ଭାରତ ଆସିବେନି ଟ୍ରମ୍ପ୍‌

ନ୍ୟୁୟର୍କ,୩୧ା୮: ବର୍ଷ ଶେଷ ଭାଗରେ ଭାରତରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଡ୍‌ ସମିଟ୍‌ରେ ଯୋଗଦେବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ନୂଆଦିଲ୍ଲୀ ଗସ୍ତରେ ଆସିବାର ଯୋଜନା ନାହିଁ। ନ୍ୟୁୟର୍କ ଟାଇମ୍ସ ପକ୍ଷରୁ ଶନିବାର ସନ୍ଧ୍ୟାରେ ଏଭଳି ଖବର ପ୍ରକାଶ ପାଇଛି। ଭାରତ, ଆମେରିକା, ଜାପାନ ଓ ଅଷ୍ଟ୍ରେଲିଆକୁ ନେଇ କ୍ୱାଡ୍‌ ଗଠିତ। ମୁକ୍ତ ଓ ଅବାଧ ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳ ସୁନିଶ୍ଚିତ କରିବା ଏହାର ଲକ୍ଷ୍ୟ। ରୁଷିଆରୁ ତୈଳ କିଣୁଥିବାରୁ ଭାରତ ଉପରେ ଟ୍ରମ୍ପ୍‌ଙ୍କ ଅତ୍ୟଧିକ ଟାରିଫ୍‌କୁ ନେଇ ଦୁଇ ଦେଶ ଏକପ୍ରକାର ମୁହଁାମୁହିଁ ହୋଇଥିବାବେଳେ ଚାଇନା ସହ ସମ୍ପର୍କ ବଢ଼ାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏସ୍‌ସିଓ ସମିଟ୍‌ରେ ଯୋଗଦେବା ପରିପ୍ରେକ୍ଷୀରେ ଟିଆନଜିନ୍‌ ଗସ୍ତ କରିଛନ୍ତି। କ୍ୱାଡ୍‌ ସମିଟ୍‌ରେ ଯୋଗଦେବାକୁ ଭାରତ ଆସିବେ ବୋଲି ଟ୍ରମ୍ପ୍‌ ପୂର୍ବରୁ ମୋଦିଙ୍କୁ କହିଥିଲେ। ତେବେ ବର୍ତ୍ତମାନ ଏଭଳି କୌଣସି ଯୋଜନା ନାହିଁ ବୋଲି ତାଙ୍କ ଗସ୍ତ ସହ ଜଡ଼ିତ ବ୍ୟକ୍ତିଙ୍କଠାରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଆମେରିକାରେ ହଇଚଇ: ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର! ଗଲ୍ଫ କ୍ଲବ ନିକଟରୁ ବନ୍ଧୁକଧାରୀ ସନ୍ଦିଗ୍ଧ ଗିରଫ

ଓ୍‌ବାଶିଂଟନ୍‌,୫।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଲିଫର୍ଣ୍ଣିଆସ୍ଥିତ ଗଲ୍ଫ କ୍ଲବ ନିକଟରୁ ୩୮ ବର୍ଷୀୟ ଜଣେ ବ୍ୟକ୍ତିଙ୍କୁ ପୋଲିସ ହେପାଜତକୁ ନେଇଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri