ଟ୍ରମ୍ପଙ୍କ ଜିଦ୍‌କୁ ନେଇ ବ୍ୟସ୍ତ ହୋଇ ପଡିଲେଣି ମେଲାନିଆ!

ୱାଶିଂଟନ,୧୦ ।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେବି ତାଙ୍କ ପଦ ଛାଡିବାକୁ ରାଜି ନ ଥିବା ବେଳେ ହାର ମାନିବାକୁ ବି ରାଜି ନାହାନ୍ତି । ହେଲେ ଟ୍ରମ୍ପଙ୍କ ଏଭଳି ମନୋଭାବ ଏବେ ସହଧର୍ମିଣୀ ମେଲାନିଆ ଟ୍ରମ୍ପଙ୍କୁ ବ୍ୟତିବ୍ୟସ୍ତ କରିପକାଇଲାଣି । ପ୍ରଥମରୁ ସେ ନିର୍ବାଚନରେ ବିଜୟୀ ହୋଇଥିବା କହି ଆସୁଥିବା ବେଳେ ଏବେ କିନ୍ତୁ ତାଙ୍କ ପରିବାର ସଦସ୍ୟ ତାଙ୍କୁ ସହଯୋଗ କରୁ ନ ଥିବା ଦେଖାଯାଇଛି । ପ୍ରଥମେ ଜ୍ୱାଇଁ ଜେରାଡ କୁଶନର ଟ୍ରମ୍ପଙ୍କ ବିଜୟକୁ ବିରୋଧ କରୁଥିବା ବେଳେ ଏବେ ମେଲାନିଆ ବି ଟ୍ରମ୍ପଙ୍କ ଉପରେ ଏକ ପ୍ରକାର ଅସନ୍ତୁଷ୍ଟ ହୋଇଥିବା ଜଣାପଡିଛି । ଶୁଣିବାକୁ ମିଳିଛି କି ମେଲାନିଆ ଟ୍ରମ୍ପ ଏବେ ହ୍ୱାଇଟ ହାଉସ ଛାଡି ଫ୍ଲୋରିଡାରେ ଥିବା ଘରକୁ ସିପ୍ଟ ହେବାକୁ ପ୍ରସ୍ତୁତ ହେଲେଣି । ସୂଚନାଯୋଗ୍ୟ, ଗତ ନଭେମ୍ବରରେ ଆମେରିକାରେ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ଜୋ ବାଇଡେନଙ୍କ ବିଜୟ ହୋଇଥିଲେ ବି ଏପର୍ଯ୍ୟନ୍ତ ଏହାକୁ ଗ୍ରହଣ କରି ପାରୁ ନାହାନ୍ତି ଟ୍ରମ୍ପ । ଅବଶ୍ୟ କିଛିଦିନ ପୂର୍ବେ ସେ ଶାସନ କ୍ଷମତା ହସ୍ତାନ୍ତର କରିବା କଥା ଘୋଷଣା କରିଥିଲେ । ହେଲେ ଏବେବି ସେ କହୁଛନ୍ତି ୨୦ ଜାନୁୟାରୀ ପରେ ବି ସେ ଆମେରିକାର ରାଷ୍ଟ୍ରପତି ଆସନରେ ରହିବେ । କିନ୍ତୁ ଏହାକୁ ଗ୍ରହଣ ନ କରିପାରି ଏବେ ଆମେରିକାର ଫାଷ୍ଟ ଲେଡି ମେଲାନିଆ ହ୍ୱାଇଟ ହାଉସ ଛାଡିବାକୁ ପ୍ରସ୍ତୁତ ହେଲେଣି ।


Enter your email to get our daily news in your inbox.

All Right Reserved By Dharitri.Com

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି…

ଅଧିକ ଲୁଣ ଖାଉଥିଲେ ସାବଧାନ! ଚେତାବନୀ ଦେଲା WHO, ପଢନ୍ତୁ ଦୌନିକ କେତେ ଖାଇବା ଉଚିତ୍‌

ନୂଆଦିଲ୍ଲୀ,୧୪।୮: ଖାଦ୍ୟର ସ୍ବାଦ ବଢ଼ାଇବା ପାଇଁ ଲୁଣ ଅତ୍ୟନ୍ତ ଜରୁରୀ। କିନ୍ତୁ ଲୁଣର ପରିମାଣ ଉପରେ ନଜର ରଖିବା ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ। ପ୍ରତିଦିନ ଆବଶ୍ୟକତାଠାରୁ ଅଧିକ…

ଏଗ୍ରିଷ୍ଟାକ୍‌ ଉଚ୍ଛେଦ ନେଇ ଲିଖିତ ନିର୍ଦ୍ଦେଶ ଦିଅ: ସରକାରଙ୍କଠାରେ ସଂଯୁକ୍ତ କୃଷକ ସଙ୍ଗଠନର ଦାବି

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ପ୍ରତିବର୍ଷ ଗୋଟିଏ ପରେ ଗୋଟିଏ ନୂଆଁ କଟକଣା ଆଣୁଛନ୍ତି। ଧାନ କିଣାବିକାରେ ସ୍ବଚ୍ଛତା ଆଣିବା ଲକ୍ଷ୍ୟ ନେଇ ସେଭଳି…

ଘାତକ ସାଜୁଛି ଚାନ୍ଦିପୁରା ଭାଇରସ୍! ୪୧ ଆକ୍ରାନ୍ତ, ୨୭ ମୃତ

ଅହମ୍ମଦାବାଦ,୧୪।୮: ସ୍ବାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ ଜୁନ ୩୦ରୁ ଅଗଷ୍ଟ ୧୨ ମଧ୍ୟରେ ଗୁଜରାଟରେ ୨୩୮ଟି ସନ୍ଦିଗ୍ଧ ଚାନ୍ଦିପୁରା ଭୂତାଣୁ ମାମଲା ଏବଂ ୪୧ଟି ଲାବୋରେଟୋରି-ନିଶ୍ଚିତ…

ମନନ ମିଶ୍ରାଙ୍କ ଇସ୍ତଫା ଦାବି କରି ଆନ୍ଦୋଳନ କରିବ CJP! ଜାଣନ୍ତୁ ସେ କିଏ, ଆଉ କାହିଁକି ତାଙ୍କୁ ଘେରିବେ ଅଭିଜିତ

ନୂଆଦିଲ୍ଲୀ,୧୪।୮: ଭାରତର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କୁ NALSAR ୟୁନିଭର୍ସିଟି ଅଫ ଲ’ର ଦୀକ୍ଷାନ୍ତ ସମାରୋହକୁ ଆମନ୍ତ୍ରଣ କରିବାକୁ ବିରୋଧ କରିବା ଘଟଣା ନୂଆ ମୋଡ଼ ନେଇଛି।…

ଖେଳାଳିଙ୍କ ଝଗଡ଼ାରେ କ୍ରିକେଟ କୋଚ୍‌ଙ୍କ ମୃତ୍ୟୁ: ଖେଳିଗଲା ଶୋକର ଛାୟା

କଲମ୍ବୋ,୧୪ା୮(ପିଟି): ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁଶାଲ ମେଣ୍ଡିସଙ୍କୁ ପିଲାଦିନେ ମେଣ୍ଟର କରିଥିବା ୬୨ ବର୍ଷୀୟ କୋଚ୍‌ ସୁମିତ ଫର୍ନାଣ୍ଡୋ ଏକ ସ୍କୁଲ ମ୍ୟାଚ୍‌ ବେଳେ ଖେଳାଳିଙ୍କ ଝଗଡ଼ାରେ…

‘PM ମୋଦିଙ୍କୁ ରାତିରେ ସେ ପର୍ଯ୍ୟନ୍ତ ଶୋଇବାକୁ ଦେବୁନି, ଯେ ପର୍ଯ୍ୟନ୍ତ…’ ରାହୁଲ ଗାନ୍ଧୀଙ୍କ ତୀବ୍ର ଆକ୍ରମଣ

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ମୋଦି ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ଏହି ଲୋକମାନେ ଦେଶକୁ ଭିତରୁ ଦୁର୍ବଳ କରିଦେଇଛନ୍ତି। ଏହା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri