ପାକିସ୍ତାନକୁ ନେଇ ସାଂଘାତିକ କଥା କହିଦେଲେ ଟ୍ରମ୍ପ: ବଢୁଛି ଚର୍ଚ୍ଚା

ଓ୍ବାଶିଂଟନ୍‌,୩।୧୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକୀୟ ଟେଲିଭିଜନ ଚ୍ୟାନେଲରେ ଏକ ବଡ଼ ଦାବି କରିଛନ୍ତି। ପାକିସ୍ତାନ ଭୂତଳ ପରମାଣୁ ପରୀକ୍ଷଣ କରୁଛି। ରୁଷିଆ ଏବଂ ଚାଇନା ଭଳି ଦେଶ ମଧ୍ୟ ପରମାଣୁ ପରୀକ୍ଷଣ କରୁଛନ୍ତି। ଭୂତଳ ପରୀକ୍ଷଣ ଯୋଗୁ କମ୍ପନ ସୃଷ୍ଟି ହେଉଛି ବୋଲି ଟ୍ରମ୍ପ କହିଛନ୍ତି।

ଏକ ସାକ୍ଷାତକାରରେ ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ରୁଷିଆ ଏବଂ ଚାଇନା ପରୀକ୍ଷଣ କରୁଛନ୍ତି, କିନ୍ତୁ ସେମାନେ ଏହା ବିଷୟରେ କଥା ହୁଅନ୍ତି ନାହିଁ। ଆମେ ଏକ ଖୋଲା ସମାଜ। ଆମେ ଭିନ୍ନ। ଆମେ ଏହା ବିଷୟରେ କଥା ହେବା ଉଚିତ। ଆମକୁ ଏହା ବିଷୟରେ କଥା ହେବାକୁ ପଡିବ। ଆମେ ପରୀକ୍ଷଣ କରିବୁ କାରଣ ସେମାନେ ପରୀକ୍ଷଣ କରୁଛନ୍ତି। ଉତ୍ତର କୋରିଆ ଏବଂ ପାକିସ୍ତାନ ମଧ୍ୟ ପରୀକ୍ଷଣ କରୁଛନ୍ତି।

ଟ୍ରମ୍ପଙ୍କ ଏହି ବିବୃତ୍ତି ସେତେବେଳେ ଆସିଥିଲା, ଯେତେବେଳେ ତାଙ୍କୁ ପୋସାଇଡନ ଅଣ୍ଡରୱାଟର ଡ୍ରୋନ ସମେତ ପରମାଣୁ ଅସ୍ତ୍ର ପରୀକ୍ଷଣ କରିବା ପାଇଁ ରୁଷିଆର ସାମ୍ପ୍ରତିକ ନିଷ୍ପତ୍ତି ବିଷୟରେ ପଚରାଯାଇଥିଲା। ଉତ୍ତରରେ ସେ କହିଥିଲେ, ଯଦି ତୁମେ ଲକ୍ଷ୍ୟ କର, ଉତ୍ତର କୋରିଆ ନିରନ୍ତର ପରୀକ୍ଷଣ କରୁଛି। ଅନ୍ୟ ଦେଶମାନେ ମଧ୍ୟ ପରୀକ୍ଷଣ କରୁଛନ୍ତି। ଆମେ ଏକମାତ୍ର ଦେଶ ଯିଏ ପରୀକ୍ଷା କରୁନାହିଁ। ଆଗକୁ ଆମେ ଅନ୍ୟ ଦେଶ ପରି ପରମାଣୁ ଅସ୍ତ୍ର ପରୀକ୍ଷା କରିବୁ। ଆମେରିକା ପାଖରେ ଅନ୍ୟ ଯେକୌଣସି ଦେଶ ଅପେକ୍ଷା ଅଧିକ ପରମାଣୁ ଅସ୍ତ୍ର ଅଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri