ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀଙ୍କୁ ଗୁଳିକରି ହତ୍ୟା, ଜାତୀୟ ଶୋକ ଘୋଷଣା କରି କହିଲେ ମୁଁ…

ଓ୍ବାଶିଂଟନ,୧୧ା୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଚାର୍ଲି କିର୍କଙ୍କୁ ଗୁରୁବାର ଗୁଳି କରି ହତ୍ୟା କରାଯାଇଛି। ସେ ଉଟା ଭ୍ୟାଲି ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାକୁ ଆସିଥିଲେ। ରାଷ୍ଟ୍ରପତି ଟ୍ରମ୍ପ ଚାର୍ଲି କିର୍କଙ୍କ ହତ୍ୟା ନେଇ ଦୁଃଖ ପ୍ରକାଶ କରିଛନ୍ତି। ଟ୍ରମ୍ପ ନିଜେ ଏକ ସୋସିଆଲ ମିଡିଆ ପୋଷ୍ଟ ଶେୟାର କରି ଏହି ଘଟଣା ବିଷୟରେ ସୂଚନା ଦେଇଛନ୍ତି। ଟ୍ରମ୍ପ ଆମେରିକାରେ ଜାତୀୟ ଶୋକ ଘୋଷଣା କରିଛନ୍ତି।

କିର୍କ ଉଟା ଭ୍ୟାଲି ବିଶ୍ୱବିଦ୍ୟାଳୟରେ ଆୟୋଜିତ ଏକ ଡିବେଟ୍‌ରେ ଅଂଶଗ୍ରହଣ କରିଥିଲେ। ଏହି ସମୟରେ ସେ ଏକ ଟେଣ୍ଟ୍‌ ତଳେ ମାଇକ୍‌ ଧରି ଭାଷଣ ଦେଉଥିଲେ, ସେତେବେଳେ ହଠାତ୍‌ ଜଣେ ବ୍ୟକ୍ତି ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ଗୁଳି କିର୍କଙ୍କ ବେକରେ ବାଜିଲା। ଗୁଳି ବାଜିବା ମାତ୍ରେ କିର୍କ ତଳେ ପଡ଼ି ଯାଇଥିଲେ। ତାଙ୍କର ପ୍ରବଳ ରକ୍ତସ୍ରାବ ହୋଇଥିଲା। ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା, କିନ୍ତୁ ଏଠାରେ ଡାକ୍ତରମାନେ କିର୍କଙ୍କୁ ମୃତ ଘୋଷଣା କରିଥିଲେ।

ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏକ ପୋଷ୍ଟ ଶେୟାର କରି ଲେଖିଛନ୍ତି, ‘ମହାନ ଚାର୍ଲି କିର୍କ ଆଉ ଏହି ଦୁନିଆରେ ନାହାନ୍ତି। ଆମେରିକୀୟ ଯୁବକମାନଙ୍କୁ ତାଙ୍କଠାରୁ ଭଲ କେହି ବୁଝି ନ ଥିଲେ। ସମସ୍ତେ ତାଙ୍କୁ ଭଲ ପାଆନ୍ତି, ସମ୍ମାନ କରନ୍ତି। ମେଲାନିଆ ଏବଂ ମୁଁ ତାଙ୍କ ସ୍ତ୍ରୀ ଏରିକା ଏବଂ ତାଙ୍କ ପରିବାରକୁ ସମବେଦନା ଜଣାଉଛୁ।

ଟ୍ରମ୍ପ ଅନ୍ୟ ଏକ ପୋଷ୍ଟରେ ଲେଖିଛନ୍ତି, ‘ଚାର୍ଲି କିର୍କ ଜଣେ ପ୍ରକୃତ ମହାନ ଆମେରିକୀୟ ଦେଶଭକ୍ତ ଥିଲେ। ତାଙ୍କ ସମ୍ମାନାର୍ଥେ, ମୁଁ ରବିବାର ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଆମେରିକାର ସମସ୍ତ ଆମେରିକୀୟ ପତାକା ଅର୍ଦ୍ଧ-ନମିତ ଉଡ଼ାଇବାକୁ ନିର୍ଦ୍ଦେଶ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା, ଶିନ୍ଦେ ସେନା ଛକାପଞ୍ଝା

ମୁମ୍ବାଇ,୨୨ା୧: ଏସିଆର ସବୁଠୁ ଧନୀ ମହାନଗର ନିଗମ ବିଏମ୍‌ସି ନିର୍ବାଚନ ଜାନୁଆରୀ ୧୫ରେ ଅନୁଷ୍ଠିତ ହୋଇଥିଲା। ୨୨୭ ଆସନ ବିଶିଷ୍ଟ ବିଏମ୍‌ସି ଦଖଲ ପାଇଁ ମ୍ୟାଜିକ୍‌...

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri