ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କ ଆହ୍ବାନ

ଓ୍ବାଶିଂଟନ,୧୧ା୧୧: ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧ ବନ୍ଦ ପାଇଁ ଆହ୍ବାନ ଦେଇଛନ୍ତି। ଏନେଇ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହୋଇଛନ୍ତି ଟ୍ରମ୍ପ। ଦୁଇ ନେତା ୟୁକ୍ରେନର ପରିସ୍ଥିତି ଉପରେ ଆଲୋକପାତ କରିଥିବାବେଳେ ବିବାଦ ନ ବଢ଼ାଇ ଦୁଇ ଦେଶ ମଧ୍ୟରେ ଶାନ୍ତି ଫେରାଇ ଆଣିବା ପାଇଁ ପୁଟିନଙ୍କୁ ଅନୁରୋଧ କରିଛନ୍ତି ଟ୍ରମ୍ପ।

ପୁଟିନ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇବା ପରେ ସେ ଆଲୋଚନାରେ ଯୋଗଦେବାକୁ ପ୍ରସ୍ତୁତ ଥିବା ଦର୍ଶାଇ ଆମେରିକା-ରୁଷିଆ ସମ୍ପର୍କକୁ ପୁନଃ ସ୍ଥାପିତ କରିବା ଏବଂ କାର୍ଯ୍ୟ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ।

ଟ୍ରମ୍ପ ଫ୍ଲୋରିଡ଼ାସ୍ଥିତ ତାଙ୍କ ରିସର୍ଟରୁ ୟୁକ୍ରେନ ଯୁଦ୍ଧକୁ ବୃଦ୍ଧି ନ କରିବାକୁ ପୁଟିନଙ୍କୁ ପରାମର୍ଶ ଦେବା ସହ ୟୁରୋପରେ ଓ୍ବାଶିଂଟନର ମହତ୍ତ୍ୱପୂର୍ଣ୍ଣ ସାମରିକ ଉପସ୍ଥିତି ବିଷୟରେ କଥା ହୋଇଛନ୍ତି।

ପୁଟିନଙ୍କ ସହ କଥା ହେବା ପୂର୍ବରୁ ଟ୍ରମ୍ପ ବୁଧବାର ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କ ସହ ମଧ୍ୟ କଥା ହୋଇଛନ୍ତି। ରିପବ୍ଲିକାନ ନେତା କିଭ୍‌କୁ ଆମେରିକାର ସାମରିକ ତଥା ଆର୍ଥିକ ସହାୟତାର ପରିମାଣକୁ ସମାଲୋଚନା କରି ଯୁଦ୍ଧକୁ ଶୀଘ୍ର ଶେଷ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଟେକ୍‌ ବିଲେନେୟାର ଏଲନ ମସ୍କ ମଧ୍ୟ ଜେଲେନ୍‌ସ୍କିଙ୍କ ସହ କଥା ହୋଇଛନ୍ତି। ସେ କହିଛନ୍ତି, ୟୁକ୍ରେନକୁ ଷ୍ଟାରଲିଙ୍କ୍‌ ସାଟେଲାଇଟ୍‌ ଇଣ୍ଟରନେଟ୍‌ ସଂଯୋଗ ଜାରି ରଖିବେ। ସେ କହିଛନ୍ତି, ଆମର ସହଯୋଗକୁ ଆଗକୁ ବଢ଼ାଇବାକୁ ଆମେ ସହମତ। ଦୃଢ଼ ତଥା ଅଦମ୍ୟ ଆମେରିକାର ନେତୃତ୍ୱ ବିଶ୍ୱ ତଥା ନ୍ୟାୟ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।

ନଭେମ୍ବର ୫ରେ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କୁ ପରାସ୍ତ କରିବା ପରେ ରିପବ୍ଲିକାନ ଟ୍ରମ୍ପ ଆସନ୍ତା ଜାନୁଆରୀ ୨୦ ୨୦୨୫ରେ କାର୍ଯ୍ୟଭାର ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?