ରାଜରାସ୍ତାରେ ଟ୍ରମ୍ପ୍‌ ସମର୍ଥକ: ନିର୍ବାଚନ ଫଳାଫଳ ମାନିବାକୁ ଅରାଜି

ଓ୍ବାଶିଂଟନ,୧୫।୧୧: ଆମେରିକା ରାଜରାସ୍ତାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସମର୍ଥକ ଓହ୍ଲାଇଛନ୍ତି। ସେମାନେ ନିର୍ବାଚନ ଫଳାଫଳକୁ ମାନିବାକୁ ଅରାଜି ହୋଇ ପୋଲିସ ସହିତ ଧସ୍ତାଧସ୍ତି ହୋଇଛନ୍ତି। ସମର୍ଥକମାନେ ଓ୍ବାଶିଂଟନ ଡିସିରେ ନାନା ପ୍ରକାର ସ୍ଲୋଗାନ ଦେଇ ଟ୍ରମ୍ପ୍‌ଙ୍କୁ ପଦବୀରେ ରହିବା ଲାଗି ଦାବି କରିଛନ୍ତି। ପେନସିଲ୍‌ଭାନିଆ, ନଓ୍ବୋଡା ଅଞ୍ଚଳରେ ଭୋଟ ଗଣତିରେ ଭୁଲ୍‌ ହୋଇଥିବା ସମର୍ଥକମାନେ ଅଭିଯୋଗ କରିଛନ୍ତି। କେତେକସ୍ଥାନରେ ମୃତକଙ୍କ ନାମରେ ମଧ୍ୟ ଭୋଟିଂ ହୋଇଥିବା ସେମାନେ କହିଛନ୍ତି। ଭୋଟ ଗଣତି ପୁନର୍ବାର କରିବା ଲାଗି ସମର୍ଥକମାନେ ଦାବି କରିଛନ୍ତି। ପୂର୍ବରୁ ଟ୍ରମ୍ପ୍‌ ମଧ୍ୟ ହ୍ବାଇଟ୍‌ ହାଉସ୍‌ ନ ଛାଡ଼ିବା ପାଇଁ କହିଥିଲେ। ଏବେ ସମର୍ଥକମାନଙ୍କ ଏଭଳି କାର୍ଯ୍ୟ ଦେଶରେ ସଙ୍କଟ ସୃଷ୍ଟି କରିଛି। ଟ୍ରମ୍ପ୍‌ କେତେକ ବରିଷ୍ଠ ଅଧିକାରୀଙ୍କୁ ଇତି ମଧ୍ୟରେ ବାହାର କରିସାରିଛନ୍ତି। ଏପରି କରି ଟ୍ରମ୍ପ୍‌ ଦେଶରେ କ୍ଷମତା ଦଖଲର ଷଡ଼ଯନ୍ତ୍ର ରଚୁଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri