ନିଜର ପୂର୍ବ ଆଇନଜୀବୀଙ୍କ ବିରୋଧରେ ୫୦ କୋଟି ଡଲାରର ମାମଲା ରୁଜୁ କଲେ ଟ୍ରମ୍ପ୍‌…

ଓ୍ବାଶିଂଟନ,୧୩।୪ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପୂର୍ବ ଆଇନଜୀବୀଙ୍କ ବିରୋଧରେ ମାମଲା ରୁଜୁ କରିଛନ୍ତି। ଖବର ଅନୁଯାୟୀ ଡୋନାଲ୍ଡ ଟ୍ରମ୍ପ ତାଙ୍କ ପୂର୍ବତନ ଆଇନଜୀବୀ ମାଇକେଲ କୋହେନଙ୍କ ବିରୋଧରେ ୫୦ କୋଟି ଡଲାର କ୍ଷତିପୂରଣ ମକଦ୍ଦମା ଦାଏର କରିଛନ୍ତି। ଆମେରିକାର ଫ୍ଲୋରିଡା କୋର୍ଟରେ ଟ୍ରମ୍ପ ଏହି ମକଦ୍ଦମା ଦାୟର କରିଛନ୍ତି। ଟ୍ରମ୍ପ ଅଭିଯୋଗ କରିଛନ୍ତି କୋହେନ ଆଇନଜୀବୀ ଏବଂ କ୍ଲାଏଣ୍ଟଙ୍କ ମଧ୍ୟରେ ଥିବା ଗୋପନୀୟ ଚୁକ୍ତିନାମାକୁ ଉଲ୍ଲଂଘନ କରିଛନ୍ତି।

ଏହି ମାମଲାରେ ଟ୍ରମ୍ପ କୋହେନଙ୍କୁ ନେଇ ଅଭିଯୋଗ କରିଛନ୍ତି, ସେ ତାଙ୍କ ବିରୋଧରେ ବିଭ୍ରାନ୍ତିକର କାହାଣୀ ପ୍ରଚାର କରୁଛନ୍ତି, ଯାହା ତାଙ୍କ ଭାବମୂର୍ତ୍ତିକୁ ବହୁତ କ୍ଷତି ପହଞ୍ଚାଇଛି। ମୁଁ ଏହି ମକଦ୍ଦମା ଦାୟର କରିଛି କାରଣ କୋହେନ ତାଙ୍କ ଅସଦାଚରଣ ସହ ସମସ୍ତ ସୀମା ଅତିକ୍ରମ କରିଛନ୍ତି ଏବଂ ତାଙ୍କ ବିରୋଧରେ ମକଦ୍ଦମା ଦାୟର କରିବା ବ୍ୟତୀତ ମୋ ପାଖରେ ଅନ୍ୟ କୌଣସି ବିକଳ୍ପ ନାହିଁ ବୋଲି ଟ୍ରମ୍ପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଦ୍ଧରେ ମୃତ ଭାରତୀୟଙ୍କ ପରିବାରକୁ କେନ୍ଦ୍ର ସାହାଯ୍ୟ କରିବା ଉଚିତ’: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୭: ସୁପ୍ରିମକୋର୍ଟ ରୁଷିଆ-ୟୁକ୍ରେନ ଯୁଦ୍ଧରେ ଶୁକ୍ରବାର ଆହତ ହୋଇଥିବା ଭାରତୀୟଙ୍କ ପରିବାରକୁ ସହାୟତା କରିବା ପାଇଁ ଜଣେ ନୋଡାଲ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ…

ସ୍ତ୍ରୀଙ୍କୁ ଛାଡ଼ିବା ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଓମାର ଅବଦୁଲ୍ଲା: ଆଗକୁ…

ଶ୍ରୀନଗର,୩୧।୭: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଖୁବଶୀଘ୍ର ତାଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଏନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

ଭାରତ ସହ ମିଶି ବାଂଲାଦେଶ-ରୁଷିଆ ନେଲା ବଡ଼ ନିଷ୍ପତ୍ତି, ଆମେରିକା ହୋଇଗଲା କାବା!

ନୂଆଦିଲ୍ଲୀ,୩୧।୭: ରୁଷ୍‌ର ପୁଟିନ୍ ସରକାର ବାଂଲାଦେଶକୁ ଭାରତୀୟ ଟଙ୍କା (INR)ରେ ବ୍ୟାପାରିକ ନେଣଦେଣ ଏବଂ ଋଣ ପରିଶୋଧ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବ ଅଧୀନରେ ବାଂଲାଦେଶରେ…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

ଆସନ୍ତାକାଲି ଖୋଲିବ ଭିତରକନିକା, ଭ୍ରମଣର ମଜା ନେଇପାରିବେ ପର୍ଯ୍ୟଟକ

କେନ୍ଦ୍ରାପଡ଼ା,୩୧ା୭: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଶନିବାର ଖୋଲିବ କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ପୁଣି ଥରେ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri