ଘନିଙ୍କ ଉପରେ ଗର୍ଜିଲେ ଟ୍ରମ୍ପ୍‌, ଦେଶବାସୀଙ୍କୁ ଦେଇଛନ୍ତି ଧୋକା…

ଓ୍ବାଶିଂଟନ,୧୯।୮: ତାଲିବାନ ଆଫଗାନିସ୍ତାନର ରାଜଧାନୀ କାବୁଲରେ ପ୍ରବେଶ କରିବା ପରେ ରାଷ୍ଟ୍ରପତି ଆଶରଫ ଘନି ତାଙ୍କ ବିମାନରେ ଯାଇ ୟୁଏଇରେ ଶରଣ ନେଇଛନ୍ତି। ଏହିପରି ଘାନି ଦେଶ ଛାଡିବା ପରେ ଆଫଗାନିସ୍ତାନ ନାଗରିକମାନେ ଏହାକୁ ପ୍ରତାରଣା କରିଥିବାବେଳେ ଆମେରିକା ସରକାର ଏହାକୁ ଏକ ଦୁର୍ବଳ ନେତୃତ୍ୱ ବୋଲି ମଧ୍ୟ କହିଛନ୍ତି। ଏବେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘନିଙ୍କୁ ହଠାତ୍‌ ଆଫଗାନିସ୍ତାନ ଛାଡି ପଳାଇ ଯାଇଥିବାରୁ ଏହାକୁ ନାପସନ୍ଦ କରିଛନ୍ତି। ଟ୍ରମ୍ପ ଘନିଙ୍କୁ ଦେଶଦ୍ରୋହୀ ବୋଲି କହିଛନ୍ତି। ଟ୍ରମ୍ପ୍‌ କହିଛନ୍ତି ଯେ ଆଫଗାନିସ୍ତାନର ପୂର୍ବତନ ରାଷ୍ଟ୍ରପତିଙ୍କୁ ସେ କେବେ ବିଶ୍ୱାସ କରନ୍ତି ନାହିଁ।
ଫକ୍ସ ନ୍ୟୁଜ ଚ୍ୟାନେଲକୁ ଦେଇଥିବା ଏକ ସାକ୍ଷାତକାରରେ ଟ୍ରମ୍ପ ଏଭଳି ବିବୃତ୍ତି ଦେଇଛନ୍ତି।
ଆଙ୍କର୍‌ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ତାଲିବାନ ଏବଂ ଆଫଗାନିସ୍ତାନ ସରକାରଙ୍କ ସହ ହୋଇଥିବା ଆଲୋଚନା ବିଷୟରେ ଟ୍ରମ୍ପଙ୍କୁ ପ୍ରଶ୍ନ ପଚାରିଥିଲେ। ଏହାର ଉତ୍ତରରେ ଟ୍ରମ୍ପ କହିଥିଲେ, ମୁଁ ଚାହୁଁଥିଲି ତାଲିବାନ ଯଥା ଶୀଘ୍ର ଆଫଗାନିସ୍ତାନ ସରକାର ସହିତ ଚୁକ୍ତି କରନ୍ତୁ। କିନ୍ତୁ ଘନିଙ୍କ ଉପରେ ମୋର କେବେ ବି ସମ୍ପୂର୍ଣ୍ଣ ବିଶ୍ୱାସ ନ ଥିଲା। ଅତୀତରେ ମୁଁ ଏହା ଖୋଲାଖୋଲି ଭାବେ କହିଛି ବୋଲି ଟ୍ରମ୍ପ୍‌ କହିଥିଲେ। ସୂଚନାଯୋଗ୍ୟ, ନିଜ କାର୍ଯ୍ୟକାଳରେ ଘନିଙ୍କୁ ପ୍ରଶଂସା କରିଥିବା ଟ୍ରମ୍ପ୍‌ ଏବେ ତାଙ୍କ ପ୍ରତି ନକାରାତ୍ମକ ବିବୃତ୍ତି ଦେଇଥିବାରୁ ଏହାକୁ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

IND vs WI: ବୋଲରଙ୍କ କ୍ୟାରିୟର ବରବାଦ…! କାହା ଉପରେ ରାଗି ଏମିତି କହିଲେ ଗୌତମ ଗମ୍ଭୀର? ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଦଶ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ, ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ପିଚକୁ ନେଇ କଡ଼ା ସମାଲୋଚନା କରିଛନ୍ତି। ଗତ ରାତିରେ ଭାରତ…

ଲଜ୍ଜାଜନକ ରେକର୍ଡ କଲେ ଶ୍ରେୟସ ଆୟର: ଅଧିନାୟିକତ୍ୱ ଉପରେ ଉଠିଲା ପ୍ରଶ୍ନବାଚୀ

ନୂଆଦିଲ୍ଲୀ,୧୦।୧୦: ରାଞ୍ଚିର JSCA ଅନ୍ତର୍ଜାତୀୟ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ପ୍ରଥମେ ବ୍ୟାଟିଂ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

CJPର ଦିଲ୍ଲୀ ବିକ୍ଷୋଭରେ କାହିଁକି ଯୋଗ ଦେଲେ ନାହଁ ସୋନମ ୱାଙ୍ଗଚୁକ ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୦।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଶନିବାର (୧୦ ଅକ୍ଟୋବର, ୨୦୨୬) ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନ କରିଛି। ନିର୍ବାଚନ…

CJPକୁ ନେଇ ବଡ଼ ବୟାନ ଦେଲେ ଚିରାଗ ପାସୱାନ, କହିଲେ କେହି ଅଟକାଇ ପାରିବେ ନାହିଁ…

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ରମନ୍ତ୍ରୀ ଚିରାଗ ପାସୱାନ ଶୁକ୍ରବାର କହିଛନ୍ତି ଯେ ଟ୍ରେନ ବାତିଲ କରି ଭାରତର ଯୁବପିଢ଼ିଙ୍କୁ ଅଟକାଯାଇ ପାରିବ ନାହିଁ। ସେ ନିର୍ୱାଚନ ଆୟୋଗ ବିରୋଧରେ ବିକ୍ଷୋଭ…

ନିଜ ପତ୍ନୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଲେ ତେଜ ପ୍ରତାପ ଯାଦବ, କହିଲେ, ‘ପୂର୍ବତନ ପ୍ରେମିକଙ୍କୁ ଦେଉଥିଲେ…’

ପାଟନା,୧୦।୧୦: ବିହାରର ପୂର୍ବତନ ମନ୍ତ୍ରୀ ତଥା ‘ଜନ ଶକ୍ତି ଜନତା ଦଳ’ (JJD)ର ଜାତୀୟ ସଭାପତି ତେଜ ପ୍ରତାପ ଯାଦବ ନିଜ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କ ବିରୁଦ୍ଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?