ଟ୍ରମ୍ପ ଦେଉଛନ୍ତି ଟାରିଫ ଧମକ: ମୁକାବିଲା ପାଇଁ ଏକାଠି ହେବେ ରୁଷିଆ, ଭାରତ, ଚାଇନା

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାଂଘାଇ ସହଯୋଗ ସଂଗଠନ (ଏସସିଓ) ଶିଖର ସମ୍ମିଳନୀରେ ଯୋଗ ଦେବାକୁ ଆଗାମୀ ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୧ ତାରିଖ ମଧ୍ୟରେ ଚାଇନାର ତିଆନଜିନକୁ ଯାତ୍ରା କରିବେ। ୨୦୨୦ରେ ଗାଲୱାନ ଉପତ୍ୟକାରେ ଭାରତ-ଚାଇନା ସୈନ୍ୟ ମୁହାଁମୁହିଁ ପରେ ଏହା ହେବ ତାଙ୍କର ପ୍ରଥମ ଚାଇନା ଗସ୍ତ। ଏହି ସମ୍ମିଳନୀରେ ମୋଦୀ ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଓ ଚାଇନାର ରାଷ୍ଟ୍ରପତି ଶି ଜିନପିଙ୍ଗଙ୍କୁ ଭେଟିବେ।

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ, ଚାଇନା ଓ ରୁଷିଆ ଉପରେ ଅତିରିକ୍ତ ଟାରିଫ ଲଗାଇବାକୁ ଘୋଷଣା କରିଥିବା ବେଳେ ଏହି ଗସ୍ତ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଟ୍ରମ୍ପଙ୍କ ବାଣିଜ୍ୟିକ ପ୍ରତିବନ୍ଧକ ନୀତିକୁ ଏହି ତିନି ଦେଶ କଡା ଜବାବ ଦେଇଥିବା ଜଣାପଡ଼ିଛି। ଏହି ପରିପ୍ରେକ୍ଷୀରେ ମୋଦିଙ୍କ ଏସସିଓ ଶିଖର ସମ୍ମିଳନୀ ଯୋଗଦାନ ଭାରତ-ଚାଇନା ସମ୍ପର୍କ ସୁଧାର ଏବଂ ଆଞ୍ଚଳିକ ସହଯୋଗ ଦିଗରେ ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ହେବ।

ଚାଇନାର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟୀ କହିଛନ୍ତି ଯେ ୨୦ରୁ ଅଧିକ ଦେଶର ନେତା ଓ ୧୦ଟି ଆନ୍ତର୍ଜାତୀୟ ସଂଗଠନର ମୁଖ୍ୟ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିବେ। ଜୁଲାଇରେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କ ଚାଇନା ଗସ୍ତ ଏହି ଯାତ୍ରା ପାଇଁ ପୃଷ୍ଠଭୂମି ପ୍ରସ୍ତୁତ କରିଛି। ମୋଦୀ ଓ ଶି ଜିନପିଙ୍ଗଙ୍କ ମଧ୍ୟ ଏକ ବୈଠକ ହୋଇପାରେ, ଯାହା ୨୦୨୪ ବ୍ରିକ୍ସ ଶିଖର ସମ୍ମିଳନୀ ପରେ ପ୍ରଥମ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀ ୨୦ରେ ବଜେଟ

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ ବିଧାନସଭା ବଜେଟ ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬। ଏପ୍ରିଲ…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

ସ୍କୁଲରେ ଝିଅମାନଙ୍କ ପାଇଁ ଅଲଗା ଶୌଚାଳୟ, ସାନିଟାରୀ ପ୍ୟାଡ ରହିବା ଜରୁରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୧: ସୁପ୍ରିମକୋର୍ଟ ସ୍କୁଲରେ ଝିଅମାନଙ୍କ ପାଇଁ ପୃଥକ ଶୌଚାଳୟ ଏବଂ ସାନିଟାରୀ ପ୍ୟାଡ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ସୁପ୍ରିମକୋର୍ଟ ସମସ୍ତ ସରକାରୀ ଏବଂ…

ବିମାନକୁ ବୋମା ପକାଇ ଉଡ଼ାଇ ଦେବାକୁ ଧମକ,ଟିସ୍ୟୁ ପେପରରେ ଏମିତି ଲେଖା ଦେଖି..

ନୂଆଦିଲ୍ଲୀ,୩୦ା୧: ବିମାନ କମ୍ପାନୀଗୁଡ଼ିକ ବାରମ୍ବାର ବୋମା  ଏବଂ ଅପହରଣ ଧମକ ପାଉଛନ୍ତି। ଏହି ସମୟରେ ଶୁକ୍ରବାର କୁଏତ୍‌ରୁ ଦିଲ୍ଲୀ ଆସୁଥିବା ଏକ ଇଣ୍ଡିଗୋ ବିମାନକୁ ବୋମା ପକାଇ…

ନିମ୍ନ ୧୦% ଲୋକଙ୍କ ବଢ଼ୁଛି ଖର୍ଚ୍ଚ କରିବା ଶକ୍ତି: ଭାରତରେ ହ୍ରାସ ପାଉଛି ଧନୀ-ଦାରିଦ୍ର୍ୟ ଅସମାନତା

ନୂଆଦିଲ୍ଲୀ,୩୦।୧: ଭାରତରେ ଗରିବ ଓ ଧନୀଙ୍କ ମଧ୍ୟରେ ଥିବା ବ୍ୟବଧାନ ଧୀରେ ଧୀରେ ହ୍ରାସ ପାଉଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟରେ ଏହି ଖୁଲାସା…

ସୁନା ବଜାରରେ ଐତିହାସିକ ହଲଚଲ: ଗୋଟିଏ ଦିନରେ ଭାରତ ଅର୍ଥନୀତିଠାରୁ ଅଧିକ ଟଙ୍କାର କାରବାର

ନୂଆଦିଲ୍ଲୀ,୩୦।୧: ବିଶ୍ୱ ବଜାରରେ ସୁନା ମୂଲ୍ୟ ଚଳିତ ସପ୍ତାହରେ ଅଭୂତପୂର୍ବ ସ୍ଥିତିର ସାମ୍ନା କରିଛି। କ୍ୟାପିଟାଲ ମାର୍କେଟ ପ୍ଲାଟଫର୍ମ ‘ଦି କୋବେସି ଲେଟର’ ବିଶ୍ଳେଷଣ ଅନୁଯାୟୀ, ସୁନାର…

ବଢ଼ୁଛି ବିଶ୍ୱ ତାପମାତ୍ରା: ସବୁଠାରୁ ଅଧିକ ପ୍ରଭାବିତ ହେବ ଭାରତ

ନୂଆଦିଲ୍ଲୀ,୩୦।୧: ଜଳବାୟୁ ପରିବର୍ତ୍ତନ କାରଣରୁ ଗଭୀର ପ୍ରଭାବିତ ହେବ ଭାରତ। ତାପମାତ୍ରା ବୃଦ୍ଧି ଯୋଗୁଁ ଆଗାମୀ ଦଶନ୍ଧିମାନଙ୍କରେ ବିଶ୍ୱର କୋଟି କୋଟି ଲୋକ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri