ପୁଣି ଧମକ ଦେଲେ ଟ୍ରମ୍ପ: ଯଦି ରୁଷିଆ-ୟୁକ୍ରେନ ଯୁଦ୍ଧ ବନ୍ଦ ନ ହୁଏ…

ଓ୍ବାଶିଂଟନ,୧୯।୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ବନ୍ଦ କରିବା ପାଇଁ ଆଲୋଚନାରେ ବିଳମ୍ବକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିରାଶା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ରୁଷିଆ କିମ୍ବା ୟୁକ୍ରେନ ଯୁଦ୍ଧ ବନ୍ଦ କରିବାକୁ ପ୍ରସ୍ତୁତ ମନେ ହେଉନାହିଁ, ଯାହା କାରଣରୁ ଏପର୍ଯ୍ୟନ୍ତ କୌଣସି ଫଳାଫଳ ମିଳିନାହିଁ।

ସେ ଧମକ ଦେଇ କହିଛନ୍ତି, ଯଦି ରୁଷିଆ (ମସ୍କୋ) କିମ୍ବା ୟୁକ୍ରେନ (କିଭ) ଶାନ୍ତି ଚୁକ୍ତିନାମାରେ ଅଧିକ ସମସ୍ୟା ସୃଷ୍ଟି କରନ୍ତି, ତେବେ ଆମେରିକା ପଛକୁ ହଟିଯିବ ଏବଂ ସେମାନଙ୍କ ଆଲୋଚନାରେ ଅଧିକ ହସ୍ତକ୍ଷେପ କରିବ ନାହିଁ। ମୁଁ ଚାହୁଁଛି ଯୁଦ୍ଧ ଯଥାଶୀଘ୍ର ଶେଷ ହେଉ।

କିଛି ଦିନ ମଧ୍ୟରେ କୌଣସି ଠୋସ ଅଗ୍ରଗତି ନ ହେଲେ ଆମେରିକା ଆଲୋଚନାରୁ ଓହରିଯିବ ବୋଲି ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ଚେତାବନୀ ଦେବାର କିଛି ଘଣ୍ଟା ପରେ ଟ୍ରମ୍ପଙ୍କ ଏହି ମନ୍ତବ୍ୟ ଆସିଛି।
ସେ ଏହା ମଧ୍ୟ କହିଥିଲେ, ଆମେରିକାର ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଅଛି ଯାହା ଉପରେ ଧ୍ୟାନ ଦେବା ଆବଶ୍ୟକ। ଏହି ଘଟଣା ଏପରି ଏକ ସମୟରେ ଘଟିଛି ଯେତେବେଳେ ୟୁକ୍ରେନ ଉପରେ ରୁଷର ଆକ୍ରମଣ ଜାରି ରହିଛି। ଉତ୍ତର-ପୂର୍ବାଞ୍ଚଳ ଖାରକିଭ ଏବଂ ସୁମି ସହରରେ ରୁଷିଆ ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦୦ରୁ ଅଧିକ ଆହତ ହୋଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର: ହାରିଗଲେ ଶେଷ ଆଇନଗତ ଲଢ଼େଇ

ନୂଆଦିଲ୍ଲୀ,୬।୭: ପଳାତକ ଭାରତୀୟ ହୀରା ବ୍ୟବସାୟୀ ନୀରବ ମୋଦିଙ୍କ ଭାରତ ଫେରିବା ପାଇଁ ପଥ ପରିଷ୍କାର ହୋଇଛି। ସେ ୟୁରୋପୀୟ କୋର୍ଟରେ ତାଙ୍କର ଶେଷ ଆଇନଗତ ଲଢ଼େଇ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri