ମୋଦିଙ୍କୁ ବହି ଉପହାର ଦେଲେ ଟ୍ରମ୍ପ: ଜାଣନ୍ତୁ ଏଥିରେ କ’ଣ ଅଛି

ଓ୍ବାଶିଂଟନ୍‌,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଛନ୍ତି। ଏହି ସମୟରେ ଉଭୟ ନେତା ପରସ୍ପରର ପ୍ରଶଂସା କରିଥିଲେ। ତୃତୀୟ ଥର ପାଇଁ ଆମେରିକାର ରାଷ୍ଟ୍ରପତି ନିର୍ବାଚିତ ହେବା ପାଇଁ ପ୍ରଧାନମନ୍ତ୍ରୀ ମୋଦି ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଥିବା ବେଳେ, ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ତାଙ୍କର ବନ୍ଧୁ ବୋଲି କହିଥିଲେ।
ଭେଟଘାଟ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ବହି ଉପହାର ଦେଇଛନ୍ତି ଟ୍ରମ୍ପ। ଏହି ବହିଟିର ନାଁ ରହିଛି ଆୱାର ଜର୍ଣ୍ଣି ଟୁଗେଦର। ଓ୍ବାଶିଂଟନ୍‌ ଡିସିରେ ମୋଦିଙ୍କୁ ଏହି ପୁସ୍ତକ ପ୍ରଦାନ କରିଛନ୍ତି ଟ୍ରମ୍ପ । ଏଥିରେ ଦୁଇ ବନ୍ଧୁଙ୍କ ବିଭିନ୍ନ ସମୟର ଫଟୋ ରହିଛି । ହାୱଡି ମୋଦି ଓ ନମସ୍ତେ ଟ୍ରମ୍ପ କାର୍ଯ୍ୟକ୍ରମ ସମୟରେ ଦୁଇ ନେତାଙ୍କର ସ୍ମରଣୀୟ ଫଟୋ ସ୍ଥାନ ପାଇଛି। ଏହାଛଡ଼ା ବହିଟିରେ ନିଜ ହସ୍ତାକ୍ଷର ସହ ଟ୍ରମ୍ପ ମୋଦିଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି- ମିଷ୍ଟର ପ୍ରାଇମ ମିନିଷ୍ଟର ୟୁ ଆର୍‌ ଗ୍ରେଟ।

ଟ୍ରମ୍ପ ଦ୍ୱିତୀୟ ଥର ରାଷ୍ଟ୍ରପତି ହେବା ପରେ ମୋଦିଙ୍କ ଏହା ପ୍ରଥମ ଆମେରିକା ଗସ୍ତ। ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ମୋଦି-ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା ହୋଇଛି। ଭାରତ-ଆମେରିକା ସମ୍ପର୍କ ଆହୁରି ଦୃଢ ପାଇଁ ଆହ୍ବାନ ଦେଇଛନ୍ତି ଉଭୟ ନେତା।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

୧୦ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର, ପେପରଲେସ୍‌ ହେବ ଅଫିସ କାର୍ଯ୍ୟ

ଭୁବନେଶ୍ବର,୧୨ା୮: ରାଜ୍ୟ କ୍ୟାବିନେଟ୍‌ରେ ବୁଧବାର ୬ ବିଭାଗର ୧୦ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ବୈଠକ ପରେ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ…

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri