କାନାଡା ଉପରେ ୩୫% ଟାରିଫ ଲଗାଇଲେ ଟ୍ରମ୍ପ, ଦେଲେ ଏମିତି ଚେତାବନୀ

ନୂଆଦିଲ୍ଲୀ,୧୧।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଘୋଷଣା କରିଛନ୍ତି ଯେ, ଆଗାମୀ ମାସରୁ କାନାଡାରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ ଆମେରିକା ୩୫% ଟାରିଫ ଲଗାଇବ। ସେ କାନାଡାର ପ୍ରଧାନମନ୍ତ୍ରୀ ମାର୍କ କାର୍ନେଙ୍କୁ ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏକ ଚିଠି ଜାରି କରି କହିଛନ୍ତି ଯେ, ଏହି ନୂଆ ଟାରିଫ ଅଗଷ୍ଟ ୧ ତାରିଖରୁ ଲାଗୁ ହେବ ଏବଂ ଯଦି କାନାଡା ଏହାର ପ୍ରତିଶୋଧ ନିଏ, ତେବେ ଟାରିଫ ଆହୁରି ବୃଦ୍ଧି କରାଯିବ।

ଟ୍ରମ୍ପ ନିକଟ ଦିନରେ ତାଙ୍କ ବାଣିଜ୍ୟ ଯୁଦ୍ଧକୁ ଆହୁରି ବିସ୍ତାର କରିଛନ୍ତି। ସେ ଜାପାନ ଏବଂ ଦକ୍ଷିଣ କୋରିଆ ଭଳି ମିତ୍ର ରାଷ୍ଟ୍ରଗୁଡ଼ିକ ସମେତ ଅନେକ ଦେଶ ଉପରେ ନୂଆ ଟାରିଫ ଲଗାଇଛନ୍ତି। ଏହା ସହିତ ସେ ତମ୍ବା ଉପରେ ୫୦% ଟାରିଫ ଘୋଷଣା କରିଛନ୍ତି।

ଏନବିସି ନ୍ୟୁଜକୁ ଦିଆଯାଇଥିବା ଏକ ସାକ୍ଷାତକାରରେ ଟ୍ରମ୍ପ କହିଛନ୍ତି ଯେ, ଯେଉଁ ବାଣିଜ୍ୟ ଅଂଶୀଦାର ଦେଶମାନେ ଏପର୍ଯ୍ୟନ୍ତ ଏଭଳି ଚିଠି ପାଇ ନାହାଁନ୍ତି, ସେମାନଙ୍କ ଉପରେ ମଧ୍ୟ ସାଧାରଣତଃ ୧୫% କିମ୍ବା ୨୦% ଟାରିଫ ଲଗାଯିବ। ସେ କହିଛନ୍ତି, “ସମସ୍ତେ ଚିଠି ପାଇବା ଆବଶ୍ୟକ ନୁହେ। ଆମେ ଆମର ଟାରିଫ ନିର୍ଦ୍ଧାରଣ କରୁଛୁ। ବାକି ରହିଥିବା ଦେଶଗୁଡ଼ିକ ୧୫% କିମ୍ବା ୨୦% ଟାରିଫ ଦେବେ, ଆମେ ଏହା ଏବେ ନିଷ୍ପତ୍ତି କରୁଛୁ।” ଏହି ନୂଆ ଟାରିଫ ନୀତି ବିଶ୍ୱ ବାଣିଜ୍ୟରେ ବଡ଼ ପରିବର୍ତ୍ତନ ଆଣିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri