Posted inଜାତୀୟ

ଖୁସିରେ ଗଦଗଦ ହୋଇ ମୋଦିଙ୍କୁ ଏମିତି ମେସେଜ୍‌ କରିଦେଲେ ଟ୍ରମ୍ପ: ଚାହିଁ ରହିଗଲା ସାରା ବିଶ୍ୱ

ନୂଆଦିଲ୍ଲୀ,୧୧।୬:ଲଗାତର ଅଧିକ ଦିନ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବେ ଜବାହରଲାଲ ନେହେରୁଙ୍କ କାର୍ଯ୍ୟକାଳ ରେକର୍ଡକୁ ବୁଧବାର ଜୁନ୍‌ ୧୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅତିକ୍ରମ କରିଛନ୍ତି।
୨୦୧୪ ମେ’ ୨୬ରେ ମୋଦି ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାବେଳେ ବୁଧବାର ତାଙ୍କର କାର୍ଯ୍ୟକାଳ ୪,୩୯୯ ଦିନ ପୂରଣ ହୋଇଛି। ଏଥିପାଇଁ ୟୁରୋପୀୟ କମିଶନ ଅଧ୍ୟକ୍ଷ ଉର୍ସୁଲା ଭନ୍‌ ଡେର୍‌ ଲେୟେନ, ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ବିଭିନ୍ନ ଦେଶର ରାଜନେତାମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଜଣାଇନ୍ତି। ଅଭିନନ୍ଦନ ଜଣାଇଥିବା ଅନ୍ୟ ନେତାଙ୍କ ମଧ୍ୟରେ ଅଛନ୍ତି ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ, ଦକ୍ଷିଣ କୋରିଆ ରାଷ୍ଟ୍ରପତି ଲି ଜାଏ-ମ୍ୟୁଙ୍ଗ୍‌, ମାଲେସିଆ ପ୍ରଧାନମନ୍ତ୍ରୀ ଅନଓ୍ବର ଇବ୍ରାହିମ୍‌, ଭୁଟାନ ପ୍ରଧାନମନ୍ତ୍ରୀ ଶେରିଙ୍ଗ ଟବ୍‌ଗେ, ଶ୍ରୀଲଙ୍କା ରାଷ୍ଟ୍ରପତି ଅରୁରା କୁମାରା ଦିସାନାୟକେ, ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍କଟ୍‌ ମୋରିସନ୍‌ ଓ ଅନ୍ୟମାନେ। ଆମେରିକାର ବହୁ ରାଜନେତା ଏବଂ ରାଷ୍ଟ୍ରପତି ଟ୍ରମ୍ପ ମଧ୍ୟ ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସର୍ବାଧିକ ସମୟ ପାଇଁ ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ରେକର୍ଡ ସ୍ଥାପନ କରିବା ପାଇଁ ଅଭିନନ୍ଦନ ଜଣାଇବା ଏବଂ ତାଙ୍କ ପ୍ରଶଂସା କରିଥିଲେ। ମୋଦି ମଧ୍ୟ ଧନ୍ୟବାଦ ଜଣାଇ କହିଥିଲେ, ଆପଣଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ। ଭାରତ-ଆମେରିକା ବ୍ୟାପକ ବିଶ୍ୱ ରଣନୈତିକ ସହଭାଗୀତାକୁ ଆହୁରି ଆଗକୁ ବଢ଼ାଇବା ପାଇଁ ମୁଁ ଆପଣଙ୍କ ସହିତ କାମ କରିବାକୁ ଅପେକ୍ଷା କରିଛି।

ଏକ ପୋଷ୍ଟରେ ଟ୍ରମ୍ପ କହିଛନ୍ତି, ଭାରତର ସର୍ବାଧିକ ସମୟ ପାଇଁ ପ୍ରଧାନମନ୍ତ୍ରୀ ହେବା ପାଇଁ ମୋର ବନ୍ଧୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ସେ ଜଣେ ପ୍ରଭାବଶାଳୀ ନେତା। ମୋଦି ଜଣେ ଶକ୍ତିଶାଳୀ, ସକ୍ଷମ ଏବଂ ଜ୍ଞାନୀ ନେତା ଏବଂ ତାଙ୍କ ନେତୃତ୍ୱରେ ଆଗାମୀ ବର୍ଷଗୁଡ଼ିକରେ ଅନେକ ବଡ଼ ସଫଳତା ହାସଲ ହେବ।

ଏହି ମେସେଜ୍‌ର ଜବାବରେ ମୋଦି ‘X’ରେ କହିଛନ୍ତି,ରାଷ୍ଟ୍ରପତି ଟ୍ରମ୍ପ, ଆପଣଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ। ଆମର ରାଷ୍ଟ୍ର ଏବଂ ସମଗ୍ର ବିଶ୍ୱର ଲାଭ ପାଇଁ ଭାରତ-ଆମେରିକା ବ୍ୟାପକ ବିଶ୍ୱ ରଣନୈତିକ ସହଭାଗୀତାକୁ ଆହୁରି ମଜଭୁତ କରିବା ପାଇଁ ମୁଁ ଆପଣଙ୍କ ସହିତ କାମ କରିବାକୁ ଅପେକ୍ଷା କରିଛି।

ନରେନ୍ଦ୍ର ମୋଦି ୪,୩୯୯ ଦିନର ନିରନ୍ତର କାର୍ଯ୍ୟକାଳ ପୂରଣ କରି ଭାରତର ସର୍ବାଧିକ ସମୟ ପାଇଁ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ ସ୍ଥାପନ କରିଛନ୍ତି। ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଦ୍ୱାରା ରଖାଯାଇଥିବା ୪,୩୯୮ ଦିନର ରେକର୍ଡକୁ ଅତିକ୍ରମ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?