ଏହି ଦେଶକୁ ଉଡ଼ାଇଦେବାକୁ ଧମକ ଦେଲେ ଟ୍ରମ୍ପ: ସାରା ବିଶ୍ୱରେ ପଡ଼ିଗଲା ଚହଳ

ଓ୍ବାଶିଂଟନ୍‌,୨୯ା୫:ହର୍ମୁଜ୍‌ ପ୍ରଣାଳୀକୁ ନେଇ ଇରାନ ଓ ଆମେରିକା ମଧ୍ୟରେ ଲାଗି ରହିଥିବା ବିବାଦ ତୁଟି ନ ଥିବାବେଳେ ଏବେ ଓମାନକୁ ନେଇ ପୁଣି ବିବାଦ ମୁଣ୍ଡ ଟେକିଛି। ହର୍ମୁଜ୍‌କୁ ସ୍ବାଭାବିକ କରିବା ପ୍ରକ୍ରିୟାରେ ଓମାନ ମୁଣ୍ଡ ପୂରାଇଥିବାରୁ ଏହାକୁ ଉଡ଼ାଇ ଦେବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ହର୍ମୁଜ୍‌ ପ୍ରଣାଳୀକୁ ମୁକ୍ତ କରି ଜାହାଜ ଚଳାଚଳକୁ ସ୍ବାଭାବିକ କରିବାକୁ ଆମେରିକା ଇରାନ ଉପରେ ଚାପ ପକାଇ ଆସୁଥିଲାବେଳେ ଏହି ବାଟ ଦେଇ ଯାତାୟାତ କରୁଥିବା ତୈଳବାହୀ ଜାହାଜଗୁଡିକରୁ ଇରାନ ଶୁଳ୍କ ଆଦାୟ କରିବ ବୋଲି ଜିଦ୍‌ ଧରିଛି। କିନ୍ତୁ ଏହା ଭିତରେ ଓମାନ ମଧ୍ୟ ଇରାନ ସହ ମିଶି ଶୁଳ୍କ ଆଦାୟ କରିବାକୁ ଅଣ୍ଟା ଭିଡିଛି। ଏହି ବିଷୟ ସାମ୍ନାକୁ ଆସିବାପରେ ଟ୍ରମ୍ପ୍‌ କ୍ଷୁବ୍ଧ ହେବା ସହିତ ଆମେରିକାର ଏକ ସହଯୋଗୀ ରାଷ୍ଟ୍ର ଭାବେ ଓମାନ ଉପରେ ବୋମା ପକାଇ ଧ୍ୱଂସ କରିଦେବାକୁ ଧମକ ଦେଇଛନ୍ତି। ହ୍ବାଇଟ୍‌ ହାଉସ୍‌ଠାରେ ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଟ୍ରମ୍ପ୍‌ କହିଛନ୍ତି, ଓମାନ ଆମେରିକା ସହ ଯେଭଳି ବ୍ୟବହାର କରିବା କଥା ସେଭଳି କରୁ। ନଚେତ୍‌ ଆମେ ଓମାନକୁ ଉଡ଼ାଇଦେବୁ। ହର୍ମୁଜ୍‌ ଉପରେ କାହାର ଆଧିପତ୍ୟ ବିସ୍ତାରକୁ ଆମେରିକା ସ୍ବୀକୃତି ଦେବ ନାହିଁ। ଏହାପୂର୍ବ ଭଳି ସମସ୍ତଙ୍କ ପାଇଁ ସ୍ବାଭାବିକ ରହିବ। ଆମେରିକା ହର୍ମୁଜ ଉପରେ ନଜର ରଖିଛି ଏବଂ ଏହାର ପୂର୍ବ ସ୍ଥିତି ଫେରାଇ ଆଣିବାକୁ ପ୍ରତିଶ୍ରୁତିବଦ୍ଧ। ହର୍ମୁଜ୍‌ ଉପରେ ସବୁ ଦେଶର ଯେଭଳି ଅଧିକାର ରହିଛି, ଓମାନର ମଧ୍ୟ ସେତିକି ଅଧିକାର ରହିଛି। କିନ୍ତୁ ଏହା ଉପରେ କୌଣସି ଦେଶ ଆଧିପତ୍ୟ ବିସ୍ତାର କରିବାକୁ ଉଦ୍ୟମ କଲେ ଆମେରିକା ତାହା ବରଦାସ୍ତ କରିବ ନାହିଁ ବୋଲି ଟ୍ରମ୍ପ ସ୍ପଷ୍ଟ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟାରେ ଭାସିଗଲା କୋଟି କୋଟି ଟଙ୍କା ଗଚ୍ଛିତ ଥିବା ବ୍ୟାଙ୍କ, ୩୫ କର୍ମଚାରୀ ନିଖୋଜ, ଏବେ ବଢୁଛି ଲୁଟ୍‌ ମାମଲା

କାଠମାଣ୍ଡୁ,୩୧।୮: ପାର୍ବତ୍ୟ ଦେଶ ନେପାଳରେ, ପ୍ରକୃତିର ଭୟଙ୍କର ଶକ୍ତି କେବଳ ଦୈନନ୍ଦିନ ଜୀବନକୁ ନୁହେଁ ବରଂ ସମଗ୍ର ଅର୍ଥନୈତିକ ବ୍ୟବସ୍ଥାକୁ ଦୋହଲାଇ ଦେଇଛି। ଭୋଟେ କୋଶି ନଦୀରେ…

Video: ନେପାଳ ବନ୍ୟା ପରେ ମିଳିଲା କୋଟି କୋଟି ଟଙ୍କାର ସୁନା; ୮ ଘଣ୍ଟାର ଅପରେଶନରେ ବିପୁଳ ସମ୍ପତ୍ତି ଉଦ୍ଧାର

କାଠମାଣ୍ଡୁ,୩୧।୮: ଭୋଟେ କୋଶି ନଦୀରେ ଭୟଙ୍କର ବନ୍ୟା ନେପାଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ବନ୍ୟାରେ ଏପର୍ଯ୍ୟନ୍ତ ମୃତ୍ୟୁ ସଂଖ୍ୟା 903 ରେ ପହଞ୍ଚିଛି। ନୁୱାକୋଟ ଜିଲାର ତ୍ରିଶୁଳି…

ଚାଷଜମିରୁ ଆଠ ଫୁଟର ଅଜଗରକୁ ଉଦ୍ଧାର କଲେ ଗ୍ରାମବାସୀ, ସରପଞ୍ଚ..

ବଡ଼ଗାଁ,୩୧।୮(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଅଞ୍ଚଳରେ ବର୍ଷା ଋତୁରେ ଅଜଗର ସାପ ଗାଁ ସହ ଚାଷଜମିରେ ଦେଖାଯାଇଥାନ୍ତି। ଚଳିତବର୍ଷ ବଡ଼ଗାଁର ସାପ ଧରାଳି ମହେନ୍ଦ୍ର ନାଏକ…

ନେପାଳ ବନ୍ୟା ପରେ କନ୍ଦାଉଛି ଜମି ଯାଇଥିବା ପାଣି କାଦୁଅ, ISRO ଫଟୋ ଦେଲା ବଡ଼ ତଥ୍ୟ, ଭାରତ ଉପରେ ରହିଛି ବିପଦ!

କାଠମାଣ୍ଡୁ,୩୧।୮: ନେପାଳରେ ହୋଇଥିବା ବିନାଶକାରୀ ବନ୍ୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଚିତ୍ର ପ୍ରକାଶ ପାଇଛି। ପ୍ରଥମେ ପ୍ରବଳ ବର୍ଷା ଏବଂ ହିମସ୍ଖଳନକୁ ପ୍ରାଥମିକ କାରଣ ଭାବରେ ବିବେଚନା…

ପାର୍ବଣ ଋତୁ ପୂର୍ବରୁ ବଡ଼ ଖୁସି ଖବର; କମିବ ଚିନି ଦର! ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୩୧।୮: ଆଗାମୀ ପାର୍ବଣ ଋତୁ ପୂର୍ବରୁ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ବଜାରରେ ଚିନିର ଦର ନିୟନ୍ତ୍ରଣ କରିବା ସହ କଳାବଜାରୀ ରୋକିବା ପାଇଁ କେନ୍ଦ୍ର…

ନେପାଳ ବନ୍ୟା: ୯୦୦ ଟପିଲା ମୃତ୍ୟୁ ସଂଖ୍ୟା, ୩ହଜାରରୁ ଅଧିକ ନିଖୋଜ

କାଠମାଣ୍ଡୁ,୩୧।୮: ନେପାଳରେ ଭୟଙ୍କର ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୯୦୦ ରେ ପହଞ୍ଚିଛି। ଏହି ସମୟରେ, ଭୋଟେ କୋଶି ନଦୀରେ ଜଳସ୍ତର ବୃଦ୍ଧି ପାଇବା ଯୋଗୁ ନୂତନ…

‘କେସିଙ୍ଗା ସହରକୁ ବିକାଶ କ୍ଷେତ୍ରରେ ରହିଛି ଟ୍ୟାକ୍ସର ଆବଶ୍ୟକତା’

କେସିଙ୍ଗା,୩୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ନିଜକୁ ଶାସନ କରୁଥିବା ସ୍ବାୟତ୍ତ ଶାସନ ଦିବସ ସ୍ଥାନୀୟ କଲ୍ୟାଣମଣ୍ଡପ ପରିସରରେ ରବିବାର…

ମହିଳା ଏସିଆ କପ୍ ୨୦୨୬: ଇତିହାସ ରଚିଲେ ସ୍ମୃତି ମନ୍ଧାନା, ୨ୟ ସର୍ବାଧିକ…

ନୂଆଦିଲ୍ଲୀ,୩୧।୮: ମହିଳା ଏସିଆ କପ୍‌ ୨୦୨୬ରେ ଭାରତୀୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି । ପ୍ରଥମ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଥାଇଲାଣ୍ଡକୁ ୯୪ ରନ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri