ଅଭିଯୋଗକୁ ରାଜନୈତିକ ଅସ୍ତ୍ର କରି ରାଷ୍ଟ୍ରପତି ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିଛନ୍ତି ଟ୍ରମ୍ପ…

ଓ୍ବାଶିଂଟନ,୬।୪ : ଡୋନାଲ୍ଡ ଟ୍ରମ୍ପ ନିଜ ବିରୋଧରେ ଅଭିଯୋଗକୁ ଏକ ରାଜନୈତିକ ଅସ୍ତ୍ର କରି ୨୦୨୪ ରାଷ୍ଟ୍ରପତି ନିର୍ବାଚନ ପାଇଁ ନୂତନ ରଣନୀତି ପ୍ରସ୍ତୁତ କରିଛନ୍ତି ବୋଲି ଚର୍ଚ୍ଚା ହେଉଛି। ଯେଉଁମାନେ ଡୋନାଲ୍ଡ ଟ୍ରମ୍ପଙ୍କୁ ଜାଣନ୍ତି ସେମାନେ କେବେ ମଧ୍ୟ ଏଭଳି ଚର୍ଚ୍ଚା ନେଇ ଆଶ୍ଚର୍ଯ୍ୟ ପ୍ରକଟ କରିବେ ନାହିଁ। କାରଣ ସେମାନେ ଜାଣନ୍ତି ଟ୍ରମ୍ପ ନିଜର ପ୍ରଚାର ପାଇଁ ସବୁ କିଛି କରିପାରିବେ।

ତାଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ନେଇ ଟ୍ରମ୍ପ ଏକ ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛନ୍ତି, ଯାହା ସେ ରାଷ୍ଟ୍ରପତି ନିର୍ବାଚନ ପାଇଁ ବ୍ୟବହାର କରୁଛନ୍ତି। ତାଙ୍କ ୱେବସାଇଟ ରେ ଏକ ଟି-ଶର୍ଟ ଲଞ୍ଚ କରାଯାଇଛି, ଯେଉଁଥିରେ ଲେଖା ଅଛି – ନଟ ଗିଲ୍ଟି(ଦୋଷୀ ନୁହେଁ )। ଏହି ଟି-ଶର୍ଟର ବିକ୍ରି ସେ ମ୍ୟାନହଟନ କୋର୍ଟରେ ପହଞ୍ଚିବାର କିଛି ମିନିଟ ପରେ ଆରମ୍ଭ ହୋଇଥିଲା।

ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ମୁକ୍ତ କରାଯାଇଛି। ପର୍ନ ଷ୍ଟାର ଷ୍ଟର୍ମୀ ଡାନିଏଲ୍ସଙ୍କ ସହ ଜଡିତ ଅପରାଧିକ ମାମଲା ପାଇଁ ଟ୍ରମ୍ପ ମ୍ୟାନହଟନ କୋର୍ଟରେ ପହଞ୍ଚିବା ପରେ ତାଙ୍କୁ ଗିରଫ କରାଯାଇଥିଲା। ୨୦୨୪ ମସିହାରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଟ୍ରମ୍ପ ଏବଂ ତାଙ୍କ ସମର୍ଥକମାନେ ପାଣ୍ଠି ସଂଗ୍ରହ କରୁଛନ୍ତି। ତେଣୁ ସେ ଏକ ଅଭିଯାନ ଚଳାଉଛନ୍ତି ଯାହା ଗତ ସପ୍ତାହରେ ୧୨ ମିଲିୟନ ଡଲାରରୁ ଅଧିକ ଆୟ କରିଥିଲା। ଯଦିଓ ଟ୍ରମ୍ପଙ୍କୁ ଗିରଫ କରାଯିବା ସମୟରେ କୌଣସି ପ୍ରଚାର କରାଯାଇ ନ ଥିଲା, କିନ୍ତୁ ସେ ଟି-ଶର୍ଟର ସାହାର ନେଇଥିଲେ ବୋଲି ଅଭିଯୋଗ ହେଉଛି।

ଟ୍ରମ୍ପଙ୍କ ସହାୟକମାନେ ନଟ ଗିଲ୍ଟି ନାମକ ଏକ ମେଲ ଜାରି କରିଛନ୍ତି। ଆପଣ ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ ଛିଡା ହୋଇଛନ୍ତି କି? ୨୦୨୪ ରେ ତାଙ୍କୁ ଜିତାଇବା ପାଇଁ ଦୟାକରି ୪୭ ଡଲାର କିମ୍ବା ଅଧିକ ଯୋଗଦାନ କରନ୍ତୁ ଏବଂ ଆମେ ଆପଣଙ୍କ ପାଖକୁ ଏକ ମାଗଣା ନଟ ଗିଲ୍ଟି ଟି-ଶର୍ଟ ପଠାଇବୁ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

ବାରଣ୍ଡାରେ ଖାଉଛନ୍ତି ୧୬୯ ଛାତ୍ରୀଛାତ୍ର: ମଧ୍ୟାହ୍ନ ଭୋଜନ ପାଇଁ ଶେଡ ନିର୍ମାଣ ଦାବି

କେସିଙ୍ଗା,୨୩।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ଗାଈଗା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପାଇଁ ଶେଡ ନଥିବାରୁ ଛାତ୍ରୀଛାତ୍ରମାନେ…

ଜଣେ ‘ହିଟ୍‌’, ଜଣେ ‘ଫ୍ଲପ୍‌’: ଜାଣନ୍ତୁ ଟିମ୍‌ଇଣ୍ଡିଆ ପାଇଁ କେମିତି ରହିଲା ଦ୍ରାବିଡ-ସେହ୍ବାଗ ପୁଅଙ୍କ ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୯: କ୍ରିକେଟ ମଇଦାନରେ ଯେତେବେଳେ ଦୁଇ କିମ୍ବଦନ୍ତୀ କ୍ରିକେଟରଙ୍କ ପୁଅ ଏକାଠି ଖେଳନ୍ତି ସେତେବେଳେ ସମସ୍ତଙ୍କ ନଜର ସେମାନଙ୍କ ପ୍ରଦର୍ଶନ ଉପରେ ରହିଥାଏ। ଭାରତ ଓ ଅଷ୍ଟ୍ରେଲିଆ…

ଇରାନକୁ ଧ୍ୱଂସ କରିଦେବୁ: ୟୁଏନ୍‌ଜିଏରେ ଧମକ ଦେଲେ ଟ୍ରମ୍ପ୍‌

ଜାତିସଂଘ,୨୩ା୯:ଇରାନ ଯଦି ଓ୍ବାଶିଂଟନ ସହ ଚୁକ୍ତି ସ୍ବାକ୍ଷର ନ କରେ ତେବେ ଏହାକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଦିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମଙ୍ଗଳବାର ଜାତିସଂଘ…

ଶିଶୁର ଆମେରିକା ନାଗରିକତ୍ୱ ପାଇଁ ସରୋଗେସି ଆପଣାଉଛନ୍ତି ଚାଇନା ଦମ୍ପତି

ନ୍ୟୁୟର୍କ,୨୩ା୯:ଆମେରିକାରେ ଶିଶୁ ଜନ୍ମ କରିବାକୁ ଚାଇନାର ଅନେକ ଧନୀ ପରିବାର ଆକାଂକ୍ଷା ରଖୁଛନ୍ତି। କାଲିଫର୍ନିଆରେ ବଢ଼ିଚାଲିଥିବା ସରୋଗେସି ଶିଳ୍ପ ଏଭଳି ଧନୀ ଚାଇନିଜ୍‌ ପରିବାରଗୁଡ଼ିକୁ ଆକର୍ଷିତ କରୁଛି,…

କପିଳେନ୍ଦ୍ରଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି: ଦଳକୁ ମଜଭୁତ କରିବା ଲକ୍ଷ୍ୟ

ରାଜକନିକା, ୨୩।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକର ନୂତନ ବିଜେଡି ସଭାପତି ଭାବେ ପ୍ରାକ୍ତନ ରାଜକନିକା ପଞ୍ଚାୟତ ସମିତି ଅଧ୍ୟକ୍ଷ କପିଳେନ୍ଦ୍ର ମଲ୍ଲିକଙ୍କୁ…

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?