ଆଜିଠୁ ଆମେରିକାରେ ଟ୍ରମ୍ପ୍‌ ଟାରିଫ୍‌ ଆଦାୟ ବନ୍ଦ

ଓ୍ବାଶିଂଟନ,୨୪।୨: ବିଭିନ୍ନ ଦେଶରୁ ଆମଦାନୀ ସାମଗ୍ରୀ ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଲଗାଇଥିବା ଟାରିଫ୍‌କୁ ସେଠାର ସୁପ୍ରିମକୋର୍ଟ ଗତ ୨୦ ତାରିଖରେ ବେଆଇନ କହି ରଦ୍ଦ କରିଥିଲେ। ତଦନୁଯାୟୀ ମଙ୍ଗଳବାରଠାରୁ ଆମେରିକାରେ ଉକ୍ତ ଟାରିଫ୍‌ ଆଦାୟ ବନ୍ଦ ହେବାକୁ ଯାଉଛି। ଉକ୍ତ ବିବାଦୀୟ ଟାରିଫ ବୈଶ୍ୱିକ ଯୋଗାଣ ଶୃଙ୍ଖଳରେ ବାଧା ସୃଷ୍ଟି କରିଥିଲା ଏବଂ ପ୍ରମୁଖ ସହଯୋଗୀଙ୍କ ସହ ବାଣିଜି୍ୟକ ସମ୍ପର୍କକୁ ଖରାପ କରିଥିଲା। ୧୯୭୭ର ଅନ୍ତର୍ଜାତୀୟ ଜରୁରୀ ଆର୍ଥତ୍କ କ୍ଷମତା ଆଇନ (ଆଇଇଇପିଏ) ଅନୁଯାୟୀ କରାଯାଉଥିବା ଟାରିଫ୍‌ ସଂଗ୍ରହ ଆମେରିକା ସମୟ ମଙ୍ଗଳବାର ୧୨ଟା ୧ ମିନିଟ୍‌ଠାରୁ ବନ୍ଦ ରହିବ ବୋଲି ଆମେରିକା ବହିଃଶୁଳ୍କ ଓ ସୀମା ସୁରକ୍ଷା ପକ୍ଷରୁ ଏକ ବିବୃତିରେ କୁହାଯାଇଛି।

ଆମଦାନିକାରୀଙ୍କ କାର୍ଗୋ ସିଷ୍ଟମରେ ରହିଥିବା ସମସ୍ତ ଟାରିଫ୍‌ କୋଡ୍‌କୁ ଅକାମୀ କରାଯିବ ବୋଲି ସେମାନଙ୍କୁ ଜଣାଇ ଦିଆଯାଇଛି। ସୁପ୍ରିମକୋର୍ଟଙ୍କ ରାୟର ୩ ଦିନ ପରେ ଏହା କାର୍ଯ୍ୟକାରୀ ହେବାକୁ ଯାଉଛି। ତେବେ ପୂର୍ବରୁ ଆଦାୟ ହୋଇଥିବା ଶୁଳ୍କ ଆମଦାନିକାରୀ ଫେରିପାଇବେ କି ନାହିଁ, ସେ ନେଇ ଏଜେନ୍ସି ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ। କେବଳ ଆଇଇଇପିଏ ଅଧୀନରେ ଲାଗୁ ହୋଇଥିବା ଟାରିଫ୍‌ ସଂଗ୍ରହ ବନ୍ଦ ରହିବ। ତେବେ ଅନ୍ୟ ସମସ୍ତ ଶୁଳ୍କ ପୂର୍ବଭଳି ସଂଗ୍ରହ କରାଯିବ ବୋଲି କୁହାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାର୍ଗିଲ୍ ଯୁଦ୍ଧର ଯୋଦ୍ଧା ଏବେ ରାମ ମନ୍ଦିରର CEO! ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ଲାଗିଲା ମୋହର

ନୂଆଦିଲ୍ଲୀ,୨।୯: ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓଙ୍କ ନାମ ଘୋଷଣା କରାଯାଇଛି । ସୂଚନା ଅନୁସାରେ, ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ରାଙ୍କ ନାଁରେ ମୋହର ଲାଗିଛି…

ଦୈନିକ ରାଜ୍ୟ ବାହାରକୁ ଚାଲାଣ ହେଉଛି ଗଞ୍ଜେଇ, ପାଟ୍ରୋଲିଂବେଳେ ୨ ଜଣଙ୍କୁ ଅଟକାଇବାରୁ ମିଳିଲା…

ଭଞ୍ଜନଗର,୨ା୯(ବାବୁଲା ପ୍ରଧାନ): ଗଞ୍ଜେଇ ଚାଲାଣବେଳେ ଭଞ୍ଜନଗର ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ୨୪ କେଜି ୭୯୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏଥିସହ ଏକ ମୋଟରସାଇକେଲ…

ଠେଙ୍ଗାରେ ପିଟିପିଟି ବୃଦ୍ଧ ବାପାଙ୍କୁ ହତ୍ୟା: ପୁଅ-ବୋହୂ ଗିରଫ

କୁଆଁରମୁଣ୍ଡା,୨ା୯(ମହେନ୍ଦ୍ର କୁମାର ସାହୁ): ଠେଙ୍ଗାରେ ପିଟି ନିଜର ଜନ୍ମ କଲା ବୃଦ୍ଧ ବାପାଙ୍କୁ ହତ୍ୟା କରାଯାଇଛି। ଏଭଳି ହତ୍ୟାକାଣ୍ଡ କରିଛନ୍ତି ପୁଅ ଓ ବୋହୂ। ଏହି ଘଟଣା…

MKCG ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଖୋଜ, ରେଲ୍‌ୱେ ଷ୍ଟେଶନରୁ ମିଳିଲା ମୋବାଇଲ

ବ୍ରହ୍ମପୁର,୨।୯(ସୁବାସ ଚନ୍ଦ୍ର ପାଢ଼ୀ) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ଭେଷଜ ମହାବିଦ୍ୟାଳୟର ଜଣେ ଛାତ୍ର ନିଖୋଜ ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା କ୍ରମେ…

ନେପାଳ ବନ୍ୟା ପରେ ଭାରତର ସହାୟତାକୁ ପ୍ରଶଂସା, ପ୍ରଧାନମନ୍ତ୍ରୀ କହିଲେ…

କାଠମାଣ୍ଡୁ,୨ା୯: ନେପାଳରେ ଭୟଙ୍କର ବନ୍ୟା ପରେ ଭାରତ ପକ୍ଷରୁ ମିଳୁଥିବା ଲଗାତାର ସହାୟତାକୁ ନେଇ ଭାରତ ଓ ଚାଇନାକୁ ଧନ୍ୟବାଦ ଜଣାଇଛନ୍ତି ନେପାଳ ପ୍ରଧାନମନ୍ତ୍ରୀ ବାଲେନ ଶାହା।…

ସ୍ତ୍ରୀର ପରକୀୟା ପ୍ରୀତି ଉପରେ ନଜର ରଖିବା ପଡ଼ିଲା ମହଙ୍ଗା: ଟୁଥବ୍ରଶ୍‌ରୁ ସନ୍ଦେହ କରି ଫସିଲେ ସ୍ୱାମୀ, କୋର୍ଟ କହିଲେ…

ନୂଆଦିଲ୍ଲୀ,୨।୯: ପତ୍ନୀଙ୍କ ପରକୀୟା ସମ୍ପର୍କ ଉପରେ ସନ୍ଦେହ ଉପୁଜିବା ପରେ ଆରମ୍ଭ ହେଲା ବିବାଦ । ସନ୍ଦେହ ଦୂର କରିବା ପାଇଁ ସ୍ୱାମୀ ଏମିତି ଏକ ପଦକ୍ଷେପ…

ଗାଧୋଇବା ସମୟରେ ନଦୀରେ ଭାସି ଜଣେ ନିଖୋଜ

ଗୁଣପୁର,୨ା୯(ସୁଜାତା ପାଢ଼ୀ): ଗାଧୋଇବା ସମୟରେ ନଦୀରେ ଭାସିଯାଇ ଜଣେ ନିଖୋଜ ହୋଇଥିବା ଜଣାପଡ଼ିଛି। ଘଟଣାଟି ଘଟିଛି ଗୁଣପୁର ବଂଶଧାରା ନଦୀରେ। ନିଖୋଜ ଜଣେ ବ୍ୟକ୍ତି ଓ ତାଙ୍କ…

ସ୍କୁଲରେ ବାଜିବ ବେଲ, ହେଲେ ଆଉ ବଜାଇବେନି ସନ୍ତୋଷ

ଭଞ୍ଜନଗର,୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂସ୍ଥିତ କାହ୍ନୁ ରାଉତ ଉଚ୍ଚ ବିଦ୍ୟାଳୟର ପିଅନ ସନ୍ତୋଷ ଗୌଡ଼ (୫୮)ଙ୍କ ବୁଧବାର ଅକାଳ ବିୟୋଗରେ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri