କାନାଡା ଉପରେ ୩୫% ଟାରିଫ ଲଗାଇଲେ ଟ୍ରମ୍ପ, ଦେଲେ ଏମିତି ଚେତାବନୀ

ନୂଆଦିଲ୍ଲୀ,୧୧।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଘୋଷଣା କରିଛନ୍ତି ଯେ, ଆଗାମୀ ମାସରୁ କାନାଡାରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ ଆମେରିକା ୩୫% ଟାରିଫ ଲଗାଇବ। ସେ କାନାଡାର ପ୍ରଧାନମନ୍ତ୍ରୀ ମାର୍କ କାର୍ନେଙ୍କୁ ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏକ ଚିଠି ଜାରି କରି କହିଛନ୍ତି ଯେ, ଏହି ନୂଆ ଟାରିଫ ଅଗଷ୍ଟ ୧ ତାରିଖରୁ ଲାଗୁ ହେବ ଏବଂ ଯଦି କାନାଡା ଏହାର ପ୍ରତିଶୋଧ ନିଏ, ତେବେ ଟାରିଫ ଆହୁରି ବୃଦ୍ଧି କରାଯିବ।

ଟ୍ରମ୍ପ ନିକଟ ଦିନରେ ତାଙ୍କ ବାଣିଜ୍ୟ ଯୁଦ୍ଧକୁ ଆହୁରି ବିସ୍ତାର କରିଛନ୍ତି। ସେ ଜାପାନ ଏବଂ ଦକ୍ଷିଣ କୋରିଆ ଭଳି ମିତ୍ର ରାଷ୍ଟ୍ରଗୁଡ଼ିକ ସମେତ ଅନେକ ଦେଶ ଉପରେ ନୂଆ ଟାରିଫ ଲଗାଇଛନ୍ତି। ଏହା ସହିତ ସେ ତମ୍ବା ଉପରେ ୫୦% ଟାରିଫ ଘୋଷଣା କରିଛନ୍ତି।

ଏନବିସି ନ୍ୟୁଜକୁ ଦିଆଯାଇଥିବା ଏକ ସାକ୍ଷାତକାରରେ ଟ୍ରମ୍ପ କହିଛନ୍ତି ଯେ, ଯେଉଁ ବାଣିଜ୍ୟ ଅଂଶୀଦାର ଦେଶମାନେ ଏପର୍ଯ୍ୟନ୍ତ ଏଭଳି ଚିଠି ପାଇ ନାହାଁନ୍ତି, ସେମାନଙ୍କ ଉପରେ ମଧ୍ୟ ସାଧାରଣତଃ ୧୫% କିମ୍ବା ୨୦% ଟାରିଫ ଲଗାଯିବ। ସେ କହିଛନ୍ତି, “ସମସ୍ତେ ଚିଠି ପାଇବା ଆବଶ୍ୟକ ନୁହେ। ଆମେ ଆମର ଟାରିଫ ନିର୍ଦ୍ଧାରଣ କରୁଛୁ। ବାକି ରହିଥିବା ଦେଶଗୁଡ଼ିକ ୧୫% କିମ୍ବା ୨୦% ଟାରିଫ ଦେବେ, ଆମେ ଏହା ଏବେ ନିଷ୍ପତ୍ତି କରୁଛୁ।” ଏହି ନୂଆ ଟାରିଫ ନୀତି ବିଶ୍ୱ ବାଣିଜ୍ୟରେ ବଡ଼ ପରିବର୍ତ୍ତନ ଆଣିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri