ଟ୍ରମ୍ପ୍‌-ଜେଲେନ୍‌ସ୍କି ଭେଟ ଆଜି: ମାନି ନେଇପାରନ୍ତି ସର୍ତ୍ତ

ଓ୍ବାଶିଂଟନ/ଲଣ୍ଡନ,୧୮ା୮: ୟୁକ୍ରେନ୍‌ ଶାନ୍ତି ଚୁକ୍ତି ପାଇଁ ସୋମବାର ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ପ୍ରତିପକ୍ଷ ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଓ୍ବାଶିଂଟନରେ ଭେଟିବେ। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଆଲାସ୍କାରେ ଟ୍ରମ୍ପ୍‌ଙ୍କ ସହ କରିଥିବା ଆଲୋଚନାରୁ ନିଷ୍କର୍ଷ ବାହାରି ନ ଥିବାବେଳେ ସାଢ଼େ ୩ ବର୍ଷ ଧରି ଚାଲିଥିବା ଯୁଦ୍ଧ ବନ୍ଦ ପାଇଁ ଏହି ଉଦ୍ୟମକୁ ଗୁରୁତ୍ୱ ଦିଆଯାଉଛି। ଟ୍ରମ୍ପ୍‌ ପୁଟିନ୍‌ଙ୍କ ଆଡ଼କୁ ଢଳୁଥିବା ଲକ୍ଷ୍ୟ କରାଯାଉଥିବାରୁ ସେ ତାଙ୍କ ସର୍ତ୍ତଗୁଡ଼ିକୁ ମାନି ନେଇପାରନ୍ତି ବୋଲି ଆଶଙ୍କା କରି ୟୁରୋପୀୟ ନେତାମାନେ ଜେଲେନ୍‌ସ୍କିଙ୍କ ସମର୍ଥନରେ ବାହାରିଛନ୍ତି। ଟ୍ରମ୍ପ୍‌-ଜେଲେନ୍‌ସ୍କି ସାକ୍ଷାତ୍‌ ବେଳେ ଜର୍ମାନୀ ଚାନ୍‌ସେଲର ଫ୍ରେଡ୍‌ରିକ୍‌ ମର୍ଜ, ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ୍‌ ମାକରଁ, ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମର, ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନିଙ୍କ ସମେତ ଆଉ କେତେଜଣ ୟୁରୋପୀୟ ନେତା ହ୍ବାଇଟ୍‌ହାଉସ୍‌କୁ ଯାଇପାରନ୍ତି। ଏହି ଆଲୋଚନା ଉପରେ ବିଶ୍ୱର ନଜର ରହିଥିବାବେଳେ ରାଷ୍ଟ୍ରପତି ଟ୍ରମ୍ପ୍‌ ରବିବାର ରୁଷିଆ ଉପରେ ବଡ଼ ଅଗ୍ରଗତି ଆସିଥିବା ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri