ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ ଟ୍ରମ୍ପଙ୍କ ନୂଆ ଖୁଲାସା: ପରିସ୍ଥିତି ଏତେ ଉତ୍ତେଜନାପୂର୍ଣ୍ଣ…

ଓ୍ବାଶିଂଟନ୍‌,୧୫।୮:ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିବାଦ ଶେଷ ହେବାର ତିନି ମାସ ବିତିଗଲାଣି, କିନ୍ତୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏହାକୁ ନେଇ ନୂଆ ନୂଆ ଦାବି କରୁଛନ୍ତି। ସେ ଏବେ ଦାବି କରିଛନ୍ତି, ଏହି ଯୁଦ୍ଧ ପରମାଣୁ ଯୁଦ୍ଧରେ ପରିଣତ ହୋଇପାରିଥାନ୍ତା। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରତି ତାଙ୍କ ଉଦ୍ୟମ ଦ୍ୱାରା ସମ୍ଭବ ହୋଇପାରିଛି। କିନ୍ତୁ ଭାରତ କହିଛି, ଦୁଇ ଦେଶର ସାମରିକ ମୁଖ୍ୟ (ଡିଜିଏମଓ)ଙ୍କ ମଧ୍ୟରେ ସିଧାସଳଖ ଯୋଗାଯୋଗ ଦ୍ୱାରା ଯୁଦ୍ଧବିରତି ନିଷ୍ପତ୍ତି ନିଆଯାଇଥିଲା। ଟ୍ରମ୍ପ ପୁଣି ଥରେ ହ୍ବାଇଟ ହାଉସରେ ପୁନର୍ବାର ଦୋହରାଇଥିଲେ ଯେ, ତାଙ୍କ ହସ୍ତକ୍ଷେପ ଯୋଗୁ୍‌ ଏହି ବିବାଦ ଶେଷ ହୋଇଛି।

ତାଙ୍କର ଏହି ଦାବି ଏପରି ସମୟରେ ମଧ୍ୟ ଆସିଛି। ଯେତେବେଳେ ସେ ଭାରତ ଉପରେ ୫୦ ପ୍ରତିଶତ ଟାରିଫ୍‌ ଲାଗୁ କରିଛନ୍ତି। ଟ୍ରମ୍ପ କହିଛନ୍ତି, ଭାରତ ଏବଂ ପାକିସ୍ତାନର ଲଢ଼ୁଆ ବିମାନ ପରସ୍ପରକୁ ଗୁଳି କରୁଥିଲେ। ୬-୭ଟି ବିମାନ ଖସାଇ ଦିଆଯାଇଥିଲା। ପରିସ୍ଥିତି ଏତେ ଉତ୍ତେଜନାପୂର୍ଣ୍ଣ ଥିଲା ଯେ ସେମାନେ ସମ୍ଭବତଃ ପରମାଣୁ ଅସ୍ତ୍ର ବ୍ୟବହାର କରିବାକୁ ପ୍ରସ୍ତୁତ ଥିଲେ, କିନ୍ତୁ ଆମେ ଏହି ପ୍ରସଙ୍ଗର ସମାଧାନ କରିଛୁ।

ଟ୍ରମ୍ପ ଏହା ମଧ୍ୟ ଦାବି କରିଛନ୍ତି, ୬-୭ ମାସରେ ସେ ଛଅଟି ଯୁଦ୍ଧ ଶେଷ କରିଛନ୍ତି ଏବଂ ସେ ଏଥିରେ ଗର୍ବିତ। ମେ ୧୦ରେ ସେ ସୋସିଆଲ ମିଡିଆରେ ଘୋଷଣା କରିଥିଲେ, ଭାରତ ଏବଂ ପାକିସ୍ତାନ ଯୁଦ୍ଧବିରତି ପାଇଁ ରାଜି ହୋଇଛନ୍ତି। ସେବେଠାରୁ ସେ ଏହି ଦାବିକୁ ଅନେକ ଥର ଦୋହରାଇଛନ୍ତି। ସେ ଉଭୟ ପରମାଣୁ ଶକ୍ତିଶାଳୀ ଦେଶକୁ କହିଥିଲେ ଯେ ଯଦି ସେମାନେ ଯୁଦ୍ଧ ବନ୍ଦ କଲେ, ଆମେରିକା ସେମାନଙ୍କ ସହିତ ଅଧିକ ବାଣିଜ୍ୟ କରିବ।

ଟ୍ରମ୍ପଙ୍କ ଏହି ବିବୃତ୍ତି ଏପରି ଏକ ସମୟରେ ଆସିଛି, ଯେତେବେଳେ ସେ ଆଜି ଅଗଷ୍ଟ ୧୫ ତାରିଖରେ ଆଲାସ୍କାରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିବାକୁ ଯାଉଛନ୍ତି। ଏହି ବୈଠକର ଉଦ୍ଦେଶ୍ୟ ରୁଷିଆ-ୟୁକ୍ରେନ ଯୁଦ୍ଧ ସମାପ୍ତ କରିବାକୁ ଚେଷ୍ଟା କରିବା କୁହାଯାଉଛି। ଟ୍ରମ୍ପ କହିଛନ୍ତି, ମୁଁ ଭାବୁଥିଲି ରୁଷିଆ-ୟୁକ୍ରେନ ଯୁଦ୍ଧ ସମାପ୍ତ କରିବା ସବୁଠାରୁ ସହଜ ହେବ, କିନ୍ତୁ ଏହା ସବୁଠାରୁ କଷ୍ଟକର ହୋଇଗଲା। ଯଦି ମୁଁ ରାଷ୍ଟ୍ରପତି ନ ଥାନ୍ତି, ତେବେ ପୁଟିନ ସମଗ୍ର ୟୁକ୍ରେନକୁ ନିଜ ଦଖଲକୁ ନେଇଥାନ୍ତେ। ଏହି ଯୁଦ୍ଧ ହେବା ଉଚିତ୍‌ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ଛାତ୍ରୀଛାତ୍ରଙ୍କ ନିକଟରେ ମୁଣ୍ଡ ନୁଆଇଁଲେ ଆଇଆଇଟି (IIT)ବମ୍ବେ କର୍ତ୍ତୃପକ୍ଷ; ୧୮ଟି ଦାବି ନେଇ ସହମତି, ପ୍ରଫେସର ନିଲମ୍ବିତ

ମୁମ୍ବାଇ,୨୧।୯: ଆଇଆଇଟି (IIT) ବମ୍ବେର ଏକ ହଷ୍ଟେଲରେ ୨୦ ବର୍ଷୀୟ ଛାତ୍ର ସାହିଲ ୱାକୋଡେଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଛାତ୍ରୀଛାତ୍ରମାନେ ଗତ ତିନି ଦିନ ଧରି ବିକ୍ଷୋଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?