ଗୋଟିଏ ପରେ ଗୋଟିଏ ଜାତିସଂଘ ପରିଷଦରୁ ଅଲଗା ହେଉଛି ଆମେରିକା, ସହାୟତା ରାଶି ଉପରେ ଲାଗିଲା ରୋକ୍‌

ନ୍ୟୁୟର୍କ, ୫।୨: ଜାତିସଂଘ ମାନବ ଅଧିକାର ପରିଷଦ (ୟୁଏନ୍‌ଏଚ୍‌ଆର୍‌ସି)ରୁ ଆମେରିକା ଅଲଗା ହୋଇଛି। ଏନେଇ ଏକ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶରେ ବୁଧବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦସ୍ତଖତ କରିଛନ୍ତି। ଏହି ସରକାରୀ ନିର୍ଦ୍ଦେଶ ଅନୁଯାୟୀ, ପାଲେଷ୍ଟେନୀୟ ଶରଣାର୍ଥୀମାନଙ୍କ ପାଇଁ ଆମେରିକା ପକ୍ଷରୁ ଭବିଷ୍ୟତରେ ୟୁଏନ୍‌ଏଚ୍‌ଆର୍‌ସିକୁ ମିଳିବାକୁ ଥିବା ସହାୟତା ରାଶି ଉପରେ ରୋକ୍‌ ଲଗାଯାଇଛି।

ସେହିପରି ମିଳିତ ଜାତିସଂଘର ଶୈକ୍ଷିକ, ବୈଜ୍ଞାନିକ ଏବଂ ସାଂସ୍କୃତିକ ସଙ୍ଗଠନ(ୟୁନେସ୍କୋ)ରେ ଆମେରିକାର ଭାଗିଦାରୀକୁ ନେଇ ସମୀକ୍ଷା କରିବାକୁ ଟ୍ରମ୍ପ ତାଙ୍କ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଟ୍ରମ୍ପ୍‌ ଦସ୍ତଖତ କରିଥିବା କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶରେ କୁହାଯାଇଛି, ଦ୍ୱିତୀୟ ବିଶ୍ୱ ଯୁଦ୍ଧ ପରେ ଭବିଷ୍ୟତର ବିଶ୍ୱ ବିବାଦକୁ ରୋକିବା ଏବଂ ଅନ୍ତର୍ଜାତୀୟ ଶାନ୍ତି ଓ ନିରାପତ୍ତାକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଜାତିସଂଘର ସ୍ଥାପନାରେ ଆମେରିକା ସହଯୋଗ କରିଥିଲା। ତେବେ ଜାତିସଂଘର କିଛି ଏଜେନ୍ସି ଏବଂ ସଂସ୍ଥା ଏବେ ଏହି ମିଶନରୁ ଦୂରେଇ ଯାଇଛନ୍ତି ଏବଂ ଏହା ବଦଳରେ ସେମାନେ ଆମେରିକାର ସ୍ବାଥର୍‌ବ ବିରୋଧୀ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ-ସ୍ତ୍ରୀ ମୃତ, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri