ଇରାନକୁ ପୁଣି ଟ୍ରମ୍ପଙ୍କ ଖୋଲା ଧମକ, କହିଲେ..’ଆମେ ସମ୍ପୂର୍ଣ୍ଣ ପ୍ରସ୍ତୁତ, ଆବଶ୍ୟକ ପଡ଼ିଲେ ଆଜି ରାତିରେ…’

ଓ୍ବାଶିଂଟନ,୮।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ସାମୁଦ୍ରିକ ସୁରକ୍ଷା ବିପନ୍ନ ହେବା ଯୋଗୁ ହର୍ମୁଜ୍ ଷ୍ଟ୍ରେଟ୍ ରେ ଶତାଧିକ ଜାହାଜ ଫସି ରହିଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଏକ ବଡ଼ ଧମକ ଦେଇଛନ୍ତି। ଇରାନ ବିରୋଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ଟ୍ରମ୍ପ ସଙ୍କେତ ଦେଇଛନ୍ତି ଯେ ଆମେରିକା ଖୁବ୍‌ଶୀଘ୍ର ନୂତନ ସାମରିକ ଆକ୍ରମଣ କରିପାରେ। ସମ୍ବାଦ ସରବରାହ ସଂସ୍ଥା ଏପିର ରିପୋର୍ଟ ଅନୁଯାୟୀ, ଆମେରିକା ଇରାନ ବିରୋଧରେ ଅଧିକ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଛି ଏବଂ ଆବଶ୍ୟକ ପଡ଼ିଲେ ଆଜି ହିଁ ପୁଣି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ତୁର୍କୀର ରାଜଧାନୀ ଅଙ୍କାରାରେ ଚାଲିଥିବା ନାଟୋ (NATO) ସମ୍ମିଳନୀ ଅବସରରେ ଖବରଦାତାମାନଙ୍କ ସହ କଥାବାର୍ତ୍ତା ବେଳେ ଟ୍ରମ୍ପ କହିଛନ୍ତି, “ଗତକାଲି ରାତିରେ ଆମେ ସେମାନଙ୍କ ଉପରେ ଶକ୍ତ ପ୍ରହାର କରିଥିଲୁ ଏବଂ ସମ୍ଭବତଃ ଆଜି ରାତିରେ ମଧ୍ୟ ଆମେ ପୁଣି ଏକ ଜୋରଦାର ଆକ୍ରମଣ କରିବୁ।”

ଇରାନର ଆଭିମୁଖ୍ୟକୁ ସମାଲୋଚନା କରି ଟ୍ରମ୍ପ କହିଛନ୍ତି ଯେ ସେମାନେ ଅତି ଖରାପ ବ୍ୟବହାର କରୁଛନ୍ତି। ଆମେରିକା ନିଜର ସ୍ୱାର୍ଥ ଏବଂ ଆନ୍ତର୍ଜାତୀୟ ସାମୁଦ୍ରିକ ବାଣିଜ୍ୟ ପଥର ସୁରକ୍ଷା ପାଇଁ ଆବଶ୍ୟକ ପଦକ୍ଷେପ ନେବା ଜାରି ରଖିବ। ହର୍ମୁଜ୍ ଜଳଡମରୁମଧ୍ୟରେ ବାଣିଜ୍ୟିକ ଜାହାଜଗୁଡ଼ିକୁ ଟାର୍ଗେଟ୍ କରିବା ପାଇଁ ଇରାନ ଡ୍ରୋନ୍ ଏବଂ ମିସାଇଲ୍ ବ୍ୟବହାର କରିଥିବା ଆମେରିକା ରାଷ୍ଟ୍ରପତି ଅଭିଯୋଗ କରିଛନ୍ତି। ଏହି ଆକ୍ରମଣର ଜବାବରେ ହିଁ ଆମେରିକା ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।

ଟ୍ରମ୍ପ ଆହୁରି ମଧ୍ୟ କହିଛନ୍ତି ଯେ, ଇରାନ ସହିତ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ଚୁକ୍ତି ଏବେ ‘ଶେଷ’ ହୋଇଯାଇଛି। ଯୁଦ୍ଧବିରତି ସ୍ଥିତି ବିଷୟରେ ପଚରାଯିବାରୁ ସେ କହିଛନ୍ତି, “ମୋତେ ଲାଗୁଛି ଏହା ଶେଷ ହୋଇଯାଇଛି। ସେମାନଙ୍କ ସହ କଥାବାର୍ତ୍ତା କରିବା ସମୟ ନଷ୍ଟ କରିବା ସହ ସମାନ।” ତେବେ ଏହି ଆକ୍ରମଣର କିଛି ଘଣ୍ଟା ପୂର୍ବରୁ ହିଁ ଆମେରିକା ଇରାନ ଉପରେ ଏୟାରଷ୍ଟ୍ରାଇକ୍ କରିଥିଲା, ଯାହାକୁ ସେ ହର୍ମୁଜରେ ଟ୍ୟାଙ୍କରଗୁଡ଼ିକ ଉପରେ ହୋଇଥିବା ଇରାନୀ ଆକ୍ରମଣର ଜବାବ ବୋଲି କହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri