ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କ ଆହ୍ବାନ

ଓ୍ବାଶିଂଟନ,୧୧ା୧୧: ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧ ବନ୍ଦ ପାଇଁ ଆହ୍ବାନ ଦେଇଛନ୍ତି। ଏନେଇ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହୋଇଛନ୍ତି ଟ୍ରମ୍ପ। ଦୁଇ ନେତା ୟୁକ୍ରେନର ପରିସ୍ଥିତି ଉପରେ ଆଲୋକପାତ କରିଥିବାବେଳେ ବିବାଦ ନ ବଢ଼ାଇ ଦୁଇ ଦେଶ ମଧ୍ୟରେ ଶାନ୍ତି ଫେରାଇ ଆଣିବା ପାଇଁ ପୁଟିନଙ୍କୁ ଅନୁରୋଧ କରିଛନ୍ତି ଟ୍ରମ୍ପ।

ପୁଟିନ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇବା ପରେ ସେ ଆଲୋଚନାରେ ଯୋଗଦେବାକୁ ପ୍ରସ୍ତୁତ ଥିବା ଦର୍ଶାଇ ଆମେରିକା-ରୁଷିଆ ସମ୍ପର୍କକୁ ପୁନଃ ସ୍ଥାପିତ କରିବା ଏବଂ କାର୍ଯ୍ୟ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ।

ଟ୍ରମ୍ପ ଫ୍ଲୋରିଡ଼ାସ୍ଥିତ ତାଙ୍କ ରିସର୍ଟରୁ ୟୁକ୍ରେନ ଯୁଦ୍ଧକୁ ବୃଦ୍ଧି ନ କରିବାକୁ ପୁଟିନଙ୍କୁ ପରାମର୍ଶ ଦେବା ସହ ୟୁରୋପରେ ଓ୍ବାଶିଂଟନର ମହତ୍ତ୍ୱପୂର୍ଣ୍ଣ ସାମରିକ ଉପସ୍ଥିତି ବିଷୟରେ କଥା ହୋଇଛନ୍ତି।

ପୁଟିନଙ୍କ ସହ କଥା ହେବା ପୂର୍ବରୁ ଟ୍ରମ୍ପ ବୁଧବାର ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କ ସହ ମଧ୍ୟ କଥା ହୋଇଛନ୍ତି। ରିପବ୍ଲିକାନ ନେତା କିଭ୍‌କୁ ଆମେରିକାର ସାମରିକ ତଥା ଆର୍ଥିକ ସହାୟତାର ପରିମାଣକୁ ସମାଲୋଚନା କରି ଯୁଦ୍ଧକୁ ଶୀଘ୍ର ଶେଷ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଟେକ୍‌ ବିଲେନେୟାର ଏଲନ ମସ୍କ ମଧ୍ୟ ଜେଲେନ୍‌ସ୍କିଙ୍କ ସହ କଥା ହୋଇଛନ୍ତି। ସେ କହିଛନ୍ତି, ୟୁକ୍ରେନକୁ ଷ୍ଟାରଲିଙ୍କ୍‌ ସାଟେଲାଇଟ୍‌ ଇଣ୍ଟରନେଟ୍‌ ସଂଯୋଗ ଜାରି ରଖିବେ। ସେ କହିଛନ୍ତି, ଆମର ସହଯୋଗକୁ ଆଗକୁ ବଢ଼ାଇବାକୁ ଆମେ ସହମତ। ଦୃଢ଼ ତଥା ଅଦମ୍ୟ ଆମେରିକାର ନେତୃତ୍ୱ ବିଶ୍ୱ ତଥା ନ୍ୟାୟ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।

ନଭେମ୍ବର ୫ରେ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କୁ ପରାସ୍ତ କରିବା ପରେ ରିପବ୍ଲିକାନ ଟ୍ରମ୍ପ ଆସନ୍ତା ଜାନୁଆରୀ ୨୦ ୨୦୨୫ରେ କାର୍ଯ୍ୟଭାର ଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri