଏହା ମୋ ଅଧୀନରେ କେବେ ହୋଇନାହିଁ। କମଲା ହାରିସ ଏବଂ ଜୋ ବାଇଡେନ ସମଗ୍ର ବିଶ୍ୱରେ ଏବଂ ଆମେରିକାରେ ହିନ୍ଦୁମାନଙ୍କୁ ଅଣଦେଖା କରିଛନ୍ତି।

କିନ୍ତୁ ଆମେ କଟରପନ୍ଥୀ ବାମପନ୍ଥୀଙ୍କୁ ଧର୍ମ ବିରୋଧୀ ଏଜେଣ୍ଡାରୁ ହିନ୍ଦୁ ଆମେରିକୀୟମାନଙ୍କୁ ରକ୍ଷା କରିବୁ। ଆମେ ଅପାଣଙ୍କର ସ୍ବାଧୀନତା ପାଇଁ ଲଢିବୁ। ମୋର ଶାସନ ଅଧୀନରେ ଆମେ ଭାରତ ଏବଂ ମୋର ଭଲ ବନ୍ଧୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଆମର ମହାନ ସହଭାଗିତାକୁ ମଜବୁତ କରିବୁ ବୋଲି ଟ୍ରମ୍ପ କହିଛନ୍ତି।

ତେବେ ଏହାକୁ ନେଇ ହିନ୍ଦୁଜ ଫର ଆମେରିକା ଫାଷ୍ଟର ସଂସ୍ଥାପକ ଓ ଅଧ୍ୟକ୍ଷ ଉତ୍ସବ ସନ୍ଦୁଜା ଟ୍ରମ୍ପଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ମୁଁ ପୂର୍ବତନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ବହୁତ କୃତଜ୍ଞ। ମୁଁ ତାଙ୍କର ସବୁବେଳେ ପ୍ରଶଂସା କରିବି। ଏହା ନିରାଶାଜନକ ଯେ କମଲା ହାରିସ ଏହି ପ୍ରସଙ୍ଗରେ କିଛି କହୁ ନାହାନ୍ତି। ମୁଁ ଭାବୁଛି ଏହି ନିର୍ବାଚନରେ ଏକ ବଡ ପରିବର୍ତ୍ତନ ଆଣିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri