ଗ୍ରୀନଲ୍ୟାଣ୍ଡ ପାଇଁ ଜିଦ୍‌ରେ ଅଟଳ ଟ୍ରମ୍ପ: ବିରୋଧ କରୁଥିବା ଦେଶ ଉପରେ ଲଦିଲେ ୧୦% ଟାରିଫ୍

ନୂଆଦିଲ୍ଲୀ,୧୭।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡ ଅଧିଗ୍ରହଣ ପ୍ରସଙ୍ଗରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଗ୍ରୀନଲ୍ୟାଣ୍ଡକୁ ଆମେରିକାରେ ସାମିଲ କରିବା ଯୋଜନାକୁ ବିରୋଧ କରୁଥିବାରୁ ଦେଶ ଗୁଡିକ ଉପରେ ଏବେ ସେ ଶୁଳ୍କ ଲଗାଇଛନ୍ତି। ଶନିବାର ଡେନମାର୍କ, ବ୍ରିଟେନ ଏବଂ ଫ୍ରାନ୍ସ ସମେତ ଅନ୍ୟ କେତେକ ୟୁରୋପୀୟ ଦେଶ ଉପରେ ୧୦ ପ୍ରତିଶତ ଆମଦାନୀ ଶୁଳ୍କ ଘୋଷଣା କରିଛନ୍ତି।

ଟ୍ରମ୍ପ ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଟ୍ରୁଥ୍ ସୋସିଆଲ’ରେ ଏହି ଘୋଷଣା କରିଛନ୍ତି। ଆସନ୍ତା ଫେବୃଆରୀ ୧ ତାରିଖରୁ ଏହି ନୂତନ ଶୁଳ୍କ ଲାଗୁ ହେବ। ଏଥିସହିତ ସେ ଚେତାବନୀ ଦେଇଛନ୍ତି ଯେ, ଯଦି ଜୁନ୍ ୧ ସୁଦ୍ଧା ଗ୍ରୀନଲ୍ୟାଣ୍ଡକୁ ଆମେରିକା ହାତକୁ ଟେକି ଦେବା ପାଇଁ କୌଣସି ଚୁକ୍ତି ସ୍ୱାକ୍ଷରିତ ନହୁଏ, ତେବେ ଏହି ଶୁଳ୍କକୁ ୨୫ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି କରାଯିବ।

ଟ୍ରମ୍ପଙ୍କ ମତରେ, ଖଣିଜ ସମ୍ପଦରେ ପରିପୂର୍ଣ୍ଣ ଗ୍ରୀନଲ୍ୟାଣ୍ଡ ଆମେରିକାର “ଜାତୀୟ ସୁରକ୍ଷା” ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସେ କହିଛନ୍ତି ଯେ ଗ୍ରୀନଲ୍ୟାଣ୍ଡ ଆମେରିକା ଅଧୀନରେ ନ ରହିବା ଗ୍ରହଣୀୟ ନୁହେଁ। ବୁଧବାର ୱାଶିଂଟନଠାରେ ହୋଇଥିବା ଏକ ବୈଠକରେ ଡେନମାର୍କ ପ୍ରତିନିଧିମାନେ ଗ୍ରୀନଲ୍ୟାଣ୍ଡର ଭବିଷ୍ୟତକୁ ନେଇ ଆମେରିକା ସହ ସେମାନଙ୍କର “ମୌଳିକ ମତଭେଦ” ଥିବା ସ୍ପଷ୍ଟ କରିଥିଲେ।

ୟୁରୋପୀୟ ନେତାମାନେ ସ୍ପଷ୍ଟ କରିଛନ୍ତି ଯେ ଗ୍ରୀନଲ୍ୟାଣ୍ଡ ସମ୍ପର୍କିତ ନିଷ୍ପତ୍ତି କେବଳ ଡେନମାର୍କ ଓ ସେଠାକାର ଅଧିବାସୀମାନେ ନେଇପାରିବେ। ତେବେ ଡେନମାର୍କ ଏହାର ସହଯୋଗୀ ଦେଶମାନଙ୍କ ସହ ମିଶି ଗ୍ରୀନଲ୍ୟାଣ୍ଡରେ ସାମରିକ ଉପସ୍ଥିତି ବଢ଼ାଇବାକୁ ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

‘ଭାରତର ୪ବନ୍ଧ ଆମ ପାଇଁ ଡେଥ ଓ୍ବାରେଣ୍ଟ’, ଘାବରେଇଲେଣି ପାକିସ୍ତାନୀ ଏକ୍ସପର୍ଟ, ଧମକ ଦେଇ କହିଲେ…

ଇସଲାମାବାଦ,୪।୯: ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାକୁ ପଦକ୍ଷେପ ନେବା ପରଠାରୁ ପାକିସ୍ତାନ ବିଷ ଓଗାଳି ଚାଲିଛି। ଇତିମଧ୍ୟରେ, ପାକିସ୍ତାନୀ ଜଳ ବିଶେଷଜ୍ଞ ରସିଦ ଆବାସି…

ଗାଡ଼ି ଚାଳକ ସାବଧାନ: ଏହି ଭୁଲ କଲେ ତୁରନ୍ତ ରଦ୍ଦ ହେବ ଡ୍ରାଇଭିଂ ଲାଇସେନ୍ସ! ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୯: ଭାରତରେ ଖୁବଶୀଘ୍ର ଡ୍ରାଇଭିଂ ଲାଇସେନ୍ସ (DL) ଏବଂ ଭେହିକଲ ରେଜିଷ୍ଟ୍ରେଶନ ସାର୍ଟିଫିକେଟ (RC)କୁ ନେଇ ନିୟମ ବଦଳିପାରେ। ଡ୍ରାଇଭିଂ ଲାଇସେନ୍ସ ଓ RC ପାଇଁ ଏକ…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri