ଟ୍ରମ୍ପଙ୍କ ଶେଷ ଚେତାବନୀ: କହିଲେ ମୋ’ ସର୍ତ୍ତରେ ରାଜି ହୋଇଯାଅ, ନଚେତ ପରିଣାମ ଭୟଙ୍କର ହେବ, କାହାକୁ ଏମିତି କହି…

ଓ୍ବାଶିଂଟନ,୮ା୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଚଣ୍ଡ ରାଗି ଯାଇଛନ୍ତି। ଟ୍ରମ୍ପ ରବିବାର ହମାସକୁ ଏକ ଶେଷ ଚେତାବନୀ ଦେଇ କହିଛନ୍ତି ଯେ, ହମାସ ଗାଜାରେ ବନ୍ଧକମାନଙ୍କୁ ମୁକ୍ତ କରିବା ପାଇଁ ସର୍ତ୍ତରେ ରାଜି ହେବା ଉଚିତ। ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏ ସମ୍ପର୍କରେ ଏକ ପୋଷ୍ଟ ମଧ୍ୟ ଶେୟାର କରିଛନ୍ତି। ଟ୍ରମ୍ପ କହିଛନ୍ତି, ଇସ୍ରାଏଲ ମୋର ସର୍ତ୍ତ ଗ୍ରହଣ କରିଛି, ଏବେ ହମାସ ବି ରାଜି ହେବା ଉଚିତ।

ଟ୍ରମ୍ପ ପାଲେଷ୍ଟାଇନୀ ଆତଙ୍କବାଦୀ ସଂଗଠନ ହମାସକୁ ଗାଜାରେ ବନ୍ଧକମାନଙ୍କୁ ମୁକ୍ତ କରିବା ପାଇଁ ଚୁକ୍ତି ଗ୍ରହଣ କରିବାକୁ ମଧ୍ୟ କହିଛନ୍ତି। ଟ୍ରମ୍ପ କହିଛନ୍ତି, ସମସ୍ତ ବନ୍ଧକଙ୍କୁ ଘରକୁ ଫେରାଇ ଆଣିବାକୁ ଚାହାନ୍ତି। ସମସ୍ତେ ଚାହାନ୍ତି ଏହି ଯୁଦ୍ଧର ଅନ୍ତ ହେଉ। ଇସ୍ରାଏଲୀମାନେ ମୋର ସର୍ତ୍ତଗୁଡ଼ିକୁ ଗ୍ରହଣ କରିଛନ୍ତି। ଏବେ ହମାସର ମଧ୍ୟ ରାଜି ହେବାର ସମୟ ଆସିଛି। ମୁଁ ହମାସକୁ ଚେତାବନୀ ଦେଇସାରିଛି ଯେ, ଯଦି ସେ ରାଜି ନ ହୁଏ, ତେବେ ପରିଣାମ ଭୋଗିବାକୁ ପଡ଼ିବ। ଏହା ମୋରଶେଷ ଚେତାବନୀ ବୋଲି ଟ୍ରମ୍ପ କହିଛନ୍ତି।

ଏକ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଶନିବାର ହମାସ ନିକଟରେ ଏକ ଯୁଦ୍ଧବିରତି ପ୍ରସ୍ତାବ ରଖିଥିଲେ। ଏହା ଅଧୀନରେ, ହମାସକୁ ଯୁଦ୍ଧବିରତିର ପ୍ରଥମ ଦିନରେ ବାକି ୪୮ ବନ୍ଧକଙ୍କୁ ମୁକ୍ତ କରିବାକୁ ପଡ଼ିବ, ଏବଂ ବଦଳରେ ଇସ୍ରାଏଲରେ ବନ୍ଦୀ ଥିବା ହଜାର ହଜାର ପାଲେଷ୍ଟାଇନୀ ବନ୍ଦୀଙ୍କୁ ମୁକ୍ତ କରାଯିବ। ଜଣେ ଇସ୍ରାଏଲୀ ଅଧିକାରୀ କହିଛନ୍ତି, ଇସ୍ରାଏଲ ଟ୍ରମ୍ପଙ୍କ ପ୍ରସ୍ତାବ ଉପରେ ଗମ୍ଭୀରତାର ସହ ବିଚାର କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

ରୁଷିଆରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌: ଡ୍ରୋନ୍‌ ମାଡ଼ ଭୟରେ ଇଣ୍ଟରନେଟ୍‌ ସେବା ବନ୍ଦ, ପୁଟିନଙ୍କୁ ଘାରିଛି ଅଜଣା ଭୟ?

ନୂଆଦିଲ୍ଲୀ,୨୦।୩: ବର୍ତ୍ତମାନ ସାରା ବିଶ୍ୱ ଏକ ଅସ୍ଥିର ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଥିବା ବେଳେ ଅନ୍ୟପଟେ ଇରାନ, ଇସ୍ରାଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri