ଟ୍ରମ୍ପ ରାଷ୍ଟ୍ରପତି ନିର୍ବାଚନ ଜିତିଲେ ମସ୍କଙ୍କୁ କରିବେ ‘ଚିଫ୍‌’

ଓ୍ବାଶିଂଟନ,୬।୯: ଟେସଲା ସିଇଓ ଏଲୋନ ମସ୍କ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସର୍ବଦା ସମର୍ଥନ କରିଆସୁଛନ୍ତି। ଚଳିତ ବର୍ଷ ନଭେମ୍ବରରେ ହେବାକୁ ଥିବା ଆମେରିକୀୟ ରାଷ୍ଟ୍ରପତି ନିର୍ବାଚନରେ ମଧ୍ୟ ଏଲୋନ ମସ୍କ ଟ୍ରମ୍ପଙ୍କୁ ଖୋଲାଖୋଲି ସମର୍ଥନ କରୁଛନ୍ତି। କିଛି ଦିନ ପୂର୍ବରୁ ଏଲୋନ ମସ୍କ ମଧ୍ୟ ଟ୍ରମ୍ପଙ୍କୁ ସାକ୍ଷାତକାର ଦେଇଥିଲେ। ଏହି ସମୟରେ ରିପବ୍ଲିକାନ ପ୍ରାର୍ଥୀ ପ୍ରାର୍ଥୀ ତଥା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏଲୋନ ମସ୍କଙ୍କୁ ଏକ ଖୁସି ଖବର ଦେଇଛନ୍ତି।
ସୂଚନାଯୋଗ୍ୟ, ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଯଦି ସେ ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ଜିତନ୍ତି, ତେବେ ସେ ମସ୍କଙ୍କ ଅଧ୍ୟକ୍ଷତାରେ ଏକ ସରକାରୀ ଦକ୍ଷତା ଆୟୋଗ ଗଠନ କରିବେ।
ଏଲୋନ ମସ୍କଙ୍କୁ ପ୍ରଶଂସା କରି ଟ୍ରମ୍ପ କହିଛନ୍ତି, ସେ ମୋତେ ସମ୍ପୂର୍ଣ୍ଣ ସମର୍ଥନ ଦେଇଛନ୍ତି। ସେ ଜଣେ ଭଲ ଏବଂ ସ୍ମାର୍ଟ ବ୍ୟକ୍ତି। ସେ କ’ଣ କରିବେ ଜାଣନ୍ତି। ଯଦି ଏଲୋନ ମସ୍କଙ୍କ ପାଖରେ ସମୟ ଅଛି, ତେବେ ସେ ଏହି କାମକୁ ଭଲ କରିବା ଉଚିତ୍‌।
ଟ୍ରମ୍ପ ଦାବି କରିଛନ୍ତି ଯେ ଏଲୋନ ମସ୍କ ଏହି ଆୟୋଗର ଅଧ୍ୟକ୍ଷ ହେବାକୁ ରାଜି ହୋଇଛନ୍ତି। ତେବେ ଏହି କମିଶନ କ’ଣ କାର୍ଯ୍ୟ କରିବେ ସେ ସମ୍ପର୍କରେ ଟ୍ରମ୍ପ କୌଣସି ସୂଚନା ଦେଇନାହାଁନ୍ତି।
ଟ୍ରମ୍ପ କହିଛନ୍ତି ଯେ ଦକ୍ଷତା ଆୟୋଗ ଗଠନ ହେବାର ୬ ମାସ ମଧ୍ୟରେ ‘ଠକେଇ ଏବଂ ଅନ୍ୟାୟ ଦେୟ’ ଦୂର କରିବାକୁ ଯୋଜନା ପ୍ରସ୍ତୁତ କରାଯିବ।
ଆୟୋଗ କେନ୍ଦ୍ର ସରକାରଙ୍କ ସମ୍ପୂର୍ଣ୍ଣ ଆର୍ଥିକ ଏବଂ କାର୍ଯ୍ୟକାରିତାକୁ ଅଡିଟ କରିବେ। କିଛି ଦିନ ପୂର୍ବେ ଏକ ପୋଡକାଷ୍ଟରେ ମସ୍କ କହିଥିଲେ ଯେ ସେ ଆମେରିକା ସରକାରଙ୍କ ସହ ମିଶି କାମ କରିବାକୁ ମଧ୍ୟ ଆଗ୍ରହୀ ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri