ସେନା ପଠାଇଲା ଆମେରିକା, ଏବେ ବିଶ୍ୱଯୁଦ୍ଧ ଥୟ!

ଓ୍ୱାଶିଂଟନ୍‌ ,୧୫ା୩: ଇରାନ୍‌ର ଖାର୍ଗ ଦ୍ୱୀପ ଉପରେ ଆମେରିକାର ଆକ୍ରମଣ ପରେ ଇରାନ୍‌ ଆହୁରି ପ୍ରତିଶୋଧ ପରାୟଣ ହୋଇପଡ଼ିଛି। ପୂର୍ୱରୁ ଆମେରିକା ଉପରେ ପରୋକ୍ଷରେ ଚାପ ସୃଷ୍ଟି କରିବାକୁ ଇରାନ୍‌ ସାଉଦି ଆରବ, ୟୁଏଇ, କାତାର,ବାହାରିନ୍‌, କୁଏଟ୍‌ ଭଳି ବହୁ ଉପସାଗରୀୟ ଦେଶ ଉପରେ ଆକ୍ରମଣ କରିଥିଲା। ଏହାସହ ବୈଶ୍ୱିକସ୍ତରରେ ତୈଳ ସଙ୍କଟ ସୃଷ୍ଟି କରିବାକୁ ହର୍ମୁଜ୍‌ ସାମୁଦ୍ରିକ ପଥ ବନ୍ଦ କରିଦେଇଥିଲା। କିନ୍ତୁ ଇରାନ୍‌ର ଖାର୍ଗ ଦ୍ୱୀପ ଉପରେ ଆମେରିକା ଆକ୍ରମଣ କରିବା ପରେ ହର୍ମୁଜ୍‌ ଷ୍ଟ୍ରେଟ୍‌ ସ୍ଥିତି ଆହୁରି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ଆମେରିକା ଆକ୍ରମଣରେ ଏଠାରେ ଥିବା ଇରାନ୍‌ର ପ୍ରମୁଖ ସାମରିକ ଭିତ୍ତିଭୂମି ନଷ୍ଟ ହୋଇଯାଇଥିଲେ ହେଁ ଇରାନ୍‌ ହର୍ମୁଜ୍‌ ଷ୍ଟ୍ରେଟ୍‌ ଚାରିପଟେ ବିପୁଳ ସଂଖ୍ୟାରେ କ୍ଷେପଣାସ୍ତ୍ର, ଯୁଦ୍ଧ ଜାହାଜ ଏବଂ ଓ୍ୱାଟର ମାଇନ୍‌ ବିଛାଇଛି। ତେଣୁ ଆଗକୁ ପଣ୍ୟବାହୀ ଜାହାଜଗୁଡିକୁ ସୁରକ୍ଷା ଦେବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ନିଜ ଦେଶର ସୈନିକଙ୍କୁ ମୁତୟନ କରିବା ସହିତ ଅନ୍ୟ ଦେଶଗୁଡିକୁ ମଧ୍ୟ ସୈନ୍ୟ ମୁତୟନ କରିବାକୁ କହିଛନ୍ତି। ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ଯେଭଳି ବୈଶ୍ୱିକ ତୈଳ ପରିବହନ ସ୍ୱାଭାବିକ ରହିବ ତାହାକୁ ଗୁରୁତ୍ୱ ଦେବାକୁ ପଡ଼ିବ ବୋଲି ଟ୍ରମ୍ପ୍‌ କହିଛନ୍ତି। ଏଥିପାଇଁ ଚାଇନା ସମେତ ଫ୍ରାନ୍ସ, ଜାପାନ, ଯୁକ୍ତରାଜ୍ୟ ଏବଂ ଦକ୍ଷିଣ କୋରିଆ ଆଦି ଦେଶ ସେମାନଙ୍କ ଯୁଦ୍ଧ ଜାହାଜ ମୁତୟନ କରି ତୈଳବାହୀ ଜାହାଜଗୁଡିକୁ ସୁରକ୍ଷା ଯୋଗାଇଦେବାକୁ ଟ୍ରମ୍ପ୍‌ କହିଛନ୍ତି। ଏହାମଧ୍ୟରେ ଜାପାନରେ ମୁତୟନ ହୋଇଥିବା ଆମେରିକାର ଯୁଦ୍ଧ ଜାହାଜ ୟୁଏସ୍‌ ଟ୍ରିପୋଲିକୁ ଇରାନ୍‌ ଉପକୂଳ ଅଭିମୁଖେ ପଠାଯାଇଛି। ଏଥିରେ ନିୟୋଜିତ ରହିଥିବା ୨୫୦୦ ମେରିନ୍‌ ହର୍ମୁଜ୍‌ ଷ୍ଟ୍ରେଟ୍‌ ସୁରକ୍ଷା ପାଇଁ ମୁତୟନ ହେବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?