ଆମେରିକା-ଭାରତ ମଧ୍ୟରେ ‘ଦ୍ୱୈତ ବାଣିଜ୍ୟ’ ଘୋଷଣା କଲେ ଟ୍ରମ୍ପ-ମୋଦି: ୨୦୩୦ ସୁଦ୍ଧା ୫୦୦ ବିଲିୟନ ଡଲାର ଲକ୍ଷ୍ୟ ଧାର୍ଯ୍ୟ

ନୂଆଦିଲ୍ଲୀ ,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଆମେରିକା ଗସ୍ତ ୱାଶିଂଟନ ଡିସିର ବ୍ଲେୟାର ହାଉସରେ ହାଇପ୍ରୋଫାଇଲ ବୈଠକ ସହିତ ଆରମ୍ଭ କରିଥିଲେ। ଏଥିମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଥିଲା ପ୍ରଧାନମନ୍ତ୍ରୀ ମୋଦିଙ୍କ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱିପାକ୍ଷିକ ବୈଠକ। ଏହି ବୈଠକ ପରେ, ବୈଦେଶିକ ମନ୍ତ୍ରଣାଳୟ ଏକ ଖବରଦାତା ସମ୍ମିଳନୀ କରି ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ଆଲୋଚନାର ବିସ୍ତୃତ ବିବରଣୀ ପ୍ରଦାନ କରିଥିଲା।

ସଚିବ ବିକ୍ରମ ମିଶ୍ରୀ କହିଛନ୍ତି ଯେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିମନ୍ତ୍ରଣରେ ପ୍ରଧାନମନ୍ତ୍ରୀ ଆମେରିକାର ଏକ ବହୁତ ଫଳପ୍ରଦ ଗସ୍ତ ସମାପ୍ତ କରିଛନ୍ତି। ଏହି ଗସ୍ତ ଭାରତ-ଆମେରିକା ସମ୍ପର୍କକୁ ଉଭୟ ନେତା କେତେ ପ୍ରାଥମିକତା ଦିଅନ୍ତି ତାହାର ଏକ ଝଲକ। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦି ଏଲନ ମସ୍କ ଏବଂ ବିବେକ ରାମାସ୍ୱାମୀଙ୍କ ବ୍ୟତୀତ ଜାତୀୟ ଗୋଇନ୍ଦା ବିଭାଗର ନବନିଯୁକ୍ତ ନିର୍ଦ୍ଦେଶକ ତୁଳସୀ ଗବାର୍ଡଙ୍କୁ ଭେଟିଥିଲେ।ଭାରତ ଏହି ବର୍ଷ ଶେଷରେ କ୍ୱାଡ୍ ଶିଖର ସମ୍ମିଳନୀ ଆୟୋଜନ କରିବ, ଏବଂ ପ୍ରଧାନମନ୍ତ୍ରୀ ଏଥିପାଇଁ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ନିମନ୍ତ୍ରଣ କରିଛନ୍ତି।

ଦ୍ୱିପାକ୍ଷିକ ବାଣିଜ୍ୟକୁ ୫୦୦ବିଲିୟନ ଡଲାରରେ ପହଞ୍ଚାଇବା ଲକ୍ଷ୍ୟ

ବୈଦେଶିକ ସଚିବ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ମୋଦି ଏବଂ ଟ୍ରମ୍ପଙ୍କ ମଧ୍ୟରେ ହ୍ୱାଇଟ୍ ହାଉସରେ 4 ଘଣ୍ଟା ଧରି ଆଲୋଚନା ହୋଇଥିଲା। ଟ୍ରମ୍ପଙ୍କ ସହ ସାକ୍ଷାତ ସମୟରେ ରଣନୈତିକ ଏବଂ ସୁରକ୍ଷା ସହଯୋଗ, ପ୍ରତିରକ୍ଷା, ବାଣିଜ୍ୟ ଏବଂ ଅର୍ଥନୈତିକ ସହଯୋଗ, ପ୍ରଯୁକ୍ତିବିଦ୍ୟା, ଶକ୍ତି ସୁରକ୍ଷା ଏବଂ ଲୋକ-ଲୋକ ସମ୍ପର୍କ, ଏବଂ ଆଞ୍ଚଳିକ ଏବଂ ବିଶ୍ୱସ୍ତରୀୟ ପ୍ରସଙ୍ଗ ସମେତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା।

ବୈଦେଶିକ ସଚିବ କହିଛନ୍ତି, ‘ଦୁଇ ନେତା ମିଳିତ ଭାବରେ ୨୧ ଶତାବ୍ଦୀ ପାଇଁ ଆମେରିକା-ଭାରତ ସହଭାଗୀତା ଆରମ୍ଭ କରିଥିଲେ।’ ଏହି ଚୁକ୍ତିନାମା ସାମରିକ ସହଭାଗୀତାରୁ ବାଣିଜ୍ୟ ଏବଂ ନିବେଶ ପର୍ୟ୍ୟନ୍ତ ସୁଯୋଗକୁ ପ୍ରୋତ୍ସାହିତ କରିବା ଏବଂ ବାଣିଜ୍ୟ ଏବଂ ପ୍ରଯୁକ୍ତିବିଦ୍ୟାକୁ ବୃଦ୍ଧି କରିବା ପାଇଁ ଉଦ୍ଦିଷ୍ଟ। ଉଦାହରଣ ସ୍ୱରୂପ, ଦୁଇ ଶୀର୍ଷାନେତା ମିଶନ ୫୦୦ ଆରମ୍ଭ କରିଥିଲେ, ଯାହାର ଲକ୍ଷ୍ୟ ୨୦୩୦ ସୁଦ୍ଧା ମୋଟ ଦୁଇପାଖ ବାଣିଜ୍ୟକୁ ୫୦୦ ବିଲିୟନ ଡଲାରରେ ପହଞ୍ଚାଇବା। ଉଭୟ ଏହା ମଧ୍ୟ ଘୋଷଣା କରିଛନ୍ତି ଯେ ସେମାନେ ୨୦୨୫ ଶେଷ ସୁଦ୍ଧା ଏକ ପାରସ୍ପରିକ ଲାଭଦାୟକ ବହୁ-କ୍ଷେତ୍ରୀୟ ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତିନାମାର ପ୍ରଥମ ପର୍ୟ୍ୟାୟ ଆଲୋଚନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?