ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ । ଯାହା ଧିରେ ଧିରେ ଶେଷ ଶେଷ ହେବାକୁ ଯାଉଛି। ଯେଉଁଥିପାଇଁ ଟ୍ରମ୍ପ ପୁଣି ଥରେ ଇରାନକୁ ଧମକ ଦେଇଛନ୍ତି। ସେ ରାଗି କି କହିଛନ୍ତି, ‘ତୁମେ ପାଗଳ ଲୋକମାନେ, ହର୍ମୁଜ ପ୍ରଣାଳୀ ଖୋଲିଦିଅ ନଚେତ୍‌ ନର୍କକୁ ଯିବ।’

ଟ୍ରମ୍ପ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ଲେଖିଛନ୍ତି, ମଙ୍ଗଳବାର ଇରାନରେ ପାଓ୍ବାର ପ୍ଲାଣ୍ଟ ଦିବସ ଏବଂ ସେତୁ ଦିବସ ଏକାଠି ପାଳନ କରାଯିବ। ଏହା ପୂର୍ବରୁ କେବେ ଏମିତି ହୋଇନାହିଁ!!! ତୁମେ ପାଗଳ ଲୋକମାନେ, ହର୍ମୁଜ ପ୍ରଣାଳୀ ଖୋଲିଦିଅ। ସତର୍କ ରୁହ! ଭଗବାନଙ୍କ ନିକଟରେ ପ୍ରାର୍ଥନା କର।

୪ ଏପ୍ରିଲ ରାତିରେ ଟ୍ରମ୍ପ ଇରାନକୁ ମନେ ପକାଇ ଦେଇଥିଲେ ଯେ, ସେ ସେମାନଙ୍କୁ ଏକ ଚୁକ୍ତିରେ ପହଞ୍ଚିବା କିମ୍ବା ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ୧୦ ଦିନ ସମୟ ଦେଇଛନ୍ତି। ସେ କହିଥିଲେ, ‘ସମୟ ସରି ଆସୁଛି। ୪୮ ଘଣ୍ଟା ମଧ୍ୟରେ, ଆମେରିକା ଏହା ଉପରେ ବିନାଶ ଆରମ୍ଭ କରିବ।’

ଟ୍ରମ୍ପ ପୂର୍ବରୁ କହିଥିଲେ ଯେ, ଇରାନ ଏହାର ଶକ୍ତି କେନ୍ଦ୍ର ଉପରେ ଆକ୍ରମଣ ଉପରେ ୭ ଦିନ ପାଇଁ ସ୍ଥଗିତ ରଖିବାକୁ ଅନୁରୋଧ କରିଥିଲା, କିନ୍ତୁ ସେ ଏହି ସମୟ ସୀମାକୁ ୧୦ ଦିନ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିଲେ, ଯାହା ଏପ୍ରିଲ ୬ ତାରିଖରେ ଶେଷ ହେଉଛି।

ଏକ ସାକ୍ଷାତକାରରେ ଟ୍ରମ୍ପ କହିଛନ୍ତି, ତେହରାନ ଅଧିକାରୀମାନେ ତାଙ୍କ ପ୍ରଶାସନ ସହିତ ଯୋଗାଯୋଗ କରିଥିଲେ ଏବଂ କୂଟନୈତିକ ଆଲୋଚନାର ଅଂଶ ଭାବରେ ଅଧିକ ସମୟ ଅନୁରୋଧ କରିଥିଲେ। ସେମାନେ ମୋ’ ଲୋକଙ୍କ ମାଧ୍ୟମରେ ମୋତେ ବହୁତ ବିନମ୍ରତାର ସହିତ ପଚାରିଥିଲେ, ‘ଆମେ ଆଉ ଟିକିଏ ସମୟ ପାଇପାରିବୁ କି? ଯଦି ସେମାନେ ମୋ କଥା ନ ଶୁଣନ୍ତି, ତେବେ ମୁଁ ସେମାନଙ୍କର ଶକ୍ତି କେନ୍ଦ୍ରଗୁଡ଼ିକୁ ନଷ୍ଟ କରିଦେବି ବୋଲି ଟ୍ରମ୍ପ କଡ଼ା ଚେତାବନୀ ଦେଇ କହିଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ମୋଦି କ୍ୟାବିନେଟ୍‌ରେ ହେବ ଅଦଳବଦଳ! ଏହି ୨ କେନ୍ଦ୍ରମନ୍ତ୍ରୀଙ୍କ ମନ୍ତ୍ରୀପଦ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୫।୧୦:ମୋଦି ସରକାରର କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣିଥରେ ବଡ଼ ପରିବର୍ତ୍ତନ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ଉତ୍ତରପ୍ରଦେଶରୁ ରାଜ୍ୟ ସଭା ନିର୍ବାଚନ ପାଇଁ ଭାଜପା ୮ ଜଣ…

ଏହି ୩ ଜଣଙ୍କୁ ଚିକିତ୍ସା ବିଜ୍ଞାନରେ ନୋବେଲ: ମିଳିବ ଏତିକି ଟଙ୍କାର ପୁରସ୍କାର

ଷ୍ଟକହୋମ,୫।୧୦: ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। କାର୍ଲ ଡାଇସେରୋଥ, ପିଟର ହେଗେମାନ ଓ ଜର୍ଜ ନାଗେଲଙ୍କୁ ଫିଜିଓଲୋଜି ବା ମେଡିସିନ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?