ଚାଇନାକୁ ଟ୍ରମ୍ପ୍‌ଙ୍କ ଚେତାବନୀ: ଭୋଗିବାକୁ ପଡ଼ିବ କୁକର୍ମର ଫଳ

ଓ୍ବାଶିଂଟନ, ୮।୧୦:କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟି ଥିବା ଚାଇନାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପୁଣି ଚେତାବନୀ ଦେଇଛନ୍ତି। ଟ୍ରମ୍ପ୍‌ କହିଛନ୍ତି ଚାଇନାକୁ କୁକର୍ମର ଫଳ ଭୋଗିବାକୁ ପଡ଼ିବ। ରାଷ୍ଟ୍ର ଉଦ୍ଦେଶ୍ୟରେ ଜାରି ହୋଇଥିବା ୪ ମିନିଟ୍‌ ୫୩ ସେକେଣ୍ଡର ଏକ ଭିଡ଼ିଓରେ ଟ୍ରମ୍ପ୍‌ ଏଭଳି କହିଛନ୍ତି। ଟ୍ରମ୍ପ୍‌ କହିଛନ୍ତି ଏହା ଭଗବାନଙ୍କ ଆଶୀର୍ବାଦ ଯେ, ଏବେ ଆମ ପାଖରେ କରୋନା ସହିତ ଳଢ଼ିବା ପାଇଁ ଆବଶ୍ୟକ ଔଷଧ ରହିଛି। ଆମେରିକାର ସମସ୍ତ ଜନସାଧାରଣଙ୍କୁ କରୋନା ପ୍ରତିଷେଧକ ଟିକା ଉପଲବ୍ଧ କରାଇବା ଲାଗି ପଦକ୍ଷେପ ଗ୍ରହଣ କରାଯାଇଥିବା ଟ୍ରମ୍ପ୍‌ ସୂଚନା ଦେଇଛନ୍ତି। ପୃଥିବୀକୁ ସଙ୍କଟ ମୋଡ଼ରେ ଆଣି ପହଞ୍ଚାଇଥିବା ଚାଇନାକୁ ଫଳ ନିଶ୍ଚିତ ଭୋଗିବାକୁ ପଡ଼ିବ। ବହୁ ରାଷ୍ଟ୍ରରେ କରୋନା ସଂକ୍ରମଣ ହୋଇଛି। ମାତ୍ର ଏଥି ପାଇଁ କୌଣସି ରାଷ୍ଟ୍ର ଅବା ଲୋକେ ଦାୟୀ ନୁହନ୍ତି। ଏଥିଲାଗି ଚାଇନା ହିଁ ସମ୍ପୂର୍ଣ୍ଣ ଦାୟୀ ବୋଲି ସେ କହିଛନ୍ତି। ଟ୍ରମ୍ପ୍‌ଙ୍କ ଏହି ଭିଡ଼ିଓକୁ ଟୁଇଟରରେ ଅପଲୋଡ୍‌ କରାଯାଇଛି। ଏବେ ଏହି ଭିଡ଼ିଓକୁ ନେଇ ଅନ୍ତର୍ଜାତୀୟସ୍ତରରେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri