ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ ଟ୍ରମ୍ପଙ୍କ ନୂଆ ଖୁଲାସା: ପରିସ୍ଥିତି ଏତେ ଉତ୍ତେଜନାପୂର୍ଣ୍ଣ…

ଓ୍ବାଶିଂଟନ୍‌,୧୫।୮:ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦ ଶେଷ ହେବାର ତିନି ମାସ ବିତିଗଲାଣି, କିନ୍ତୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏହାକୁ ନେଇ ନୂଆ ନୂଆ ଦାବି କରୁଛନ୍ତି। ସେ ଏବେ ଦାବି କରିଛନ୍ତି, ଏହି ଯୁଦ୍ଧ ପରମାଣୁ ଯୁଦ୍ଧରେ ପରିଣତ ହୋଇପାରିଥାନ୍ତା। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରତି ତାଙ୍କ ଉଦ୍ୟମ ଦ୍ୱାରା ସମ୍ଭବ ହୋଇପାରିଛି। କିନ୍ତୁ ଭାରତ କହିଛି, ଦୁଇ ଦେଶର ସାମରିକ ମୁଖ୍ୟ (ଡିଜିଏମଓ)ଙ୍କ ମଧ୍ୟରେ ସିଧାସଳଖ ଯୋଗାଯୋଗ ଦ୍ୱାରା ଯୁଦ୍ଧବିରତି ନିଷ୍ପତ୍ତି ନିଆଯାଇଥିଲା। ଟ୍ରମ୍ପ ପୁଣି ଥରେ ହ୍ବାଇଟ ହାଉସରେ ପୁନର୍ବାର ଦୋହରାଇଥିଲେ ଯେ, ତାଙ୍କ ହସ୍ତକ୍ଷେପ ଯୋଗୁ୍‌ ଏହି ବିବାଦ ଶେଷ ହୋଇଛି।

ତାଙ୍କର ଏହି ଦାବି ଏପରି ସମୟରେ ମଧ୍ୟ ଆସିଛି। ଯେତେବେଳେ ସେ ଭାରତ ଉପରେ ୫୦ ପ୍ରତିଶତ ଟାରିଫ୍‌ ଲାଗୁ କରିଛନ୍ତି। ଟ୍ରମ୍ପ କହିଛନ୍ତି, ଭାରତ ଏବଂ ପାକିସ୍ତାନର ଲଢ଼ୁଆ ବିମାନ ପରସ୍ପରକୁ ଗୁଳି କରୁଥିଲେ। ୬-୭ଟି ବିମାନ ଖସାଇ ଦିଆଯାଇଥିଲା। ପରିସ୍ଥିତି ଏତେ ଉତ୍ତେଜନାପୂର୍ଣ୍ଣ ଥିଲା ଯେ ସେମାନେ ସମ୍ଭବତଃ ପରମାଣୁ ଅସ୍ତ୍ର ବ୍ୟବହାର କରିବାକୁ ପ୍ରସ୍ତୁତ ଥିଲେ, କିନ୍ତୁ ଆମେ ଏହି ପ୍ରସଙ୍ଗର ସମାଧାନ କରିଛୁ।

ଟ୍ରମ୍ପ ଏହା ମଧ୍ୟ ଦାବି କରିଛନ୍ତି, ୬-୭ ମାସରେ ସେ ଛଅଟି ଯୁଦ୍ଧ ଶେଷ କରିଛନ୍ତି ଏବଂ ସେ ଏଥିରେ ଗର୍ବିତ। ମେ ୧୦ରେ ସେ ସୋସିଆଲ ମିଡିଆରେ ଘୋଷଣା କରିଥିଲେ, ଭାରତ ଏବଂ ପାକିସ୍ତାନ ଯୁଦ୍ଧବିରତି ପାଇଁ ରାଜି ହୋଇଛନ୍ତି। ସେବେଠାରୁ ସେ ଏହି ଦାବିକୁ ଅନେକ ଥର ଦୋହରାଇଛନ୍ତି। ସେ ଉଭୟ ପରମାଣୁ ଶକ୍ତିଶାଳୀ ଦେଶକୁ କହିଥିଲେ ଯେ ଯଦି ସେମାନେ ଯୁଦ୍ଧ ବନ୍ଦ କଲେ, ଆମେରିକା ସେମାନଙ୍କ ସହିତ ଅଧିକ ବାଣିଜ୍ୟ କରିବ।

ଟ୍ରମ୍ପଙ୍କ ଏହି ବିବୃତ୍ତି ଏପରି ଏକ ସମୟରେ ଆସିଛି, ଯେତେବେଳେ ସେ ଆଜି ଅଗଷ୍ଟ ୧୫ ତାରିଖରେ ଆଲାସ୍କାରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିବାକୁ ଯାଉଛନ୍ତି। ଏହି ବୈଠକର ଉଦ୍ଦେଶ୍ୟ ରୁଷିଆ-ୟୁକ୍ରେନ ଯୁଦ୍ଧ ସମାପ୍ତ କରିବାକୁ ଚେଷ୍ଟା କରିବା କୁହାଯାଉଛି। ଟ୍ରମ୍ପ କହିଛନ୍ତି, ମୁଁ ଭାବୁଥିଲି ରୁଷିଆ-ୟୁକ୍ରେନ ଯୁଦ୍ଧ ସମାପ୍ତ କରିବା ସବୁଠାରୁ ସହଜ ହେବ, କିନ୍ତୁ ଏହା ସବୁଠାରୁ କଷ୍ଟକର ହୋଇଗଲା। ଯଦି ମୁଁ ରାଷ୍ଟ୍ରପତି ନ ଥାନ୍ତି, ତେବେ ପୁଟିନ ସମଗ୍ର ୟୁକ୍ରେନକୁ ନିଜ ଦଖଲକୁ ନେଇଥାନ୍ତେ। ଏହି ଯୁଦ୍ଧ ହେବା ଉଚିତ୍‌ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri