ପଟି ବାନ୍ଧି ପ୍ରଥମଥର ଆରଏନସି ପହଞ୍ଚିଲେ ଟ୍ରମ୍ପ, କରାଗଲା ଜୋରଦାର ସ୍ବାଗତ

ଓ୍ବାଶିଂଟନ,୧୬।୭: ପେନସିଲଭାନିଆ ରାଲିରେ ହୋଇଥିବା ଆକ୍ରମଣ ପରେ ପ୍ରଥମ ଥର ପାଇଁ ଡୋନାଲ୍ଡ ଟ୍ରମ୍ପ ସୋମବାର ରିପବ୍ଲିକାନ ନ୍ୟାସନାଲ କନଭେନସନ (ଆରଏନସି) ରେ ପହଞ୍ଚିଥିଲେ। ଏହି ସମୟରେ ଲୋକମାନେ ତାଙ୍କୁ ଜୋରଦାର କରତାଳି ଦେଇ ସ୍ବାଗତ କରିଥିଲେ। ଯେତେବେଳେ ଟ୍ରମ୍ପ ମିଲୱାକ୍ରେ ପହଞ୍ଚିଲେ, ସେତେବେଳେ ତାଙ୍କ ଡାହାଣ କାନରେ ଏକ ବ୍ୟାଣ୍ଡେଜ ଥିବା ଦେଖାଯାଇଥିଲା। ତାଙ୍କୁ ସ୍ବାଗତ କରିବା ପାଇଁ ଗଡ ବ୍ଲେସ ୟୁଏସଏର ଗୀତ ମଧ୍ୟ ବଜାଯାଇଥିଲା। ସୂଚନାଯୋଗ୍ୟ, ଜୁଲାଇ ୧୩ରେ ପେନସିଲଭାନିଆରେ ଏକ ରାଲିରେ ଟ୍ରମ୍ପଙ୍କୁ ଗୁଳି କରାଯାଇଥିଲା। ଏହି ଆକ୍ରମଣରେ ବୁଲେଟ ଟ୍ରମ୍ପଙ୍କ କାନକୁ ବିଦ୍ଧ କରିଥିଲା। ଏହି ଆକ୍ରମଣର ୪୮ଘଣ୍ଟା ପରେ ରିପବ୍ଲିକାନ ପାର୍ଟି ତାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବରେ ବାଛିଲା। ଏହି ସମୟରେ ଟ୍ରମ୍ପ ଆରଏନସିରେ ପହଞ୍ଚିବା ମାତ୍ରେ ସମର୍ଥକମାନେ ଆମେରିକା-ଆମେରିକାର ସ୍ଲୋଗାନ ଦେଇଥିଲେ। ଏଥିସହ ଲୋକମାନେ ଟ୍ରମ୍ପଙ୍କ ପରି ହାତ ମୁଠା ଉଠାଇ ‘ଲଢ-ଲଢ’ ବୋଲି ସ୍ଲୋଗାନ ଦେଉଥିବା ନଜର ଆସିଥିଲେ। କନଭେନଶନ ସେଣ୍ଟରକୁ ଟ୍ରମ୍ପଙ୍କ ଆଗମନ ସମୟରେ ଲୋକମାନେ ’ୟ‘ଓ୍ବି ଲଭ ଟ୍ରମ୍ପ’ ସ୍ଲୋଗାନ ମଧ୍ୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା…

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ସରିଯିବ ତେଲ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ,…

ସୁନା୬,୭୦୦ ଏବଂ ରୂପା ୧୨,୭୦୦ ଟଙ୍କା କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୩ ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ତୀବ୍ର ହ୍ରାସ ହୋଇଛି । MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ…

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri