ଓ୍ବାଲ୍‌ ଷ୍ଟ୍ରିଟ୍‌ ଜର୍ନାଲ ବିରୋଧରେ ଟ୍ରମ୍ପ୍‌ଙ୍କ ମାନହାନି ମାମଲା

ଓ୍ବାଶିଂଟନ,୨୦ା୭: ଧନୀ ଫାଇନାନ୍ସର ଜେଫ୍ରି ଏପ୍‌ଷ୍ଟେଇନ୍‌ଙ୍କ ସହ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସମ୍ପର୍କକୁ ନେଇ ଓ୍ବାଲ୍‌ ଷ୍ଟ୍ରିଟ୍‌ ଜର୍ନାଲରେ ଗୁରୁବାର ଖବର ପ୍ରକାଶ ପାଇଥିଲା। ଏହାର ଦିନକ ପରେ ଟ୍ରମ୍ପ୍‌ ଉକ୍ତ ଖବରକାଗଜ ଏବଂ ମିଡିଆ ମୋଗଲ ରୁପେର୍ଟ ମୁର୍ଡୋଚ୍‌ଙ୍କ ବିରୋଧରେ ୧୦ ବିଲିୟନ ଡଲାରର ମାମଲା ଦାଏର କରିଛନ୍ତି। ଯୌନ ଅପରାଧରେ ସମ୍ପୃକ୍ତ ଏପ୍‌ଷ୍ଟେଇନ୍‌ଙ୍କ ସହ ଟ୍ରମ୍ପ୍‌ଙ୍କ ସମ୍ପର୍କ ନେଇ ଓ୍ବାଲ ଷ୍ଟ୍ରିଟ୍‌ ଜର୍ନାଲ ଖବର ପ୍ରକାଶ କରିବା ପରେ ହଇଚଇ ସୃଷ୍ଟି ହୋଇଥିଲା। ରିପୋର୍ଟ ଅନୁଯାୟୀ, ଏପ୍‌ଷ୍ଟେଇନ୍‌ ୨୦୦୩ରେ ପାଳନ କରିଥିବା ୫୦ତମ ଜନ୍ମଦିନ ସମ୍ପର୍କିତ ଏକ ଆଲବମ୍‌ ଓ ଚିଠି ଦାଖଲ କରିବା ପାଇଁ ତାଙ୍କ ସହଯୋଗୀ ଘିସ୍‌ଲାଇନ୍‌ ମାକ୍ସଓ୍ବୋଲ ଟ୍ରମ୍ପ୍‌ ଓ ଅନ୍ୟମାନଙ୍କୁ କହିଥିଲେ। ଉକ୍ତ ଚିଠିରେ ଟ୍ରମ୍ପ୍‌ଙ୍କ ନାଁ ସହ ଉଲଗ୍ନ ମହିଳାଙ୍କ ଅଶ୍ଳୀଳ ଫଟୋ ରହିଥିବାବେଳେ ଏପ୍‌ଷ୍ଟେଇନ୍‌ଙ୍କ ସହ ଟ୍ରମ୍ପ୍‌ଙ୍କ କଳ୍ପିତ ବାର୍ତ୍ତାଳାପ ଥିଲା। ଏହି ଖବର ପ୍ରକାଶ ପାଇବା ପରେ ଟ୍ରମ୍ପ୍‌ ଓ ତାଙ୍କ ଅନୁଗତ ବେସ୍‌ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ମାମଲା ପରିଚାଳନା ତରିକାକୁ ନେଇ ଟ୍ରମ୍ପ୍‌ଙ୍କ କେତେଜଣ ସମର୍ଥକ ହ୍ବାଇଟ୍‌ ହାଉସ୍‌କୁ ସମାଲୋଚନା କରିଛନ୍ତି। ଟ୍ରମ୍ପ୍‌ କ’ଣ ପାଇଁ ଉକ୍ତ ଡକ୍ୟୁମେଣ୍ଟକୁ ସର୍ବସାଧାରଣରେ ପ୍ରକାଶ କରିବାକୁ ଚାହୁଁ ନ ଥିଲେ ବୋଲି ପ୍ରଶ୍ନ ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଯୁଦ୍ଧ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ଇସ୍ରାଏଲ, ନେତାନ୍ୟାହୁ କରିବେ ଏମିତି କାମ, ଇରାନ କାବା

ନୂଆଦିଲ୍ଲୀ,୧।୪: ଇରାନ ବିରୁଦ୍ଧରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ନୂତନ ଏବଂ ପ୍ରମୁଖ ରଣନୈତିକ ପଦକ୍ଷେପର ସଙ୍କେତ ଦେଇଛନ୍ତି। ନେତାନ୍ୟାହୁ କହିଛନ୍ତି…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri